ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା
ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ ଘରୁ ପଦାକୁ ଗୋଡ଼ କାଢ଼ିବା ମୁସ୍କିଲ ହୋଇପଡ଼ିଥିବା ବେଳେ ରୋଜଗାର କରି ଘର…
ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…
ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ ଅଗଷ୍ଟ ୨୮ ତାରିଖରେ ଘଟିବ । ଏହି ଗ୍ରହଣ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ…
ପ୍ରତିବାଦରେ ବାଧା
ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ। ଶୁଣାଣି ସମୟରେ ବିଚାରପତି ପ୍ରଶ୍ନ କରିଥିଲେ, ”ଆପଣ ଏହାକୁ କାହିଁକି ବନ୍ଦ କରୁନାହାନ୍ତି?…
ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ
ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ ଆମ ଶୈଶବକୁ ଜୀବନ୍ତ ରଖିଛି। ଓଡ଼ିଆ ସାହିତ୍ୟରେ ବସ୍ତାନି କହିଲେ ମନେପଡ଼େ କାଳଜୟୀ…
ନିଶାମୁକ୍ତ ଯୁବସମାଜ
ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍ ଟୋବାକୋ ସର୍ଭେ (ଜିୱାଇଟିଏସ୍) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫ ପ୍ରତିଶତ ଛାତ୍ରୀଛାତ୍ର ବିଭିନ୍ନ ରୂପରେ ତମାଖୁ ସେବନ କରିଥାନ୍ତି। ବିଦ୍ୟାଳୟ ଓ ମହାବିଦ୍ୟାଳୟ…
ଆନନ୍ଦାନୁଭୂତି
ଉପନିଷଦ ଯୁଗର ଦିବ୍ୟଦ୍ରଷ୍ଟା ମହାନ୍ ଋଷିଗଣ ମାନବ ଜୀବନର ଅନ୍ତିମ ଲକ୍ଷ୍ୟ ନିର୍ଦ୍ଧାରଣକରି କହିଛନ୍ତି,‘ପରମାନନ୍ଦ ପ୍ରାପ୍ତି କରିବା।’ ସାଧୁସନ୍ଥ ଓ ଦିବ୍ୟ ପୁରୁଷଗଣ ମନୁଷ୍ୟକୁ ଜୀବନର ଅନ୍ତିମ ଲକ୍ଷ୍ୟ ହାସଲକରି ପରମାନନ୍ଦ ପ୍ରାପ୍ତ ହେବାକୁ କହିଆସିଛନ୍ତି । ଦେଖିବାକୁ ଗଲେ ଭଗବାନ୍ଙ୍କ…
ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ
ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଗତ ଶୁକ୍ରବାର ପାଟପୁର ଥାନାରେ ଏତଲା ଦିଆଯାଇଥିଲା। ଥାନା ଆଇଆଇସି…
ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି
ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ…
ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ ସାହୁ (୩୦)। ସୀମାଞ୍ଚଳ ପ୍ରାୟ ୬ମାସ ତଳେ ଦାଦନ ଖଟିବାକୁ ତାମିଲନାଡୁର ତ୍ରିପୁର…
ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍ୟୁ ସମ୍ବଲପୁର
ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାର ଉଦ୍ଘାଟନୀ ମ୍ୟାଚରେ ଗେଙ୍ଗୁଟିପାଲିକୁ ହରାଇ ଜିଏମ୍ୟୁ ସମ୍ବଲପୁର ଦଳ ବିଜୟ ଧାରା…
ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ
କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜନ୍ମ ପରେ ହାତୀ ଛୁଆକୁ ମା’ହାତୀଙ୍କ…
ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬
କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍ ମ୍ୟାଚ୍ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ ୩୫୭ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ପଡିକଲ ୧୪୨ ଓ ଗୁରନୁର…

