ଆମ ଜିଲା ଖବର

ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ

ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ ଭାଜପା ତରଫରୁ ତହସିଲ ଅଫିସ ଘେରାଉ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ…

କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ ବନ୍ଦ…

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା, ଢେଙ୍କାନାଳ ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୦।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ। ସମସ୍ତ…

କାମାକ୍ଷାନଗର କଲେଜରେ ଆରମ୍ଭ ହେବ ଇଗ୍ନୋ ପାଠ୍ୟକ୍ରମ

କାମାକ୍ଷାନଗର, ୩୦।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର କଲେଜରେ ଆରମ୍ଭ ହୋଇଥିବା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ଶିକ୍ଷାଦାନ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଠ୍ୟକ୍ରମକୁ ବ୍ୟାପକ କରିବାକୁ…

ସାପ କାମୁଡାରେ ଜୀବନ ଗଲା

ଯୋଡ଼ା, ୩୦।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କୀତାବେଡାଠାରେ ସାପ କାମୁଡାରେ ଲୋଚନ ପଲେଇ(୫୮)ଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ରବିବାର ପୂର୍ବାହ୍ନରେ ଲୋଚନ ଚାଷ କାର୍ଯ୍ୟ ପାଇଁ ତାଙ୍କ ବିଲକୁ ଯାଇଥିଲେ। ସେଠାରେ କାମ କରୁଥିବା ବେଳେ ଏକ…

ଅଙ୍ଗନୱାଡି କେନ୍ଦ୍ର ସ୍ଥାନାନ୍ତର ପାଇଁ ଦାବି

ଝୁମ୍ପୁରା, ୩୦।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନୟାଗଡ ପଞ୍ଚାୟତର କାର୍ଯ୍ୟାଳୟ ପରିସରରେ ରହିଥିବା ଅଙ୍ଗନୱାଡି କେନ୍ଦ୍ରକୁ ସ୍ଥାନାନ୍ତର ପାଇଁ ଗ୍ରାମବାସୀ ଦାବି ଜଣାଇଛନ୍ତି। ସୂଚନା ଯୋଗ୍ୟ ପଞ୍ଚାୟତ ପରିସରରେ ଥିବା ଅଙ୍ଗନୱାଡି କେନ୍ଦ୍ରଟି ରାସ୍ତା ପାର୍ଶ୍ୱରେ ରହିଛି। ଉକ୍ତ ରାସ୍ତାରେ ପ୍ରତ୍ୟେହ ଶହ…

ବିରଳ ପ୍ରଜାତିର ସାପ ‘ବାମ୍ବପିଟ୍‌ ଭାଇପର’ ଉଦ୍ଧାର: କାମୁଡିଲେ ଶରୀରରେ ହୁଏ ଫୋଟକା

ଉଦଳା,୩୦ା୭(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଗ୍ରାମରୁ ସ୍ନେକ ଲାଇଫ୍‌ ଲାଇନର ସଦସ୍ୟ ମଙ୍ଗଳବାର ଏକ ବିରଳ ପ୍ରଜାତିର ବିଷାକ୍ତ ସାପ ଉଦ୍ଧାର କରିଛନ୍ତି। ଉଦ୍ଧାର ସାପଟିର ନାମ ବାମ୍ବପିଟ୍‌ ଭାଇପର ବା ଫଟକା ବଡା ସାପ।…

ପୂର୍ବତନ ଜିଲା ଶ୍ରମ ଅଧିକାରୀଙ୍କୁ ୩ ବର୍ଷ ଜେଲ୍‌ଦଣ୍ଡ

ବାରିପଦା ଅଫିସ,୩୦ା୭- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ସ୍ପେଶାଲ ଜଜ (ଭିଜିଲାନ୍ସ) ବେଣୁଧର ପାତ୍ର ମଙ୍ଗଳବାର ଏକ ଲାଞ୍ଚ ମାମଲାର ବିଚାର କରି ଦୋଷୀଙ୍କୁ ୩ ବର୍ଷ ଜେଲ୍‌ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଆଦାୟ ପାଇଁ ଆଦେଶ ଦେଇଛନ୍ତି।…

ତ୍ରିପାକ୍ଷିକ ଆଲୋଚନା ପରେ ସଫେଇ କର୍ମଚାରୀଙ୍କ ଧର୍ମଘଟ ପ୍ରତ୍ୟାହୃତ

ବାଲେଶ୍ୱର ଅଫିସ, ୩୦।୭-ବାଲେଶ୍ୱର ପୌର ଠିକା ସଫେଇ କର୍ମଚାରୀମାନଙ୍କର ଗତ ୨୫ତାରିଖଠାରୁ ଚାଲିଥିବା ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ମଙ୍ଗଳବାର ସହରରେ ସଫେଇ କାର୍ଯ୍ୟ ସ୍ବାଭାବିକ ଚାଲିଥିବା ଦେଖାଯାଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଅପରାହ୍ନରେ ଜିଲାପାଳଙ୍କ ଡିଭିଜନାଲ୍‌ ଶ୍ରମ କମିଶନର ଘାସିରାମ ଟୁଡୁଙ୍କ…

୨ ମନ୍ଦିରରୁ ୩ ଲକ୍ଷ ଟଙ୍କାର ଗହଣା ଚୋରି: ଅନ୍ଧାରୀ ମଙ୍ଗଳା, ତାରିଣୀଙ୍କ ଅଳଙ୍କାର ନେଇଗଲେ

ବାଲେଶ୍ୱର ଅଫିସ,୩୦।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଶୋଭାରାମପୁର ଓ ବାଲିଆ ଅଞ୍ଚଳର ୨ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୩ ଲକ୍ଷ ଟଙ୍କାର ଗହଣା ଚୋରି ହୋଇଥିବା ଅଭିଯୋଗ ହୋଇଛି। ସହଦେବଖୁଣ୍ଟା ଥାନା ପୋଲିସ ସହ ଡିଏସ୍‌ପି ଉମେଶ ଚନ୍ଦ୍ର…

ଗ୍ରାମାଞ୍ଚଳ କ୍ରିକେଟ୍‌ରଙ୍କୁ ଉତ୍ସାହିତ କରୁଛନ୍ତି ‘ବନମାଳୀ’: ସଫଳ ବ୍ୟାଟ୍‌ ପ୍ରସ୍ତୁତକାରୀ ହେବା ଲକ୍ଷ୍ୟ

ସାକ୍ଷୀଗୋପାଳ, ୩୦।୭(ଡି.ଏନ୍‌.ଏ.)-ପିଲାଦିନରୁ ତାଙ୍କର କ୍ରିକେଟ୍‌ ଖେଳ ପ୍ରତି ଆଗ୍ରହ ରହିଥିଲା। ନଡ଼ିଆ ବାହୁଙ୍ଗା କିମ୍ବା ପତଳା ପଟା ଖଣ୍ଡେ ମିଳିଗଲେ ସେଥିରେ ବ୍ୟାଟିଂ ଆରମ୍ଭ କରିଦେଉଥିଲେ। ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ଆବଶ୍ୟକ ବ୍ୟାଟ୍‌, ବଲ୍‌ ଆଦି ସରଞ୍ଜାମ…

ବନୀକରଣ ପାଇଁ ରାଜ୍ୟ ସରକାର କାମ୍ପା ପାଣ୍ଠିରୁ ପାଇଛନ୍ତି ୨୬୪୪ କୋଟି, ଖର୍ଚ୍ଚ କରିଛନ୍ତି ୨୫୪୮ କୋଟି

ଭୁବନେଶ୍ୱର, ୩୦।୭(ବ୍ୟୁରୋ): କ୍ଷତି ପୂରକ ବନୀକରଣ ପାଣ୍ଠି ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ୨୦୦୯ରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ସେବେଠାରୁ ରାଜ୍ୟକୁ କେନ୍ଦ୍ର ସରକାର ଆଡ୍‌ହକ୍‌ କାମ୍ପା ପାଣ୍ଠିରୁ ୨୬୪୪ କୋଟି ୧୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ୨୦୦୯-୧୦ରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?