Home Left

ବିନା ଲାଇସେନ୍ସରେ ବେଆଇନ ମହୁଲ ଫୁଲ ସଂଗ୍ରହ: ପିକ୍‌ଅପ୍‌ ଜବତ, ଜଣେ ଗିରଫ

ଦେବଗଡ଼,୧୨ା୪(ଶଶାଙ୍କ ଶେଖର ଝାଙ୍କର): ବିନା ଲାଇସେନ୍ସରେ ବେଆଇନ ମହୁଲ ସଂଗ୍ରହ ବେଳେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୧୪ କ୍ୱିଣ୍ଟାଲ ମହୁଲ ଜବତ କରାଯିବା ସହ ଏଥିରେ ବ୍ୟବହୃତ ଏକ ପିକ୍‌ଅପ୍‌ ଭ୍ୟାନକୁ ଜବତ କରାଯାଇଛି। ସେହିପରି ଜବତ ପିକ୍‌ଅପ୍‌…

୧୦ ଦିନ ହେଲା ନାହିଁ ମୋବାଇଲ ନେଟ୍‌ଓ୍ବର୍କ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଭାବେ ପରିଚିତ ପର୍ତ୍ତମାହାରେ ଗତ ୧୦ଦିନ ହେଲା ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ନେଟ୍‌ଓ୍ବର୍କ ଠପ୍‌ ହୋଇଯାଇଛି। ଗ୍ରାମବାସୀ ବିଭାଗକୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ପ୍ରକାଶ ଯେ, ପର୍ତ୍ତମାହା…

୨୧ରେ ଭାରତ ଆସିପାରନ୍ତି ଜେ.ଡି. ଭାନ୍ସ

ନୂଆଦିଲ୍ଲୀ,୧୨।୪:ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକ୍‌ ଓ୍ବାଲ୍ଟଜ୍‌ ଆସନ୍ତା ୨୧ରୁ ୨୪ ମଧ୍ୟରେ ଭାରତ ଆସିପାରନ୍ତି। ଭାନ୍ସଙ୍କ ସହ ତାଙ୍କ ସ୍ତ୍ରୀ ଉଷା ଭାନ୍ସ ମଧ୍ୟ ଆସିବେ। ଏହି ଗସ୍ତ ଅବସରରେ ଭାନ୍ସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଲେ ପୁତୁରା: କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳକଇଁସାରୀ ଗ୍ରାମରେ ଗତକାଲି ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ଗଣ୍ଡଗୋଳକୁ ନେଇ ପୁତୁରା ଟାଙ୍ଗିଆରେ ହାଣି ସମ୍ପର୍କୀୟ ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଇଛନ୍ତି। ମୃତକ ଜଣକ ହେଲେ…

ମୋବାଇଲ ଦୋକାନରୁ ଚୋରି ଘଟଣା: ୩୦ ମୋବାଇଲ ସମେତ ୭୧୦୦ ଟଙ୍କା ଜବତ

ଭବାନୀପାଟଣା,୧୨ା୪: କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଜଣକୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।…

ଏଇ ଭାରତରେ

କେରଳର ଆର୍‌. ବିଶ୍ୱନ ମହୁ ଚାଷକରି ବର୍ଷକୁ ୨୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ତାଙ୍କ ଫାର୍ମରେ ଏବେ ୬,୦୦୦ ମହୁ ବାକ୍ସ ଅଛି ଓ ସେଥିରୁ ବର୍ଷକୁ ୯୦-୧୧୦ ଟନ୍‌ ମହୁ ଉପତ୍ାଦନ ହେଉଛିି। ବିଶ୍ୱନଙ୍କ ଜନ୍ମ ଥିରୁଭାନନ୍ତପୁରମ ଜିଲା…

ଓଡ଼ିଶାର ବିକାଶ ଓ ଶ୍ରୀଜଗନ୍ନାଥ

ଗୋଟିଏ ରାଜ୍ୟର ବିକାଶ ବିବିଧ ଉତ୍ସ ଦ୍ୱାରା ହୋଇଥାଏ। ତନ୍ମଧ୍ୟରେ ପର୍ଯ୍ୟଟନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡ଼ିଶା କଳା, ସଂସ୍କୃତି, ପ୍ରାକୃତିକ ପରିବେଶ ତଥା ଧାର୍ମିକ ସ୍ଥଳପୂର୍ଣ୍ଣ ରାଜ୍ୟ ହୋଇଥିବାରୁ ଆମେ ଉପରୋକ୍ତ ତତ୍ତ୍ୱଗୁଡ଼ିକୁ ନେଇ ବିକାଶର ସ୍ବପ୍ନ ଦେଖିପାରିବା। ଆମର…

ମୁକ୍ତ ଅଭିବ୍ୟକ୍ତି ପାଇଁ ନ୍ୟାୟପାଳିକା

ଛୋଟମୋଟ ଘଟଣାରେ ନାଗରିକର ବାକ୍‌ ସ୍ବାଧୀନତା ଦଳି ଦିଆଯାଇପାରିବ ନାହିଁ ବୋଲି ନିକଟରେ ଗୁଜରାଟ କଂଗ୍ରେସ ସାଂସଦ ଇମ୍ରାନ ପ୍ରତାପଗ୍ରହୀଙ୍କ ବିରୋଧରେ ପୋଲିସ ଦାୟର କରିଥିବା ଫୌଜଦାରି ମାମଲାକୁ ରଦ୍ଦ କରିବା ଅବସରରେ ସୁପ୍ରିମକୋର୍ଟ କହିଛନ୍ତି। କଂଗ୍ରେସ ସାଂସଦଙ୍କ ଏକ କବିତାକୁ…

ବିଧାନସଭା ନିର୍ବାଚନର ବର୍ଷକ ପୂର୍ବରୁ ବଳିପଡ଼ିଲେ ଆନ୍ନାମଲାଇ

ଚେନ୍ନାଇ/ନୂଆଦିଲ୍ଲୀ,୧୨ା୪:ତାମିଲନାଡ଼ୁ ବିଧାନସଭାର ଆସନ ସଂଖ୍ୟା ୨୩୪। ସରକାର ଗଢ଼ିବା ପାଇଁ କୁହୁକ ସଂଖ୍ୟା ହେଉଛି ୧୧୮। ୨୦୨୧ ଏପ୍ରିଲ ୬ରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଜେ. ଜୟଲଲିଥାଙ୍କ ଦଳ ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାବିଡ଼ ମୁନ୍ନେତ୍ରା କାଝାଗାମ୍‌…

ଟାରିଫ୍‌ ଝଡ଼

ଟାରିଫ୍‌ ଝଡ଼କୁ ନିୟନ୍ତ୍ରଣକରିବା ପାଇଁ ବାବୁମାନେ ନିଆରା ତରିକା ଆପଣାଇଛନ୍ତି ଏବଂ ନିକଟରେ ବିଜ୍ଞାନ ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ଏହାର ଏକ ସ୍ପଷ୍ଟ ଦୃଷ୍ଟାନ୍ତ। ଟ୍ରମ୍ପ୍‌ ପ୍ରଶାସନର ଟାରିଫ୍‌ ଧମକ ଯୋଗୁ ବାଣିଜ୍ୟ ମନ୍ତ୍ରଣାଳୟ ଚଳଚଞ୍ଚଳ ହୋଇ ଉଠିଥିଲା। ପରେ ଔପଚାରିକ…

ରାଜପଥରେ କିଏ ଛାଡ଼ିଗଲା ବାଇକ୍‌, ଲୋକେ ଭୟଭୀତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ୫୯ ନଂ ଜାତୀୟରାଜପଥର କାରିପାଙ୍ଗାଠାରେ ଏକ ଅଜଣା ଲୋକ ବାଇକ୍‌ ଛାଡ଼ି ପଲାଇଯାଇଥିବା ନେଇ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି ଏହାକୁ ନେଇ ଲୋକମାନେ ଯେତିକି ଭୟଭୀତ ସେତିକି ଚର୍ଚ୍ଚା ମଧ୍ୟ…

ଭିଜିଲାନ୍ସ କୋର୍ଟରେ ପୂର୍ବତନ ସିଡିପିଓ ଦଣ୍ଡିତ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ପୂର୍ବତନ ସିଡିପିଓ ବିଜୟା ଲକ୍ଷ୍ମୀ ମାରାଣ୍ଡି ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବଦ୍ରିନାରାୟଣ ନନ୍ଦ ଏହି ମାମଲାରେ ପୂର୍ବତନ ସିଡିପିଓ ମାରାଣ୍ଡିଙ୍କୁ ଦୋଷୀ ସାବ୍ୟସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri