Home Left

ପ୍ରବଳ ବର୍ଷାରେ ଘର କାନ୍ଥ ଭୁଶୁଡିଲା

ମାଲକାନଗିରି,୬ା୯(ସ୍ବ.ପ୍ର): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଲାଗିରହିଛି। ଗୁରୁବାର ରାତିରେ ବର୍ଷାରେ ଖଇରପୁଟ ସଦର ମହକୁମା ସାହୁ କଲୋନୀ ସାହିରେ ଜଣେ ପି.ଚନ୍ଦ୍ରଶେଖର ଆଚାରି ଙ୍କ ଘରର କାନ୍ଥ ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଏହି ସମୟରେ ଘରେ କେହି ନ ଥିଲେ।…

ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ

ପୁରୀ ଅଫିସ,୬ା୯: ସେବାୟତ ପରିବାରର ପିଲାଙ୍କ ପାଇଁ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ ଯୋଜନା କରାଯାଇଛି। କିନ୍ତୁ ଏ ପର୍ଯ୍ୟନ୍ତ ଏହାର କାମ ଆରମ୍ଭ କରାଯାଇ ନାହିଁ। ଖୁବ୍‌ଶୀଘ୍ର ଏହାକୁ କିପରି କାର୍ଯ୍ୟକ୍ଷମ କରାଯିବ ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା ଅନୁସାରେ କରାଯାଉଛି ଅଧିକାଂଶ ସ୍ଥାନରେ ବିଧି ମୁତାବକ ହେଉନାହିଁ। ଏହା ମହାପ୍ରଭୁ ଏବଂ ଶ୍ରୀଜଗନ୍ନାଥ…

ଦକ୍ଷିଣ ଆଫ୍ରିକା ‘ଏ’ ୩୬ ରନରେ ପରାସ୍ତ: ଭାରତ‘ଏ’ ୪-୧ରେ ସିରିଜ ଜିତିଲା

ଥିରୁଭାନନ୍ତପୁରମ, ୬।୯(ପି.ଟି.): ଶୁକ୍ରବାର ଏଠାରେ ଅନୁଷ୍ଠିତ ୫ମ ତଥା ଅନ୍ତିମ ଅନଅଫିସିଆଲ ଏକଦିବସୀୟ କ୍ରିକେଟ ମ୍ୟାଚରେ ଭାରତ ‘ଏ’ ୩୬ ରନରେ ଦକ୍ଷିଣ ଆଫ୍ରିକା ‘ଏ’କୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୪-୧ରେ ବିଜୟୀ ହୋଇଛି।…

ଦୁଲୀପ ଟ୍ରଫି ଫାଇନାଲ: ଇଶ୍ୱରଙ୍କ ଶତକ, ଦୃଢ଼ ସ୍ଥିତିରେ ଇଣ୍ଡିଆ ରେଡ୍‌

ବେଙ୍ଗାଲୁରୁ,୬।୯(ପି.ଟି.): ବେଙ୍ଗଲ ଡାହାଣହାତୀ ବ୍ୟାଟ୍ସମ୍ୟାନ ଅଭିମନ୍ୟୁ ଈଶ୍ୱରନଙ୍କ ଦମ୍‌ଦାର ଶତକ ସହାୟତାରେ ଇଣ୍ଡିଆ ଗ୍ରୀନ୍‌ ବିପକ୍ଷ ଦୁଲୀପ ଟ୍ରଫି ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ରେଡ୍‌ ତା’ର ସ୍ଥିତି ଦୃଢ଼ କରିଛି। ସ୍ଥାନୀୟକ ଏମ୍‌. ଚିନ୍ନସ୍ବାମୀ ଷ୍ଟାଡିୟମରେ ଚାଲିଥିବା ଦୁଲୀପ ଟ୍ରଫି ଫାଇନାଲ…

ପ୍ରବଳ ବର୍ଷାରେ ଘରେ ପଶିଲା ପାଣି: ଡ୍ରେନ ସଫେଇ ଦାବିରେ ରାସ୍ତାରୋକୋ

ବଲାଙ୍ଗୀର ଅଫିସ, ୬ା୯: ବଲାଙ୍ଗୀର ସହରରେ ଶୁକ୍ରବାର ସକାଳ ୮ଟାରୁ ପ୍ରାୟ ୨ ଘଣ୍ଟାର ପ୍ରବଳ ବର୍ଷାରେ ଅନେକ ଅଞ୍ଚଳରେ ପୁଣି ଥରେ ବନ୍ୟା ଭ୍ରମ ସୃଷ୍ଟି ହୋଇଥିଲା । ରାସ୍ତାଘାଟ ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେବା ସହ ଶତାଧିକ…

ଅବକାରୀ ଚଢାଉ, ୫ ଗିରଫ

ବଇଣ୍ଡା,୬।୯(ଡି.ଏନ.ଏ.): ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଠାକୁରଗଡ଼ ଓ ଆଠମଲ୍ଲିକ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢାଉ କରି ୫୨ ଲିଟର ଦେଶୀ ମହୁଲି ମଦ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼…

୨ ଲୁଟେରା କୋର୍ଟଚାଲାଣ

ବଇଣ୍ଡା,୬।୯(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ବଡ଼ଡଙ୍ଗିଆଣୀ ଗ୍ରାମରେ ଗୁରୁବାର ବନ୍ତଳା ଥାନା ଖାଲଙ୍ଗା ଗ୍ରାମର ପ୍ରିତିରଞ୍ଜନ ସାହୁଙ୍କଠାରୁ ଲୁଟ୍‌ କରୁଥିବାବେଳେ ଗ୍ରାମବାସୀଙ୍କ ଦ୍ୱାରା ବୁଦୁଲିମୁଣ୍ଡା ଗ୍ରାମର ଧରାପଡ଼ିଥିବା ୪ ଲୁଟେରାଙ୍କ ମଧ୍ୟରୁ ୨ ଜଣ ଲୁଟେରାଙ୍କୁ ଶୁକ୍ରବାର ପୋଲିସ ଗିରଫ…

ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ବୁଗୁଡ଼ା,୬ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଜେକ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଶୁକ୍ରବାର ସକାଳେ ଦୁଇ ପରିବାରର ୨ ବଖରା ଜଳିଯାଇଛି। ବିଶ୍ୱନାଥ ବେହେରାଙ୍କ କୁମ୍ଭାର ଶାଳରେ ହାଣ୍ଡି ପୋଡ଼ିବା ସମୟରେ ଅଚାନକ ଅଗ୍ନିକାଣ୍ଡ ଘଟି ତାଙ୍କର ଶାଳ ପୋଡ଼ି ଯାଇଥିବାବେଳେ ତାଙ୍କ ପଡ଼ିଶା…

ସାପ କାମୁଡ଼ାରେ ମହିଳା ମୃତ

ଗଞ୍ଜାମ,୬ା୯(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ. ୬ ଓଡ଼ିଆ ଢାମଣା ସାହିର ଜଣେ ମହିଳାଙ୍କ ଶୁକ୍ରବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ ବାଡ଼ତ୍ୟା (୫୩)। ପାହାନ୍ତିଆରେ ସୁବାସିନୀ ଗଛରୁ ଫୁଲ ତୋଳୁଥିବା ସମୟରେ ଏକ ବିଷାକ୍ତ ସାପ…

କୋଇଲା ବୋଝେଇ ପିକ୍‌ଅପ୍‌ ଜବତ: ଚାଳକ ଗିରଫ

ତିହିଡ଼ି, ୬।୯ (ଡି.ଏନ.ଏ.): ଭଦ୍ରକ-ଚାନ୍ଦବାଲି ରାସ୍ତାର ଦୋଳସାହି ଗୋରୁହାଟ ନିକଟରୁ ଶୁକ୍ରବାର ତିହିଡ଼ି ଥାନା ପୋଲିସ କୋଇଲା ବେଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଛି। ଏଥିସହ ଭ୍ୟାନ୍‌ ଚାଳକ ବାସୁଦେବପୁର ଥାନା ଅଧୀନ ପୁରୁଣିଆ ଗ୍ରାମର ମନୋଜ ଦାସଙ୍କୁ ପୋଲିସ…

କଳା ଦିବସ ପାଳନ କଲା କୁଡୁମୀ ସେନା

ବାରିପଦା ଅଫିସ,୬ା୯: ୧୯୫୦ମସିହା ସେପ୍ଟେମ୍ବର ୬ତାରିଖ ଦିନ କେନ୍ଦ୍ର ସରକାର କୁଡୁମୀ ଜାତିକୁ ଅନୁସୂଚିତ ଜାତିରୁ ବାଦ ଦିଆଯାଇଥିବା ପ୍ରତିବାଦରେ ଶୁକ୍ରବାର ମୟୂରଭଞ୍ଜ କୁଡୁମୀ ସେନା ପକ୍ଷରୁ କଳା ଦିବସ ପାଳନ କରାଯାଇଛି ା କୁଡୁମୀ ସେନାର ରାଜ୍ୟ ସଭାପତି ଜୈମୁନି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri