ଆମ ଜିଲା ଖବର

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା ଚାଷୀ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ସମସ୍ୟା ସମାଧାନ ଦାବିରେ ଜିଲାପାଳ…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ ନେଇ ଗାଡ଼ି ଚାଳକମାନେ ଅସୁରକ୍ଷିତ ମନେକରିଛନ୍ତି। ଏହି କ୍ରମରେ ସେମାନଙ୍କ ସୁରକ୍ଷା ଦିଗରେ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ ଅଟକି ରହିଥିଲା ଭାରତର ୨ ଏଲ୍‌ପିଜି ବୋଝେଇ ଜାହାଜ ‘ନନ୍ଦାଦେବୀ’ ଓ ‘ଶିବାଲିକ୍‌’।…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା ଓ ବଜାର ନିକଟରେ ବାଘ ବୁଲୁଥିବା ଦେଖିବାକୁ ମିଳିବା ପରେ ସ୍ଥାନୀୟ ଲୋକେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ସାମାଜିକ କର୍ମୀ ଜଣକ ହେଉଛନ୍ତି ମାନସ ରଞ୍ଜନ ପଟ୍ଟନାୟକ…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା ଓକିଲାତି ସଂଘ (ବାର୍ଡ), ଅବସରପ୍ରାପ୍ତ ସୈନିକ ସଂଘ ଏବଂ ଗ୍ରାହକ ପଞ୍ଚାୟତର ମିଳିତ…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧ ଜଣ ବିଧାୟକ ଦଳୀୟ ନିଷ୍ପତ୍ତି ବିରୋଧରେ ଯାଇ ଭୋଟ ଦେବା ଫଳରେ ସ୍ବାଧୀନ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯୁବକ ଦୁଇ ଜଣ ହେଲେ ସନ୍ତୋଷ ବାଡତ୍ୟା (୨୮) ଓ ନରସିଂହ…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି କିଶୋର କୁମାର ସାମଲ…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ ଜିଲାପାଳ ସୁବ୍ରତ ଶତପଥିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜନଶୁଣାଣିରେ ଭୁବନେଶ୍ୱର ସ୍ଥିତ ଓଡ଼ିଶା ସାମାଜିକ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ ଟାୱାର ସ୍ଥାପନ ପାଇଁ ଖୋଳାଯାଇଥିବା ଗଭୀର ଗାତ ଏବେ ସ୍ଥାନୀୟ ଲୋକଙ୍କ ପାଇଁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪ ଦିନ ତଳେ କାଇଟିମା ଗାଁ ର ରୟାମ ବେହେରାଙ୍କ ଏକ ବଳଦକୁ ଅଜଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri