Home Left

ବଲିଉଡ୍‌ରେ ପରିବର୍ତ୍ତନ ଆବଶ୍ୟକ

ମୁମ୍ବାଇ: ଅଭିନେତା ବରୁଣ ଧାୱନ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ବେବି ଜନ୍‌’ ପାଇଁ ଏବେ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମର ପ୍ରମୋଶନରେ ସେ ଏବେ ବ୍ୟସ୍ତ ଅଛନ୍ତି। ସମ୍ପ୍ରତି ବଲିଉଡ୍‌ ଇଣ୍ଡଷ୍ଟ୍ରି କିଛିମାତ୍ରାରେ ପରିବର୍ତ୍ତନ ଆବଶ୍ୟକ କରୁଛି ବୋଲି ରବିବାର ବରୁଣ ଏକ ସାକ୍ଷାତ୍‌କାରରେ…

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦ ପାଉଣ୍ଡ (ପ୍ରାୟ ୨୧ ହଜାର ଟଙ୍କା)ରେ ବିକ୍ରି ହୋଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।…

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି ଜେସିବି ମେଶିନ ଦ୍ୱାରା ଉକ୍ତ କୂଅକୁ ଖନନ କରିବା ପରେ ସେଠାରୁ ପ୍ରାଚୀନ ଏବଂ…

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ କର୍ତ୍ତୃପକ୍ଷ ଇତିମଧ୍ୟରେ କ୍ୟାଥୋଲିକ୍‌ ଚର୍ଚ୍ଚର ନେତା କାର୍ଡିନାଲ ପିଏରବାତ୍ତିସ୍ତା ପିଜ୍ଜାବାଲ୍ଲାଙ୍କୁ…

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର କରିବା ଘଟଣାକୁ ନିନ୍ଦା କରିଛନ୍ତି ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସ। ଏ…

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ ଏହି ଓଡ଼ିଆ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ‘ଜୟ ଜଗନ୍ନାଥ’ କହି ଅଭିନନ୍ଦନ ଜଣାଇଥିଲେ। ତାଙ୍କ ସହ…

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । କୁଏତ ଗସ୍ତର ଶେଷ ଦିନରେ କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର…

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା ଏକ ଦୋକାନ ସହ ବିମାନଟି ଧକ୍କା ହୋଇଥିଲା। ଏହା ପ୍ରଥମେ ବିଲ୍ଡିଂର ଚିମିନିରେ ମାଡ଼…

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଚିକିଟି ଜଳସେଚନ ବିଭାଜନ କାର୍ଯ୍ୟାଳୟ, ବ୍ରହ୍ମପୁର ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ଦିଗପହଣ୍ଡି…

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର ଅମିତ ବାଘ ଓ ନବରଙ୍ଗପୁର ସହର ଗାନ୍ଧୀନଗର ସାହିର  ତ୍ରିଲୋଚନ ଯାନୀ। ସୂଚନାନୁଯାୟୀ, ତ୍ରିଲୋଚନ…

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ୯ଟି ଦାବି ରଖିଛନ୍ତି। ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଧିକ…

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାୟଗଡ଼ାରେ ପ୍ରଧାନମନ୍ତ୍ରୀଙ୍କ ଏକ ଲାଇଭ୍‌ କାର୍ଯ୍ୟକ୍ରମରେ ମଧ୍ୟ ଯୋଡ଼ି ହେବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri