ରାୟଗଡା

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ପରୀକ୍ଷାର୍ଥୀ ସୁଭଦ୍ରା କିର୍ସାନୀ ଓ ସାମୁଏଲ ପାଙ୍ଗୀ ପରୀକ୍ଷା…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌ ରାସ୍ତାରେ ଏକ ନବଜାତ ଶିଶୁର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶିଶୁ ଜନ୍ମ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପ୍ରଥମ ଦିନ ୫୨୬ ଜଣ ପରୀକ୍ଷା ଦେଇଥିବା ବେଳେ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ ଆଦିବାସୀ ସଂପ୍ରଦାୟ ଅନ୍ଧାରରେ ରହୁଛନ୍ତି । ଗାଁରେ ଭୁତ ବୁଲିଛି କହି ରାୟଗଡା…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର ୭ ନମ୍ବର ୱାର୍ଡର ୱାର୍ଡ ସଭ୍ୟ ତଥା ନାଏବ ସରପଞ୍ଚ ଥିଲେ ବନିତା।…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ ହୋଇଥିଲା। ବଡ଼ ଡଙ୍ଗର ଓ ତେରେଡ଼ା ପାହାଡ଼ ମଧ୍ୟଭାଗରେ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ରେ ଅବସ୍ଥିତ ପାରସାଲି ପଞ୍ଚାୟତରେ ବସବାସ କରୁଥିବା ଡଙ୍ଗରିଆ କନ୍ଧ ସମ୍ପ୍ରଦାୟ…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ରେ ଅବସ୍ଥିତ ପାରସାଲି ପଞ୍ଚାୟତରେ ବସବାସ କରୁଥିବା…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ ଲୋକେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୁର୍ଘଟଣାରେ ଜୀବନ ଯାଉଛି। ଏହି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା ପୋଲିସ ରବିବାର ୱେବ୍‌ ଖବରଦାତା ରଞ୍ଜୁ ଓରଫ୍‌ ଅନୁବ୍ରତ ବାରା ଓ ବଳି…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ପ୍ରେମିକ ନିଜ ପ୍ରେମିକାକୁ ପାଇବା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି କପିଳେଶ୍ବର…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ ଗ୍ରାମର ସିଦ୍ଧାନ୍ତ ଗାଣ୍ଟା। ତେବେ ଗାଁ ନିକଟରେ ଥିବା ଏକ ଚାଷ ଜମିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri