ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ
ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ କରି ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ l କାର୍ଯ୍ୟକ୍ରମରେ ବୀରମହାରାଜପୁର ଉପଖଣ୍ଡ…
ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ
ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳର ୭୫ ବର୍ଷୀୟ ନୀଳକଣ୍ଠ ଦାସ। ସୂଚନା ଅନୁସାରେ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା…
ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….
ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ ଘରବାରି ପଟ୍ଟା ପ୍ରଦାନ କରାଯାଇଛି। ଏହି କ୍ରମରେ ଡଙ୍ଗରଗମ୍ଭାରୀ ଗ୍ରାମର ୧୧ ଜଣ…
Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ
ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍ଘାଟନୀ ମ୍ୟାଚ୍ରେ ଭାରତ ୱେଲ୍ସକୁ ୩-୧ ଗୋଲ୍ରେ ପରାସ୍ତ କରି ବିଜୟରୁ ଅଭିଯାନ ଆରମ୍ଭ କରିଛି। ମ୍ୟାଚ୍ର ପ୍ରଥମ କ୍ୱାର୍ଟରରେ ଭାରତ ୨ଟି ଗୋଲ କରି…
ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ
ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଯୁବ ଅଧ୍ୟାପକଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାଲେଶ୍ୱର…
ସୁବୁଠି ଉଡ଼ିଲା ତ୍ରିରଙ୍ଗା
ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ ପକ୍ଷରୁ ଲାଞ୍ଜିଗଡ ହାଇସ୍କୁଲ ଖେଳ ପଡ଼ିଆଠାରେ ଲାଞ୍ଜିଗତ ବ୍ଲକ ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ…
ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା
କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମଞ୍ଚର ସଭାପତି ସୁବାସ ସିଙ୍ଗ ମାଝୀ ଏବଂ ଉପସଭାପତି ଲାଇ ମାଝୀଙ୍କ ସମେତ…
ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ
ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…
କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ
କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ ଅନୁଷ୍ଠିତ ୮୦ତମ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଏନ୍ଏସି ଅଧ୍ୟକ୍ଷ ନୃପରାଜ…
୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ
କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ ସଦର ଥାନା ଅନ୍ତର୍ଗତ ଜୁଡିଆ ଘାଟିରେ ଭୂସ୍ଖଳନ ଘଟି ଯାତାୟାତ ବ୍ୟାହତ ହୋଇଛି।…
ବ୍ରିଜ୍ ଉପରେ ସେଲ୍ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…
ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍ଫି ନେଉଥିଲେ। ଏହି ସମୟରେ ହଠାତ୍ ପୋଲ ତଳକୁ ଖସିପଡ଼ିଥିଲେ। ନଦୀରେ ବର୍ତ୍ତମାନ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ନଦୀ…
ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା
ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ କରିାକୁ ଗଣ୍ଡଗୋଳ ଘଟିଥିଲା। ପ୍ରତିବାଦରେ ଉକ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଲୋକ ସୋର-କୁପାରୀ…

