ଜଳିଗଲା କାର୍
ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍ ଜଳିଯାଇଛି। କାର୍(ନଂ.ଏମ୍ଏଚ୍୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି ଉକ୍ତ ହୋଟେଲ ସମ୍ମୁଖରେ ଅଟକିଥିଲା। ସେତିକିବେଳେ ଶଟ୍ ସର୍କିଟ ଯୋଗୁ କାର୍ ଭିତରେ…
ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ
ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍ ସହ ଅଭିଯାନ ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ମ୍ୟାଚ୍ରେ ଟସ୍ ହାରିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଟିମ ଇଣ୍ଡିଆ। ହେଲେ ପାୱାରପ୍ଲେ ଭିତରେ ହିଁ…
ଆର୍ଏସ୍ସିସି କପ୍ କ୍ରିକେଟ: ଦେଶୀ ବୟେଜ ସେମିରେ
ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍ଏସ୍ସିସି କପ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ପ୍ରଥମ ମ୍ୟାଚ ଖଇରଭାଡି ଓ ଠୋଙ୍ଗୋ ମଧ୍ୟରେ…
ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…
ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଟୁକୁଣା ଗ୍ରାମରେ। ଗ୍ରାମର ଅକ୍ଷୟ ଦାସଙ୍କ ପରିବାରରେ ରାତ୍ରି ଭୋଜନ…
ଟ୍ରକ ନେଲା ୨ବାଇକ୍ ଆରୋହୀଙ୍କ ଜୀନନ
କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କା(ନଂ.ଓଡି୧୦ଡବ୍ଳୁ-୩୮୮୧ ନମ୍ବର)ରେ ୨ଜଣ ବାଇକ୍ ଆରୋହୀଙ୍କ…
T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA
ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା ଟିମ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଭାରତ ବ୍ୟାଟିଂ କରିବାକୁ…
ରଙ୍ଗାରଙ୍ଗ ଉଦ୍ଘାଟନୀରେ ଟି୨୦ ବିଶ୍ୱକପ୍ ଆରମ୍ଭ
ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ପୂର୍ବରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଶ୍ୱକପ୍ ଟ୍ରଫି…
ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ
କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ ମ୍ୟାଚ୍ ଖେଳା ନ ଗଲେ ହେବାକୁ ଥିବା କ୍ଷତିକୁ ଦର୍ଶାଇ ଶ୍ରୀଲଙ୍କା ପକ୍ଷରୁ…
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ
ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ ଅଳିଆ ପକାଇବାକୁ ନେଇ ଗ୍ରାମର କପିଳ ପାଢ଼ୀଙ୍କ ସହ ସୀମାଞ୍ଚଳଙ୍କ ବଚସା ହୋଇଥିଲା।…
ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା
ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି। ଏହା ବିରୋଧରେ ଗ୍ରାମର ମହିଳାମାନେ ଶନିବାର ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି।…
ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ
ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ ଅସୁସ୍ଥ ହୋଇ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସାଧୀନ ଥିଲେ। ରାତିରେ ତାଙ୍କ ମୃତଦେହ…
ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ
ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଶନିବାର ବାର୍ଷିକ ଉତ୍ସବ ଚାଲିଥିଲା। କୌଣସି କାରଣକୁ ନେଇ…
Archives


