ଆମ ଜିଲା ଖବର

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି। ବର୍ଷକୁ ଥରେ ବଡ଼ସିଂହାର ନୀତିରେ ହୋଇଥାଏ ପଦ୍ମବେଶ। ଦିନକ ପାଇଁ ପଦ୍ମବେଶରେ ପହୁଡ଼ ହୁଅନ୍ତି…

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ମାତ୍ର ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ଭିନ୍ନ ପ୍ରତିକ୍ରିୟା…

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ମଙ୍ଗଳବାର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ ମଙ୍ଗଳବାର ବିଳମ୍ବିତ ସାରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ଏଥିରେ ଡମ୍ବରୁ ସେଠୀ,କସ୍ତୁରୀ ସେଠୀ ଓ…

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ ଭିତ୍ତିଭୂମିକୁ ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରରେ ଆୟୋଜିତ ବୈଠକରେ ଦଳର ବିଗୁଲ ବାଜିଛି। ଭାଜପାର ରାଜ୍ୟ ଉପସଭାପତି ତଥା କୋରାପୁଟ…

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ ଋଷିକୁଲ୍ୟା ଜ଼ିଲା ପରିଷଦ ସମ୍ମିଳନୀ କକ୍ଷଠାରେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧୀନରେ ଆସୁଥିବା ଜିଲାର…

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ବିଶିଷ୍ଟ ଅତିଥି ଭାବେ ବରଗଡ଼…

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମଙ୍ଗଳବାର ନବୀନ ନିବାସରେ ଅନୁଷ୍ଠିତ ଦଳୀୟ ବୈଠକରେ ସେ…

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ଭାବେ ମନୋନୀତ କରାଯାଇଥିବା ଜଣାପଡିଛି । ରାଜ୍ୟ ସରପଞ୍ଚ…

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ଅଭିଯୁକ୍ତ ହେଲେ ଗୋଳନ୍ଥରା ଥାନା…

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ ବିରୋଧକରି ମୁନିଗୁଡା ଥାନା ଅନ୍ତର୍ଗତ ତେଲେଙ୍ଗାପଦରଠାରୁ ଚନ୍ଦ୍ରପୁର ରାସ୍ତାରେ ଏହି ବ୍ୟାନର ଲାଗିଥିଲା। ବ୍ୟାନରରେ…

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ପୁନେର ବାଲାଜୀ କର୍ପୋରେଶନ ନାମକ କମ୍ପାନୀ କନ୍ଧଚନ୍ଦନପେଡ଼ି ଗ୍ରାମରେ ଜମି କ୍ରୟ କରି ଆମୋନିୟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?