ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ
ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ କରିଛି। ମୃତ ବୃଦ୍ଧା ହେଲେ ଟିକ୍ରାପଡ଼ା ଗାଁ ପହରିଆ ପଡ଼ାର ହୀରାଦେଈ ପହରିଆ (୭୦)।…
ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ
ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ ନ ଥିବା ଅଭିଯୋଗକରି ନୂଆପଡ଼ା ଜିଲା ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟି ଜିଲାପାଳ ମଧୁସୂଦନ…
ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ
ଶ୍ରୀନଗର/ପହଲଗାମ୍,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ବିଦେଶୀ ଓ ୨ ସ୍ଥାନୀୟ ଲୋକ ଅଛନ୍ତି। ପହଲଗାମ୍ର ବୈସରନ…
ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ
ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବରଗଡ଼ ଲୋକସଭା ଏମପି ପ୍ରଦୀପ ପୁରୋହିତ ଅଧ୍ୟକ୍ଷତା କରିଥିଲେ। ବୈଠକରେ ପ୍ରଥମ ସମ୍ପାନରେ ଏମ୍ପି…
ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍
ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ହଠାତ୍ ଜୋର୍ରେ ପବନ ବହିବା ସହ ବର୍ଷା ହୋଇଥିଲା। ଏଥିରେ କାଳବୈଶାଖିର ପ୍ରଭାବରେ ତଳାମପଦର…
ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ
ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସୂଚନା ମୁତାବକ ପେଙ୍ଗଢୁସି ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା…
୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ ଉପସ୍ଥାପନ କରାଗଲା। ୨୦୦୦ ମାର୍ଚ୍ଚ ୨୧: ଆତଙ୍କବାଦୀମାନେ ଅନନ୍ତନାଗ ଜିଲାର ଛତିସିଂପୋରା ଗ୍ରାମରେ ଥିବା…
ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା
ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ ସୁରକ୍ଷା ଉପଦେଷ୍ଟା ଦ୍ୱାରା ସୂଚନା ଦିଆଯାଇଛି ଏବଂ ଅଧିକ ତଥ୍ୟ ଜଣାପଡ଼ିବା ସହ ତାଙ୍କୁ…
କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ
ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ ଯୋଗୁ ଚିକଲପଦରସ୍ଥିତ କପା ଫ୍ୟାକ୍ଟିର ସମ୍ମୁଖରେ ଗୋଟାଏ ବଡ଼ ଗଛ ଉପୁଡ଼ି ପଡ଼ିଥିଲା। ଫଳରେ…
ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ
ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ଭାରତ ସହ…
ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ
ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ ହାଟପଦା ସାହିରେ। ଗୁଣି…
ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ
ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ବାଲେଶ୍ୱର ଜିଲାର ରେମୁଣା ଅଞ୍ଚଳର ପ୍ରଶାନ୍ତ ଶତପଥୀ ବୋଲି ଚିହ୍ନଟ…

