ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ
ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁପୁଗାଁର ଶିକ୍ଷକ ଅଭିରାମ ଲେଙ୍କାଙ୍କୁ ମୁଖ୍ୟ ଅତିଥି ତଥା ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ…
ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା
ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ଜଣାପଡ଼ିଛି। ବର୍ତ୍ତମାନ ଏହି…
ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ
ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍ରେ RPF ଯବାନଙ୍କ ସହ ଝଗଡ଼ା ଓ ହଙ୍ଗାମା କରିଥିବା ଅଭିଯୋଗ ରହିଛି ।…
ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍ର ଗୋପନୀୟତା କହି…
କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରୀ ଅଜିତ ପରିଡ଼ାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ…
ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…
ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ କଂଗ୍ରେସ ମୁଖ୍ୟାଳୟରେ ଜାତୀୟ ଗୀତ ‘ବନ୍ଦେ ମାତରମ’ ପରିବେଷଣ ସମୟରେ ତାଙ୍କ ଆଚରଣକୁ…
ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା
ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ ୩ ଦିନ ପାଇଁ ରୋଡୱେଜ୍ ବସ୍ରେ ମାଗଣା ଯାତ୍ରା ସୁବିଧା ଦେବାକୁ ନିଷ୍ପତ୍ତି…
ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…
କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା। ଫଳରେ ମନ୍ଦିରରେ ଅବସ୍ଥାନ କରୁଥିବା ପୂଜକ ମିତ୍ରଭାନୁ ପଟେଲ ଓ ତାଙ୍କ ସ୍ତ୍ରୀ…
ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍ ହୋଇ ଶବଦାହ କଲେ ଗ୍ରାମବାସୀ
ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଶବଦାହ କରିବା ପାଇଁ ଶ୍ମଶାନ ନାହିଁ। ଶବଦାହ କରିବାକୁ…
ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ
ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ବାଣିଜ୍ୟ, ପରିବହନ ଓ ଇସ୍ପାତ, ଖଣି ବିଭାଗ…
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କୃଷକ ସଙ୍ଗଠକ ରାମ ପୂଜାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…
ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ ସେ ତାଙ୍କ ବାସଭବନରେ ଗାଈମାନଙ୍କୁ ଚାରା ଏବଂ ମୟୂରମାନଙ୍କୁ ଶସ୍ୟ ଖୁଆଉଥିବାର ଦେଖାଯାଇଛି।…
ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…
ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼ ଜିଲା ବାରକୋଟ ବ୍ଲକ କାଳିଆପାଳ ଗ୍ରାମରେ ରବିବାର ସକାଳୁ ଏଭଳି ଏକ ଅଭାବନୀୟ…

