ଆମ ଜିଲା ଖବର

ମାଙ୍ଗାନିଜ ଚୋରି ଓ ସୁରକ୍ଷାକର୍ମୀଙ୍କ ମୋବାଇଲ ଲୁଟ୍‌ ଘଟଣା: ଧରାପଡିଲେ ୪ ଅଭିଯୁକ୍ତ

ବଡବିଲ,୨୨ା୪(ସ୍ବ.ପ୍ର.):- କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ବଲାଣୀ ଥାନା ଅର୍ଜୁନଲୋଧା ମାଇନ୍ସରୁ ମାଙ୍ଗାନିଜ ଚୋରି ଓ ମୋବାଇଲ ଲୁଟ୍‌ ଘଟଣାରେ ସଂପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଜାମଟିକ୍ରା, ୨୨।୪ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରୁଛନ୍‌। ଭିନେ ଭିନେ ଯୋଜନାରେ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ବହୁତ୍‌ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକର…

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

କେସିଙ୍ଗା,୨୨।୪(ଡି.ଏନ.ଏ.): କେସିଙ୍ଗା ଏନ୍‌.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍‌ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦…

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ: ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ନୂଆପଡା ଅଫିସ,୨୨ା୪: ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍‌ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍‌କା ଅଂଚଲରେ ଫ୍ଲୋରାଇଡ୍‌ ବାହାରୁଛେ। ନିରମଲ ପିଇଲା ପାଏନ୍‌ ଟିକେ ପାଏବାର ଲାଗି ଇଠାନେ ଲୁକ୍‌କୁ ନାନା ସମସିଆ ସଂଗେ ଯୁଝ୍‌ବାକେ ପଡ଼ୁଛେ। ସେ…

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ବିନିକା,୨୨ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍‌। ସେ ଜନମ୍‌ ବେଲୁ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ହେଇ…

ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)- ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି। ଏହାର କୂଳ ଏବେ ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଛି, ଯେଉଁ ସୀତାସାଗର ପୋଖରୀ ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ଥିଲା। ସହର…

ବିଲ୍ଟ ପେପର ମିଲରେ ପୁଣି ଅଚଳାବସ୍ଥା:ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ୟୁନିୟନ

ଜୟପୁର,୨୧।୪(ନି.ପ୍ର.): ଜୟପୁର ବିଲ୍ଟ ପେପର ମିଲ୍‌ରେ ପୁଣିଥରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କଞ୍ଚାମାଲ ନାହିଁ, ପୁଣି ଆବଶ୍ୟକ କେମିକାଲର ଅଭାବ। ଗତ ଫେବୃଆରୀରୁ କର୍ମଚାରୀ ଓ ଅନ୍ୟ ଠିକା କର୍ମଚାରୀ ଦରମା ପାଇନାହାନ୍ତି। କର୍ମଚାରୀଙ୍କ ପିଲାମାନେ ଏବେ ସ୍କୁଲରେ ନାମଲେଖା କିମ୍ବା…

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ କବାଡ଼ିଆ ବୋଝେଇ ଟ୍ରକ ଓଆର ୧୫ କେ ୩୬୮୩ ରବିବାର ସକାଳେ ପିଟି ହୋଇଯାଇଛି।…

ସମୁଦ୍ର ସୀମାକୁ ସୁରକ୍ଷା ଦେବ ଆଇଏନ୍‌ଏସ୍‌ ଇମ୍ଫାଲ

ସନୂଆଦିଲ୍ଲୀ,୨୧।୪: ଭାରତୀୟ ନୌସେନାରେ ବିଧ୍ୱଂସକ ଜାହଜ ଆଇଏନ୍‌ଏସ୍‌ ଇମ୍ଫାଲକୁ ସାମିଲ କରାଯାଇଛି। ମୁମ୍ବାଇର ମଝଗାଁଓ ଉପକୂଳରେ ଏହାକୁ ସମୁଦ୍ର ମଧ୍ୟରେ ପ୍ରବେଶ କରାଯାଇଛି। ରାଡରକୁ ଚକ୍‌ମା ଦେଇ ଶତ୍ରୁ ପକ୍ଷଙ୍କୁ ଆକ୍ରମଣ କରିବାର କ୍ଷମତା ରଖିଥିବା ଏହି ଯୁଦ୍ଧ ଜାହଜ ଗାଇଡେଡ…

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍‌ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ସିଙ୍ଗାରପଲ୍ଲୀ ପଞ୍ଚାୟତ ବନ୍ତଳା ଗ୍ରାମର ଉଜ୍ୱଳା ପାଇକରାୟ। ଉଜ୍ୱଳା ଓ ଗ୍ରାମର କିଛି ମହିଳା…

ଜଳ ଯୋଗାଣ ପାଇପ ଲିକ୍‌, ନଷ୍ଟ ହେଉଛି ପାଣି

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ନୟାଗଡ ସହରବାସୀଙ୍କୁ ପାନୀୟ ଜଳ ସମସ୍ୟା ଅତିଷ୍ଠ କରୁଛି। ଜଳଯୋଗାଣର ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଆରମ୍ଭରୁ ସମସ୍ୟା ସୃଷ୍ଟି କରୁଛି। କଣ୍ଟିଲୋ, ବାଣପୁର ନିକଟ ମହାନଦୀରୁ ୩୦ କି.ମି ଦୂର ନୟାଗଡ ସହରକୁ ହୋଇଥିବା ପାନୀୟ ଜଳ ଯୋଗାଣ…

ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସ ବସନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?