Home Left

ସହରରେ ଘୋଷଣା ପୂର୍ବରୁ ଲକ୍‌ଡାଉନ୍‌: ଭୟଭୀତ ଅବସ୍ଥାରେ ଲୋକେ

କେନ୍ଦୁଝର, ୨୪।୩ (ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ସହରରେ ସୋମବାରଠାରୁ ଅଘୋଷିତ ଲକ୍‌ଡାଉନ୍‌ ଲାଗୁ ହୋଇଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ ସମସ୍ତ ଦୋକାନ ବନ୍ଦ କରିଦିଆଯାଇଛି। ଫଳରେ ଅପ୍ରସ୍ତୁତ ଲୋକମାନେ…

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ: ପରିବା ମାର୍କେଟରେ ଭିଡ଼ ଅସମ୍ଭାଳ

ରଣପୁର, ୨୪।୩(ଡି.ଏନ୍‌.ଏ.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୟାଗଡ଼ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମଙ୍ଗଳବାର ଲକ୍‌ଡାଉନ୍‌ର ପ୍ରଥମ ଦିନରେ ରାଜସୁନାଖଳାର ବିଭିନ୍ନ ସ୍ଥାନରେ ଲୋକେ ପ୍ରଶାସନିକ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା ଦେଖିବାକୁ…

ବହୁମତରେ ବିଜୟଲାଭ କଲେ ଶିବରାଜ: ଆସିଲେ ନାହିଁ କଂଗ୍ରେସ ବିଧାୟକ

ଭୋପାଳ,୨୪।୩: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶିବରାଜ ସିଂ ଚୌହାନ ମଙ୍ଗଳବାର ବିଧାନସଭାରେ ବହୁମତ ସାବ୍ୟସ୍ତ କରିଛନ୍ତି। ଏହି ସମୟରେ ବିଧାନସଭାରେ କୌଣସି ଜଣେ ହେଲେ କଂଗ୍ରେସ ବିଧାୟକ ଉପସ୍ଥିତ ନ ଥିବା କୁହାଯାଉଛି। ସୋମବାର ରାତି…

ନିୟମ ଉଲ୍ଲଂଘନକାରୀଙ୍କୁ ‘ମୁଁ ସମାଜର ଶତ୍ରୁ’ ଲେଖି ପୋଷ୍ଟର ଧରାଇଲା ପୋଲିସ

ଡେରାଡୁନ,୨୪।୩: ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ‘ଜନତା କର୍ଫ୍ୟୁ’ ଘୋଷଣା କରିଥିବା ବେଳେ ଏହାକୁ ଅଧିକାଂଶ ଲୋକ ଅବମାନନା କରୁଥିବା ଦେଖାଯାଇଛି। ଗତ ୨୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ‘ଜନତା କର୍ଫ୍ୟୁ’ ଘୋଷଣା କରାଯାଇଥିବା…

କ୍ରେଡିଟ୍‌ କାର୍ଡ ବ୍ୟବହାର କରୁଥିଲେ

ବର୍ତ୍ତମାନ ଅଧିକାଂଶ ମହିଳା କ୍ରେଡିଟ୍‌ କାର୍ଡ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି । ହେଲେ ଏହାକୁ ବ୍ୟବହାର କରିବା ସମୟରେ ସୁରକ୍ଷା ଦୃଷ୍ଟିରୁ କେତେକ ଦିଗ ପ୍ରତି ସତର୍କ ରହିବା ଆବଶ୍ୟକ… ଅନେକ ମହିଳା ବିଭିନ୍ନ ମେସେଜ୍‌ କିମ୍ବା ଇ-ମେଲ୍‌ରେ ଆସୁଥିବା…

ଶାହିନବାଗ ଆନ୍ଦୋଳନ: ପୋଲିସକୁ ଧନ୍ୟବାଦ ଦେଲେ ଜନତା

ନୂଆଦିଲ୍ଲୀ,୨୪।୩: ଦୀର୍ଘ ପ୍ରାୟ ୧୦୦ ଦିନର ଆନ୍ଦୋଳନ ପରେ ମଙ୍ଗଳବାର ଖାଲି ହୋଇଛି ଶାହିନବାଗ। ଏହାକୁ ଦେଖି ଦକ୍ଷିଣ ଦିଲ୍ଲୀର ଡିସିପି ଆର୍‌ପି ମିନା ଓ ତାଙ୍କ ସହଯୋଗୀଙ୍କୁ ସାଧାରଣ ଜନତା ଧନ୍ୟବାଦ ଜଣାଇବା ସହ ଫୁଲ ଦେଇ ଶୁଭେଚ୍ଛା ଜଣାଇଛନ୍ତି।…

ଦିଲ୍ଲୀରୁ ଆସିଲା ଭଲ ଖବର: ୨୪ ଘଣ୍ଟାରେ ମିଳି ନାହାନ୍ତି ଗୋଟିଏ ବି କରୋନା ପଜିଟିଭ

ନୂଆଦିଲ୍ଲୀ,୨୪।୩: କରୋନା ଭାଇରସ ସଂକ୍ରମଣକୁ ନେଇ ସବୁଆଡେ କୋକୁଆ ଭୟ ସୃଷ୍ଟି ହୋଇଥିବା ବେଳେ ରାଜଧାନୀ ଦିଲ୍ଲୀରେ ବି ସୋମବାର ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦ ଛୁଇଁଥିଲା। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ଗୋଟିଏ ବି କରୋନା…

ଆମେରିକାରେ ଭାରତୀୟଙ୍କ ଦେବଦୂତ ସାଜିଛନ୍ତି ପ୍ରମିତ

ଓ୍ବାଶିଂଟନ,୨୪।୩: ଆମେରିକାର ଇଣ୍ଡୋୟୁଏସ୍‌ ହେଲ୍‌ଥ ଇନିସିଏଟିଭର କୋ-ଫାଉଣ୍ଡର ଭାରତୀୟ ମୂଳ ବାସିନ୍ଦା ପ୍ରମିତ ମାକୋଡେ ଆମେରିକାର କରୋନା ସହ ଲଢୁଥିବା ଭାରତୀୟଙ୍କ ପାଇଁ ଦେବଦୂତ ସାଜିଛନ୍ତି। ଇନ୍ଦୋରର ଏହି ମୂଳ ବାସିନ୍ଦା ଆମେରିକାର ବୋଷ୍ଟନରେ କିଛି ବର୍ଷ ହେବ ରହି ଆସୁଛନ୍ତି।…

କରୋନା ଭୟ: ଘରେ ବାସନ ଧୋଉଛନ୍ତି ଏହି ଷ୍ଟାର

ମୁମ୍ବାଇ: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୫୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ପ୍ରାୟ…

୮ମାସ ପରେ ଗୃହବନ୍ଦୀରୁ ମୁକୁଳିଲେ ଓମାର ଅବଦ୍ଦୁଲା

ଶ୍ରୀନଗର,୨୪।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲାଙ୍କୁ ଦୀର୍ଘ ୮ମାସ ପରେ ଗୃହବନ୍ଦୀରୁ ମୁକ୍ତ କରାଯାଇଛି। ଓମାରଙ୍କ ଉପରେ ଲାଗିଥିବା ପିଏସ୍‌ଏ ହଟାଇ ଦିଆଯାଇଛି ବୋଲି ଜମ୍ମୁ-କଶ୍ମୀରର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଓମାରଙ୍କ ଭଉଣୀ ସାରା ଅବଦ୍ଦୁଲା ପାଇଲଟ ଗୃହବନ୍ଦୀରୁ…

କରୋନା ଭାଇରସ: ପୁଣିଥରେ ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୨୪।୩: କରୋନା ଭାଇରସ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଭୟଙ୍କର ରୂପ ନେବାକୁ ଯାଉଛି ବୋଲି ଆଲୋଚନା ହେଉଛି। ସୋମବାର ଦେଶରେ ଏକାଥରେ ୯୯ କରୋନା ପଜିଟିଭ ରୋଗୀ ଚିହ୍ନଟ ହେବା ପରେ ଏବେ ଏହା…

ଖବରକାଗଜ ସୁରକ୍ଷିତ: କେରଳ ଡାକ୍ତର

କୋଜିକୋଡ଼େ,୨୪।୩: ଖବରକାଗଜ ଯୋଗୁ ମଧ୍ୟ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଥିବା ନେଇ ଗୁଜବ ସୃଷ୍ଟି ହେବାପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଥିଲା। ସେହିପରି ଏବେ କେରଳ କୋଜିକୋଡ଼େର ଜଣେ ଡାକ୍ତର ଖବରକାଗଜ ଦ୍ୱାରା କରୋନା ସଂକ୍ରମଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri