Home Left

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇପଡ଼ିଥିଲେ। ବନ୍ଧ, ପୋଖରୀ, ଗାଡିଆ ଶୁଖିଲା ପଡ଼ିଥିବା ଯୋଗୁ ମଣିଷ…

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ ସୋନୁ ତାଙ୍କ ପ୍ରଶଂସକମାନଙ୍କୁ ଏକ ପୋଷ୍ଟ ଶେୟାର କରି ଆଶ୍ଚର୍ଯ୍ୟ କରିଛନ୍ତି ଯେଉଁଥିରେ ସେ…

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୭ ଯୋଡି ବରକନ୍ୟାଙ୍କ ବିବାହ…

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ ଖବର ପ୍ରସାରଣ ପରେ ବ୍ଲକ ପ୍ରଶାସନ ଏବଂ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ…

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା ବିପତ୍ତିବେଳେ ମହାନ କାର୍ଯ୍ୟ କରି, ଓଡ଼ିଆଙ୍କ ତ୍ରାଣକର୍ତ୍ତା ସାଜିଥିବା ଅନେକ ବରପୁତ୍ରଙ୍କ କୀର୍ତ୍ତି ସମ୍ପର୍କରେ…

ଅକାଳୀ ଦଳର ଅଧ୍ୟକ୍ଷ ଭାବେ ପୁଣି ସୁଖବୀର ନିର୍ବାଚିତ

ଚଣ୍ଡିଗଡ଼,୧୨।୪: ସୁଖବୀର ସିଂ ବାଦଲ ଶିରୋମଣି ଅକାଳୀ ଦଳ (ଏସ୍‌ଏଡି)ର ଅଧ୍ୟକ୍ଷ ଭାବେ ଶନିବାର ନିର୍ଦ୍ୱନ୍ଦ୍ୱରେ ପୁନଃ ନିର୍ବାଚିତ ହୋଇଛନ୍ତି। ଧର୍ମୀୟ ଅସଦାଚରଣ ପାଇଁ ସେ ଗତବର୍ଷ ନଭେମ୍ବରରେ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ପଞ୍ଜାବ ଏବଂ ଅନ୍ୟ ରାଜ୍ୟର ୫୨୪ଜଣ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଟାରିଫ ଓ୍ବାରରୁ ବାଦ ପଡ଼ିଲା ସ୍ମାର୍ଟଫୋନ, କମ୍ପ୍ୟୁଟର, ଇଲେକ୍ଟ୍ରୋନିକ ଆଇଟମ

ଓ୍ବାଶିଂଟନ,୧୨।୪: ଟାରିଫ ଓ୍ବାର ମାଧ୍ୟମରେ ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ସ୍ମାର୍ଟଫୋନ, କମ୍ପ୍ୟୁଟର ଏବଂ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ ସାମଗ୍ରୀକୁ ଟ୍ରମ୍ପ ଶୁଳ୍କରୁ ମୁକ୍ତ କରିଛି। ଏହି ପଦକ୍ଷେପ ଅନେକ ଲୋକପ୍ରିୟ ଉଚ୍ଚ ପ୍ରଯୁକ୍ତିବିଦ୍ୟା ଉତ୍ପାଦ…

ବାରମ୍ବାର ମିଛ କହୁଛନ୍ତି ତହଉର ରାଣା, ଏବେ NIA ନେବ ଏହି ଆକ୍ସନ

ନୂଆଦିଲ୍ଲୀ,୧୨।୪: ଜାତୀୟ ତଦନ୍ତ ସଂସ୍ଥା (NIA) ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତହଉର ରାଣାଙ୍କୁ ନିରନ୍ତର ପଚରାଉଚରା କରୁଛି। ଫୋନରେ କଥା ହେଉଥିବା ବ୍ୟକ୍ତି ଜଣକ ରାଣା ଥିଲେ ବୋଲି ପ୍ରମାଣ କରିବା ପାଇଁ ଏଜେନ୍ସି ତାଙ୍କ ସ୍ବର…

ପାରିବାରିକ ବିବାଦରୁ ଗଣ୍ଡଗୋଳ: ଗୋଟିଏ ପରିବାରର ୩ ଆହତ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଧୀନ ତୁରୁମୁରେ ଦୁଇ ପରିବାର ମଧ୍ୟରେ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଗୋଟିଏ ପରିବାରର ୩ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ…

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ଖଲ୍ଲିକୋଟ,୧୨।୪,(ପ୍ରଶାନ୍ତ କୁମାର ମିଶ୍ର): ବାଲୁଗାଁ ଷ୍ଟେଶନରେ ଶନିବାର ମଧ୍ୟାହ୍ନରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଟ୍ରେନଟି ପଲାସାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଖଲ୍ଲିକୋଟ ଷ୍ଟେଶନ ନିକଟରେ ଏକ ବଗିରୁ ଧୂଆଁ ବାହାରୁଥିବା ଲୋକେ ଦେଖିଥିଲେ। ଏ…

କନ୍ଧମାଳର ଟୁଇଟର ମ୍ୟାନ ହେଲେ ସମ୍ମାନିତ

ଜି.ଉଦୟଗିରି,୧୨ା୪(ଚିନ୍ମୟ କୁମାର ସେଠୀ)-ଓଡ଼ିଶାର ଏକ ସାମାଜିକ ସଂଗଠନ ଆସୋସିଏଶନ ଅଫ ଟୁଇଟର ଆକ୍ଟିଭିଷ୍ଟ (ଏଟିଏ) ତରଫରୁ ପୁରୀଠାରେ ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଟୁଇଟର ମ୍ୟାନ ଆସି ଏକତ୍ରିତ ହୋଇଥିଲେ। ଯେଉଁମାନେ ସିଧାସଳଖ…

ପୁଣି ଦାଦନ ଦୁଃଖ, ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଖଲ୍ଲିକୋଟ,୧୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ପାଟଣା ସାହିର ମୂଳିଆ ସାହୁଙ୍କ ପୁଅ ସୁରଥ ସାହୁ (୪୨) କାମ କରିବା ପାଇଁ ଗତ ବର୍ଷେ ତଳେ ସୁରଟ ଯାଇଥିଲେ। ସେଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri