ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…
ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି । କଣ ଆପଣ ମଧ୍ୟ ଆପଣଙ୍କର ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍…
୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା
ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। ମହାନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ…
ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ
ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି l ଗିରଫ ପରେ ତାଙ୍କୁ କେନ୍ଦୁଝର ଭିଜିଲାନ୍ସ କୋର୍ଟ ଚାଲାଣ କରାଯାଇଥିବା…
କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍, ଜାଣନ୍ତୁ କିଏ କରିବେ ଅଭିନୟ?
ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ ସରକାରଙ୍କଠାରୁ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଥିଲା। ଏହି ସମୟରେ ଏବେ ଶୁଣିବାକୁ ମିଳୁଛି…
ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ
ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍ ହଟାଇବା ପାଇଁ ଏକ ସ୍କୁଲ ବସ୍କୁ ଠେଲି ଆଗକୁ ନେଉଥିବା ବେଳେ, ମୋନିକା…
ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…
ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ ଏକାଧିକ ଐତିହାସିକ ସାମୁଦ୍ରିକ ସ୍ଥଳୀରେ ପ୍ରତ୍ନତାତ୍ତ୍ୱିକ (Underwater Archaeological) ସର୍ଭେ ଏବଂ ଖନନ…
ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ
ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ ଚଳାଇଛନ୍ତି । ପିକ୍ଅପ୍ ଭ୍ୟାନରେ ଗୋରୁ ବିକ୍ରି ପାଇଁ ହାଟକୁ ନେବା ବେଳେ…
ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ
ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍ଯୁଦ୍ଧ ଦେଖିବାକୁ ମିଳିଛି । ବିରୋଧୀ ଦଳର ନେତାମାନେ ଅଭିଯୋଗ କରିଛନ୍ତି ଯେ, NEET ପରୀକ୍ଷା…
ବିଦ୍ୟୁତ୍ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…
ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ ପିରେଡ଼ିମାହାଠାରେ ଗଛ ପଡ଼ି ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯିବା ସହ ତାର ମଧ୍ୟ ଛିଣ୍ଡି…
ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ
ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି। ଏପରିକି ପ୍ରଭାବିତ ଅଞ୍ଚଳର ସ୍ଥିତି, ଉଦ୍ଧାର କାର୍ଯ୍ୟ ଏବଂ ରିଲିଫ…
ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର
ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମ ପଞ୍ଚାୟତରେ ଅନ୍ତୋଦୟ ଗୃହ ଯୋଜନାରେ ଅନିୟମିତତା, ସାମାଜିକ ସୁରକ୍ଷା ଭତ୍ତା…
୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…
ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଜଣାଇଛନ୍ତି। ଏହା ସହିତ ସେ ଅଭିଯୋଗ କରିଛନ୍ତି ଯେ, ଗତ…

