ଆମ ଜିଲା ଖବର

ଲାଞ୍ଜିଗଡ଼, ନର୍ଲାରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା ମିଳିଛି।

ବାଙ୍ଗିରିପୋଷି, ବାରିପଦାରେ ଭାଜପା ଓ ମୋରଡାରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩।୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ମୟୂରଭଞ୍ଜ ଲୋକ ସଭା ଆସନ ଅନ୍ତର୍ଗତ ବାଙ୍ଗିରପୋଷି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗଦା ମୁର୍ମୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ସୁଦାମ ମାରାଣ୍ଡିଙ୍କଠାରୁ ୭୯୮ ଭୋଟରେ ଆଗୁଆ ଅଛନ୍ତି। ସେହିପରି…

ନୂଆପଡ଼ା ବିଧାନସଭା: କଂଗ୍ରେସ ଆଗରେ

ନୂଆପଡ଼ା ଅଫିସ,୨୩।୫: ନୂଆପଡ଼ା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଆଗରେ ଅଛନ୍ତି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଘାସିରାମ ୬୭୨୮ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ରାଜେନ୍ଦ୍ର ଢୋଲକିଆ ୫୯୪୦ ଭୋଟ ପାଇଛନ୍ତି।

ଖଡ଼ିଆଳ ବିଧାନସଭା: ଆଗେଇଲା ବିଜେଡି

ନୂଆପଡ଼ା ଅଫିସ,୨୩।୫: ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ଆଗୁଆ ଅଛନ୍ତି। ଚତୁର୍ତ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଲମ୍ବୋଦର ୬୮୨୯ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଅଧିରାଜ ପାଣିଗ୍ରାହୀ ୬୮୦୮ ଭୋଟ ପାଇଛନ୍ତି।

ବୀରମହାରାଜପୁରରୁ ପଦ୍ମନାଭ ବେହେରା ପଛୁଆ

ବୀରମହାରାଜପୁର,୨୩।୫: ବୀରମହାରାଜପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ପଦ୍ମନାଭ ବେହେରା ପଛରେ ପଡ଼ିଛନ୍ତି। ୫ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପଦ୍ମନାଭ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ରଘୁନାଥ ଜଗଦେବଙ୍କଠାରୁ ୨୫୦୦ ଖଣ୍ଡ ଭୋଟରେ ପଛୁଆ ଥିବା ସୂଚନା ମିଳିଛି।

ସୋନପୁରରୁ ନିରଞ୍ଜନ ପୂଜାରୀ ଆଗୁଆ

ସୋନପୁର,୨୩।୫: ସୋନପୁର ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଆଗୁଆ ରହିଛନ୍ତି। ୭ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନିରଞ୍ଜନ ୪୭୧୮ ଖଣ୍ଡ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଅଶୋକ ପୂଜାରୀ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।

ପଟ୍ଟାଙ୍ଗିରେ ବିଜେଡିର ପ୍ରୀତମ ପାଢ଼ୀ ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ପଟ୍ଟାଙ୍ଗି ବିଧାନସଭା ଆସନରେ ୩ଟି ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରୀତମ ପାଢ଼ୀ ପ୍ରଥମ ରାଉଣ୍ଡରେ ୨୦୯୭, ଦ୍ୱିତୀୟ ରାଉଣ୍ଡରେ ୪୫୬୩ ଓ ତୃତୀୟ ରାଉଣ୍ଡରେ ୭୨୪୬ ଭୋଟ୍‌ ପାଇଛନ୍ତି। ସେହିପରି ଭାଜପାର ରାମଚନ୍ଦ୍ର ପାଙ୍ଗି ୩ଟି…

ଚିକିଟି ବିଧାନସଭାରେ କଡା ଟକ୍କର

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀରେ ଭାଜପା ଏବଂ ବିଜେଡି ମଧ୍ୟରେ କଡା ଟକ୍କର ଚାଲିଛି। ପ୍ରଥମ ରାଉଣ୍ଡରେ ବିଜେଡିର ଉଷା ଦେବୀ ୨୩୩୩ ଭୋଟ ପାଇଥିବା ବେଳେ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରା ୨୪୬୩ ଖଣ୍ଡ ଭୋଟ ପାଇ ଆଗୁଆ…

ତୃତୀୟ ରାଉଣ୍ଡ ସୁଦ୍ଧା ଜୁନାଗଡ଼ରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଜୁନାଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଦିବ୍ୟଶଙ୍କର ମିଶ୍ର ଆଗୁଆ ଅଛନ୍ତି। ଦିବ୍ୟଶଙ୍କର ୪୫୫୬ ଭୋଟ ପାଇଥିବାବେଳେ ଭାଜପାର ମନୋଜ କୁମାର ମେହେର ୨୪୧୨ ଭୋଟ ପାଇଛନ୍ତି।

ରାୟଗଡ଼ାରେ ବିଜେଡିର ହିମିରିକା ଆଗୁଆ

ରାୟଗଡ଼ା ଅଫିସ୍‌, ୨୩।୫: ରାୟଗଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ଲାଲ୍‌ ବିହାରୀ ହିମିରିକା ୩୫୯ ଭୋଟରେ ଆଗୁଆ ରହିଛନ୍ତି। ହିମିରିକାଙ୍କୁ ୧୫୪୬ ଭୋଟ ମିଳିଥିବାବେଳେ କଂଗ୍ରେସର ଆପ୍ପଲୁ ସ୍ବାମୀ କାଡ୍ରାକାଙ୍କୁ…

୨ୟ ରାଉଣ୍ଡ : ଧାମନଗରରେ ଭାଜପା ଆଗରେ

ଧାମନଗର, ୨୩।୫-ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଦାସ ୨୧୫୨, ଭାଜପା ପ୍ରାର୍ଥୀ ବିଷ୍ଣୁ ସେଠୀ ୨୨୮୭, ଏବଂ କଂଗ୍ରେସ ପ୍ରାର୍ଥୀ ବିଦ୍ୟାଧର ଯେନାଙ୍କୁ ୨୦୨ ଖଣ୍ଡ ଭୋଟ ମିଳିଛି। ଏଥିରେ ଭାଜପା ୧୩୫ ଖଣ୍ଡ ଭୋଟରେ ଆଗୁଆ ଅଛି।

ସୁନ୍ଦରଗଡ଼ ବିଧାନସଭା: ଯୋଗେଶ ସିଂ ପଛୁଆ

ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ କୁସୁମ ଟେଟେ ଆଗୁଆ ଅଛନ୍ତି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କୁସୁମ ୭୮୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଯୋଗେଶ ସିଂ ୬୮୫୦ ଭୋଟ ପାଇଛନ୍ତି। କଂଗ୍ରେସର ଅନୀତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?