Home Left

ରାଜଧାନୀରେ ବନ୍ଦ ରହିଲା ସବୁ ମଲ୍‌

ଭୁବନେଶ୍ୱର,୧୭।୩(ବ୍ୟୁରୋ): କଟକ, ଭୁବନେଶ୍ୱର ଟ୍ବିନ୍‌ସିଟିରେ ସମସ୍ତ ଶପିଂ ମଲ୍‌କୁ ବନ୍ଦ କରିବାକୁ ରବିବାର କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସୋମବାର ରସୁଲଗଡ଼ ଏସ୍‌ପ୍ଲାନେଡ୍‌ ମଲ୍‌ରୁ ଆରମ୍ଭକରି ବିଏମ୍‌ସି କେଶରୀ ମଲ୍‌, ଭବାନୀ ମଲ୍‌, ସେଣ୍ଟ୍ରାଲ ମଲ୍‌ ସମେତ ସହରର ସମସ୍ତ…

କୁକୁଡ଼ା ଚାଷୀଙ୍କ ପାଇଁ କ୍ଷତିପୂରଣ ଦାବି କଲା ଭାଜପା

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କୁକୁଡ଼ା ମାଂସ ଖାଇଲେ କରୋନା ହେବ ଏକଥା ମିଛ ପ୍ରମାଣିତ ହୋଇ ସାରିଛି। ଏହାର କୌଣସି ବୈଜ୍ଞାନିକ ଆଧାର ନାହିଁ । ହେଲେ ଏହି ଗୁଜବ କାରଣରୁ କୁକୁଡା ମାଂସ କେତେକ ଲୋକ ଖାଉ ନାହାନ୍ତି। ଏହା ଦ୍ୱାରା…

ସମସ୍ତ ସହରାଞ୍ଚଳରେ ହେବ ଅସ୍ଥାୟୀ କ୍ୱାରାଣ୍ଟାଇନ୍‌

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ରବିବାର ବିଳମ୍ବିତ ରାତିରେ ଜଣେ ୩୩ ବର୍ଷୀୟ ଯୁବକ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଛି। ତାଙ୍କ ରକ୍ତ ନମୁନା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି। ତେଣୁ ଏହି ଭୂତାଣୁ ଯେପରି…

ୱାଲର୍‌ଡ ବୁକ୍‌ ଅଫ୍‌ ରେକଡର୍‌ସରେ ଅଭିଷେକ: ୩୮ ଦିନରେ ୧୦ ହଜାର ପାଣି ବୋତଲ ବାଣ୍ଟିଛନ୍ତି

କଟକ ଅଫିସ,୧୭।୩: ସମାଜରେ ନିସ୍ବାର୍ଥପର ସେବା ପାଇଁ ୱାଲର୍‌ଡ ବୁକ୍‌ ଅଫ ରେକଡର୍‌ସ ୟୁକେରେ ସ୍ଥାନ ପାଇଛନ୍ତି କଟକ ଜିଲା ବାଦାମବାଡି ବିକାଶନଗର ଅଞ୍ଚଳର ଅଭିଷେକ ସାହୁ(୧୨)। ସେ ଫନି ବାତ୍ୟା ପରର ଗ୍ରୀଷ୍ମ୍‌ପ୍ରବାହ ସମୟରେ ପୋଲିସ ଏବଂ ଟ୍ରାଫିକ କର୍ମଚାରୀଙ୍କୁ…

କଲେଜ ଯିବେନି ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲାକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ଶିକ୍ଷାନୁଷ୍ଠାନକୁ ନ ଆସିବାକୁ ବାରଣ କରିଛି ଉଚ୍ଚଶିକ୍ଷା ବିଭାଗ। ପରୀକ୍ଷା କିମ୍ବା ମୂଲ୍ୟାଙ୍କନ ସମ୍ବନ୍ଧୀୟ କାର୍ଯ୍ୟ ନଥିଲେ କଲେଜ ନ ଆସିବାକୁ କୁହାଯାଇଛି। ତେବେ…

ଧାର୍ମିକ ପୀଠ, ପର୍ଯ୍ୟଟନସ୍ଥଳୀରେ ବଢ଼ିଲା କଟକଣା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଭାଇରସ୍‌ ସଂକ୍ରମଣ ଜଣାପଡିବା ପରେ ସବୁଠି କଟକଣା ଲାଗୁ କରାଯାଇଛି। କେଉଁଠି ୧୪୪ ଧାରା ଲାଗୁ ହୋଇଛି ତ ଆଉ କେଉଁଠି ମଲ୍‌ରୁ ଆରମ୍ଭକରି ମନ୍ଦିର, ଧାର୍ମିକ ପୀଠ, ପର୍ଯ୍ୟଟନସ୍ଥଳୀ ପର୍ଯ୍ୟନ୍ତ କଟକଣାକୁ ବଢ଼ାଇ ଦିଆଯାଇଛି।…

ଶ୍ରୀମନ୍ଦିର ହୁଣ୍ଡିରେ ଲକ୍ଷେ ଟଙ୍କା ଟପିଲାନି, ସୁନା ରୁପା ଶୂନ

ପୁରୀ ଅଫିସ, ୧୭।୩: କରୋନାର ପ୍ରଭାବ କେବଳ ଲୋକଙ୍କ ଜୀବନ ଜୀବିକା ଉପରେ ନୁହେଁ, ଶ୍ରୀମନ୍ଦିର ହୁଣ୍ଡିରେ ବି ଏହା ଦେଖିବାକୁ ମିଳିଛି। ବିଶ୍ୱବ୍ୟାପୀ ଘାତକ ସାଜିଥିବା ଏହି ମାରାତ୍ମକ ଭୂତାଣୁର ମୁକାବିଲା ଲାଗି ରବିବାର ଶ୍ରୀମନ୍ଦିର ପାଇଁ କେତେକ କଟକଣା…

ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ

ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଏହାକୁ ସମସ୍ତେ ମାନିବା ଦରକାର ବୋଲି କହିଛନ୍ତି ଲିବାନିଆର ପର୍ଯ୍ୟଟକ।…

ନବୀନଙ୍କ ପଦକ୍ଷେପକୁ ଅନୁସରଣ କରୁ ପାର୍ଲାମେଣ୍ଟ: ସସ୍ମିତ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଶ୍ୱବ୍ୟାପୀ ପ୍ରଭାବ ବିସ୍ତାର କରୁଥିବା କରୋନାକୁ ମୁକାବିଲା କରିବା ପାଇଁ ସମସ୍ତେ ଚେଷ୍ଟା କରୁଛନ୍ତି। କିଛିଦିନ ତଳେ ଓଡ଼ିଶାରେ କରୋନାକୁ ରାଜ୍ୟ ବିପତ୍ତି ଘୋଷଣା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଥିଲେ।…

କରୋନା ଆକ୍ରାନ୍ତ ଯୁବକ ଚିକିତ୍ସିତ ହୋଇଥିବା ଘରୋଇ କ୍ଲିନିକ ବନ୍ଦ

କଟକ ରୋଡ,୧୭।୩(ଡି.ଏନ୍‌.ଏ.): ରାଜଧାନୀର ଜଣେ ଯୁବକଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଜଣାପଡିବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଯୁବକଜଣକ ଇଟାଲୀରୁ ଭୁବନେଶ୍ୱର ଫେରିବା ପରେ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଥିବା ଏକ କ୍ଲିନିକରେ ଚିକିତ୍ସିତ ହୋଇଥିବା ଜଣାପଡିବା ପରେ…

ବିଦେଶ ଫେରନ୍ତା ୩ ଜଣଙ୍କୁ ଠାବ କଲା ମେଡିକାଲ ଟିମ୍‌

ରଘୁନାଥପୁର,୧୭।୩(ଡି.ଏନ୍‌.ଏ.): ବିଦେଶ ଫେରନ୍ତା ୩ ଜଣଙ୍କୁ ସୋମବାର ମେଡିକାଲ ଟିମ ଠାବ କରିଛି। ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ପ୍ରଭାସ ଚନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌ ଉତ୍ତରକୂଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନସ୍ଥ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରକୁ ଯାଇ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା…

ଭିଡିଓ କନ୍‌ଫରେନ୍ସିଂରେ ଶୁଣାଣିକୁ ଗୁରୁତ୍ୱ

କଟକ ଅଫିସ, ୧୭।୩: କରୋନା ଭୂତାଣୁକୁ ନେଇ ହାଇକୋର୍ଟ ପକ୍ଷରୁ ସୋମବାର ଏହା ଅଧୀନସ୍ଥ ତଳକୋର୍ଟଗୁଡ଼ିକ ପାଇଁ ସ୍ବତନ୍ତ୍ର ଆଡ୍‌ଭାଇଜରି ଜାରି କରାଯାଇଛି। କେଉଁ ପଦକ୍ଷେପ ନିଆଗଲେ ଭୂତାଣୁ ବ୍ୟାପିବାକୁ ରୋକାଯାଇପାରିବ ସେ ସମ୍ପର୍କରେ ଉକ୍ତ ଆଡ୍‌ଭାଇଜରିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri