୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ
ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର ମାନ୍ୟତା ଅନୁସାରେ, କିଛି ଲୋକଙ୍କ ଜୀବନରେ ସଫଳତା ଅପେକ୍ଷାକୃତ ବିଳମ୍ବରେ ଆସେ। ବିଶେଷକରି…
ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍
ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା, ଶିକ୍ଷକ ଅଭାବ କାରଣରୁ ଲକ୍ଷ୍ୟ ସାଧନ ହୋଇପାରୁନାହିଁ। କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର…
ଡୋପ୍ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍ ବହିଷ୍କୃତ
ନୂଆଦିଲ୍ଲୀ,୫ା୯: ଫୁକେଟ୍ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍ ୩୦୦ ଫୁଟ୍ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍ ଟେଷ୍ଟରୁ ଧରାପଡ଼ିବା ପରେ ପାଇଲଟ୍-ଇନ୍-କମାଣ୍ଡଙ୍କୁ ବହିଷ୍କାର କରାଯାଇଥିବା ଏୟାର ଇଣ୍ଡିଆ ଶୁକ୍ରବାର କହିଛି। ଏୟାର ଇଣ୍ଡିଆର ଏୟାରବସ୍…
ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…
ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍ଓ) ପକ୍ଷରୁ କୁହାଯାଇଛି।…
ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’
ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା ସହ ସେମାନଙ୍କର ଏକ ସ୍ବତନ୍ତ୍ର ସ୍ବର ଶୈଳୀ ବିକଶିତ ହୋଇଥାଏ। ଶିମ୍ପାଞ୍ଜିଙ୍କର ହସ,…
ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…
ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍ପିଏଫ୍) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ ରେଳ କର୍ମଚାରୀଙ୍କୁ ଆର୍ପିଏଫ୍ ଥାନା ହାଜତରେ ଅକଥନୀୟ ନିର୍ଯାତନା ଦିଆଯାଇଛି। ଆର୍ପିଏଫ୍ ପୋଲିସ…
ହିନ୍ଦୁତ୍ୱ ଇନ୍ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ
ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଶୁକ୍ରବାର ଉତ୍ତରପ୍ରଦେଶର ବୁଲନ୍ଦସହରରୁ ଗିରଫ କରାଯାଇଛି। ଭରଦ୍ୱାଜଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ…
ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି
ପୁରୀ,୫ା୯(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ପୁଳା ପୁଳା ଟଙ୍କା ଜବତ କରିଛି। ଅଭିଯୁକ୍ତଦ୍ୱୟ ହେଲେ ତାଳବଣିଆ…
ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍ ଉତ୍କ୍ଷେପଣ କଲା ଇସ୍ରୋ
ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ ସୃଷ୍ଟି କରିଛି। ଜିଏସ୍ଏଲ୍ଭି ରକେଟ ସାହାଯ୍ୟରେ ୨,୩୦୦ କି.ଗ୍ରା.ରୁ ଉର୍ଦ୍ଧ୍ୱ ଓଜନର ପେଲୋଡ୍କୁ…
ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୯ (ସୁନିତ୍ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍ କିଷାନ ଯୋଜନାର ୫ମ କିସ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ୪୧ ଲକ୍ଷ ୩୫ ହଜାର ୯୭୮…
ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି
ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି ସିରିଜ୍ରେ ଟିମ୍ ଇଣ୍ଡିଆର ମୁକାବିଲା ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ବେଳେ ମ୍ୟାଚ୍ଗୁଡ଼ିକ…
ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ
ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ୩ ଜଣ ମହିଳା ସାମିଲ ଥିବା ନେଇ ଛତ୍ରପୁର ଥାନା…

