ଦୋଳଯାତ୍ରା ଦେଖି ଫେରିବା ବେଳେ ଭୟଙ୍କର ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୩ ମୃତ
ବିଷମକଟକ,୧୦।୩(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମକଟକ ଥାନା ଅନ୍ତର୍ଗତ ଦୁର୍ଗୀ ଜଗନ୍ନାଥ ମନ୍ଦିର ପାଖ ଢାବା ନିକଟରେ ଭୟଙ୍କର ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସା…
ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା
ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ରାୟଗଡା ଭାରତୀୟ ଷ୍ଟେଟ୍ବ୍ୟାଙ୍କ (ଏଡିବି) ନିକଟରେ ଏଭଳି ଲୁଟ୍ ଘଟିଛି। ସୋମବାର ଅପରାହ୍ନ…
ମହିଳା ଡାଟା ଏଣ୍ଟ୍ରି ଅପରେଟରଙ୍କ ଆତ୍ମହୁତି ଉଦ୍ୟମ, ଫିନାଇଲ୍ ପିଇ ଦେହରେ ନିଆଁ….
ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାର ଅଧିଷ୍ଟାତ୍ରୀ ଦେବୀ ମା ମଝିଘରିଆଣିଙ୍କ ମନ୍ଦିର ନିକଟରେ ଅଘଟଣ । ନିଜ ଦେହରେ ନିଆଁ ଲଗାଇ ଜଣେ ମହିଳାଙ୍କ ଆତ୍ମହତ୍ୟା ଉଦ୍ଯମ କରିଛନ୍ତି । ମହିଳା ଜଣକ ରାୟଗଡା ସହରର ଇନ୍ଦିରାନଗର ଅଞ୍ଚଳର ଶୁଭଦ୍ରା ମାଝୀ…
ଧରିତ୍ରୀରେ ଖବର ପ୍ରକାଶ ପରେ ପୌର ପ୍ରଶାସନର ତତ୍ପରତା, ବିଜ୍ଞାପନ ବୋର୍ଡ଼….
ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ଧରିତ୍ରୀରେ ‘ପରିବେଶ ନଷ୍ଟ କରୁଛି ସୁନା ଋଣ ସଂସ୍ଥା ଆଇଆଇଏଫଏଲ୍’ ଶୀର୍ଷକ ରବିବାର ପ୍ରକାଶ ପାଇବା ପରେ ତତ୍ପରତା ଦେଖାଇଛି ପୌର ପ୍ରଶାସନ । ରବିବାର ପୌର ନିର୍ବାହୀ ଅଧିକାରୀ କୁଲଦୀପ କୁମାରଙ୍କ ନିର୍ଦ୍ଦେଶକ୍ରମେ ପୌର କର୍ମଚାରୀ…
୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ ମୃତଦେହ ବସ୍ତାରେ ବାନ୍ଧି…
ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା ସମଗ୍ର ରାୟଗଡ଼ା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନାମୁତାବକ, ଚାଟିକଣାସ୍ଥିତ ପୁରୁଣା ଷ୍ଟେଶନ…
ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…
ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍ ସମୟରେ ହଠାତ୍ ଉପଜିଲାପାଳଙ୍କ ନେତୃତ୍ୱରେ ଦୁଇ ଡେପୁଟି କଲେକ୍ଟର ଶୁଭ୍ରସ୍ନାତ ରାଉତ, ଯୋହନ ବଡ଼ଭୂୟାଁ, ଦୁଇ ଅତିରିକ୍ତ ତହସିଲଦାର…
ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର
ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ଜଣ ସଦସ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁତର ଅବସ୍ଥାରେ…
ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପରତା, ବେଙ୍ଗାଲୁରୁରୁ ଆସିଲା ମଞ୍ଜୁଳାଙ୍କ ମରଶରୀର
ଗୁଣୁପୁର, ୩।୩(ସଂକେତ ପାତ୍ର): ଗତ ଫେବୃଆରୀ ୨୫ ତାରିଖରେ ବେଙ୍ଗାଲୁରୁରେ ଗୁଣୁପୁର ନିକଟସ୍ଥ ରେଜିଂତାଲ ଗ୍ରାମର ଇସ୍ତିପାନ ଗମାଙ୍ଗଙ୍କ ଝିଅ ମଞ୍ଜୁଳା ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ତତ୍ପରତା ପ୍ରକାଶ ପାଇଛି। ମଙ୍ଗଳବାର ଅପରାହ୍ନରେ…
ସ୍କୁଲ ହଷ୍ଟେଲରେ ଆଖିବୁଜିଲେ ଛାତ୍ରୀ: ସାଂଘାତିକ ଅଭିଯୋଗ ଆଣିଲେ ପରିବାର
ରାୟଗଡା,୩/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପାଠ ପଢୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଛାତ୍ରୀ ଜଣଙ୍କ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ…
ମାଟ୍ରିକ୍ ପରୀକ୍ଷାବେଳେ କପି ଦେଉଥିଲେ ୩ ଶିକ୍ଷକ, ଫ୍ଲାଇଂ ସ୍କ୍ବାଡ୍ ହାତରେ ପଡିଲେ ଧରା, ତା’ପରେ…
ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କୋଲନରା ବ୍ଲକ କୈଳାସପୁର ସରକାରୀ ହାଇସ୍କୁଲରେ ଦଶମ ପରୀକ୍ଷା ବେଳେ ବାହାର ସ୍କୁଲର ୩ ଜଣ ଶିକ୍ଷକଙ୍କୁ କପି ଦେଉଥିବା ଅଭିଯୋଗରେ ଧରିଛି ଫ୍ଲାଇଂ ସ୍କ୍ବାଡ୍ । ରାୟଗଡ଼ା ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଶାନ୍ତିଲତା…
ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍ ଆଗରେ: ପଡିଛି କର୍ମଚାରୀ ମୃତଦେହ, ହଠାତ୍ ଛାତିରେ ହେଲା ଯନ୍ତ୍ରଣା
ମୁନିଗୁଡା,୧।୩(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡାରେ ଏକ ଅଭାବନୀୟ ଘଟଣା ଘଟିଛି। ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍ ଆଗରେ ବ୍ଲକର ଜଣେ ଯୁବ କର୍ମଚାରୀଙ୍କ ମୃତଦେହ ମିଳିଛି। ମୃତକ ଜଣକ ହେଲେ ବ୍ଲକର ଭିବି-ଜି-ରାମ-ଜି ଆସିଷ୍ଟାଣ୍ଟ ସୁଶାନ୍ତ ଗୌଡ଼। ସୂଚନା…
କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ
ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମୀଯୁଗଳଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗଜପତି ଜିଲା ଅଡବା ଥାନା ବଚେବା…

