ଲିଙ୍ଗରାଜ ମନ୍ଦିର ପାର୍ଶ୍ୱ ସର୍ଭେ ୩ଦିନ ବଢ଼ିଲା
ପୁରୁଣା ଭୁବନେଶ୍ୱର/ ଭୁବନେଶ୍ୱର ୧୭।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହେବ। ଏଥିପାଇଁ ମଙ୍ଗଳବାରଠାରୁ ଦୁଇଦିନିଆ ସର୍ଭେ ଆରମ୍ଭ ହୋଇଥିଲା। ହେଲେ ଜବରଦଖଲ ସ୍ଥାନ ଚିହ୍ନଟ କରିବାରେ ବହୁ ସମୟ…
୧୦ ବର୍ଷୀୟା ଆଦିବାସୀଙ୍କୁ ୫୦ ହଜାରରେ ବିକ୍ରି
ଅହମଦାବାଦ,୧୭ା୧୦: ଗୁଜରାଟର ବନାସକାନ୍ଥାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ବିବାହ ପାଇଁ ତାଙ୍କ ୧୦ ବର୍ଷୀୟା ଝିଅଙ୍କୁ ୫୦ ହଜାର ଟଙ୍କାରେ ବିକ୍ରି କରିଦେଇଛନ୍ତି। ଉକ୍ତ ଆଦିବାସୀ ନାବାଳିକାଙ୍କୁ କିଣିଥିବା ଅସ୍ଓ୍ବାରାର ୩୫ ବର୍ଷୀୟ ଗୋବିନ୍ଦ ଠାକୁର…
ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ଶାସନ ସଚିବଙ୍କ ୨ ଦିନିଆ ଜଗତ୍ସିଂହପୁର ଗସ୍ତ: ବଢ଼ିବ ଜିଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା
ଜଗତ୍ସିଂହପୁର ଅଫିସ, ୧୭ା୧୦: ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ଧରି ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟ (ଏମ୍ସିଏଚ୍) ୱାର୍ଡ ନିର୍ମାଣ ନେଇ ଦାବି ହୋଇ ଆସୁଥିଲା। ଅତୀତରେ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ସୁଦ୍ଧା…
କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା
ଆଲିଗଡ଼, ୧୭ା୧୦(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ ଜିଲାରେ ଜଣେ ସ୍ଥାନୀୟ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଜମି ବିବାଦକୁ ନେଇ ଏଭଳି ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି। ତାଙ୍କ ନାମ ମହମ୍ମଦ ଫାରୁକ୍। ସମ୍ସାଦ୍ ମାର୍କେଟ ନିକଟ ଅଫିସରେ ସେ ଥଇବାବେଳେ ମୋଟର…
ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ
ଧର୍ମଶାଳା,୧୭।୧୦(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ ନିଜସ୍ବ କାର୍ଯ୍ୟାଳୟ ପରିସରରେ ସ୍ମିତାରାଣୀ ଦୌଡ଼ି ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଥିବାବେଳେ ତାଙ୍କୁ…
ବିରୋଧୀଙ୍କୁ ମୋଦି କହିଲେ ବୁଡ଼ି ମର
ମୁମ୍ବାଇ,୧୭ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମହାରାଷ୍ଟ୍ର ନିର୍ବାଚନ ପ୍ରଚାରରେ ଯାଇ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ କରୁଥିବା ବିପକ୍ଷ ନେତାମାନଙ୍କ ଉପରେ କଟୁ ମନ୍ତବ୍ୟ ଦେଇଛନ୍ତି। ନିର୍ବାଚନ ସହ ଏହି ପଦକ୍ଷେପକୁ ଯୋଡ଼ୁଥିବାରୁ ତାଙ୍କୁ ସମାଲୋଚନା କରୁଥିବା ନେତାମାନେ ବୁଡ଼ି…
ବେଆଇନ ପିଚୁ ପ୍ଲାଣ୍ଟ ଉପରେ କାର୍ଯ୍ୟାନୁଷ୍ଠାନ
ଯାଜପୁର ଅଫିସ,୧୭।୧୦: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନରେ ଥିବା ୫ଟି ବେଆଇନ ପିଚୁ ପ୍ଲାଣ୍ଟକୁ ବନ୍ଦ କରିବାକୁ ଯାଜପୁର ଜିଲାପାଳ ଦୁଇଟି ସ୍ବତନ୍ତ୍ର ସ୍କ୍ବାର୍ଡ ଗଠନ କରିଛନ୍ତି। ଏହାକୁ ଧର୍ମଶାଳା ତହସିଲଦାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି)ର କଳିଙ୍ଗନଗର…
ଭାରତୀୟ ଚିକିତ୍ସକ ସଂଘ ପକ୍ଷରୁ ହାତଧୂଆ ଦିବସ
ଯାଜପୁର ଅଫିସ,୧୭।୧୦: ଭାରତୀୟ ଚିକିତ୍ସକ ସଂଘ ଯାଜପୁର ରୋଡ଼ ଆନୁକୂଲ୍ୟରେ ମଙ୍ଗଳବାର ଧନେଶ୍ୱର ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠରେ ବିଶ୍ୱ ହାତଧୁଆ ଦିବସ ପାଳିତ ହେଇଯାଇଛି। ସଂଘର ସଭାପତି ଡାକ୍ତର ହେମନ୍ତ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ…
ସଟର କାଟି ଲୁଗା ଦୋକାନରୁ ଲୁଟ
ଯାଜପୁର ଟାଉନ,୧୭।୧୦(ଡି.ଏନ୍.ଏ.): ସଟର କାଟି ଲୁଗା ଦୋକାନରୁ ଲୁଟ ହୋଇଛି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଇରାବାଦ ଗାଁ ର ମା’ ଲଷ୍ମୀ ଟେକ୍ସଟାଇଲ ଦୋକାନରୁ ମଙ୍ଗଳବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଲୁଗାଲୁଟ କରି ଫେରାର ହୋଇଯାଇଛନ୍ତି। ଲୁଟ ସାମଗ୍ରୀର…
ବେଆଇନଭାବେ ରାସ୍ତା ପାର୍ଶ୍ୱରେ ଗାଡି ପାର୍କିଂକୁ ବିରୋଧ
ଯାଜପୁର ରୋଡ଼,୧୭।୧୦(ନି.ପ୍ର.): ଯାଜପୁର-କେନ୍ଦୁଝର ରୋଡ ଆର୍ପିଏଫ୍ ପକ୍ଷରୁ ଟ୍ରାଫିକ୍ ଜାମ୍ ନେଇ ବିଭିନ୍ନ ସ୍ଥାନରୁ ଜବର ଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କିଛିଦିନ ତଳେ ଷ୍ଟେସନ ବଜାର, ଗୋପବନ୍ଧୁ ଛକ ଓ ଡାକବଙ୍ଗଳା ଛକ ଅଞ୍ଚଳରେ ଠେଲା ଦୋକାନଙ୍କୁ ଉଚ୍ଛେଦ…
ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ
କଳିଙ୍ଗନଗର,୧୭।୧୦(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖ୍ୟ ଡାକ୍ତରଖାନା ପାଲଟିଥିବା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶିଳ୍ପାଞ୍ଚଳରେ ଥିବା ୧୦ କାରଖାନାରେ ନିୟୋଜିତ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଏହି ଡାକ୍ତରଖାନା ଉପରେ ନିର୍ଭର କରିନ୍ତି।…
ପାର୍ଲାମେଣ୍ଟ ଶୀତ ଅଧିବେଶନ ନଭେମ୍ବର ୧୮ରୁ
ନୂଆଦିଲ୍ଲୀ,୧୭ା୧୦ (ଆଇଏଏନ୍ଏସ୍): ପାର୍ଲାମେଣ୍ଟର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ଯାଏ ଚାଲିବ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ)ର ଏକ ବୈଠକରେ ଅଧିବେଶନର ତାରିଖ ଓ…
Archives


