ଆମ ଜିଲା ଖବର

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ ଡ଼. ରବୀନ୍ଦ୍ର ନାରାୟଣ ବେହେରା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି।…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜବତ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବଳରାମ ଗୌଡ (୩୫) । ସୂଚନା ଅନୁସାରେ, ବଳରାମ ତାଙ୍କର ଘର…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ ଥାନା ଗୋଡିସାହି ଗ୍ରାମର ପ୍ରଦୀପ ନାୟକ ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ,…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ସୂଚନା ଅନୁଯାୟୀ, ତିଲେଇମାଳ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଦମ୍ପତିଙ୍କ ଘର କନ୍ଧମାଳ ଜିଲା ନେଡ଼ିପଙ୍ଗାରେ। ମିଳିଥିବା ସୂଚନା ମୁତାବକ, ନିଃସନ୍ତାନ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତଙ୍କ ନିର୍ଦ୍ଦେଶକ୍ରମେ ଏନସିସି ସିଟିଓ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ ନଗଦ ଟଙ୍କା ଚୋରି ଘଟଣାରେ କେସିଙ୍ଗା ପୋଲିସ ୬ ଜଣଙ୍କୁ ଗିରଫ କରି…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ। ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ତାଳଚେରରୁ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି । ଡଙ୍ଗାକୁ ଚଢୁଥିବା ବେଳେ ଜଣେ ବୃଦ୍ଧଙ୍କୁ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଉପସ୍ଥିତିରେ ପୌରପରିଷଦ ପ୍ରଶାସନ ଓ ଉଠାଦୋକାନୀ ବ୍ୟବସାୟୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି । ଅନଶନ ଆରମ୍ଭ ପୂର୍ବରୁ କର୍ମୀ ଏବଂ ସହାୟିକାମାନେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?