Home Left

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଭବାନୀପାଟଣାସ୍ଥିତ ଜିଲା ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ବିଚାରପତି ସ୍ମୃତି ଲେଖା ବାରିକ ଏହି ମାମଲାର…

ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ବ୍ୟାଚର ଆଇଏଏସ ଅଫିସର ଦାସ ଆସନ୍ତା ୩…

ଏତିକି ଟଙ୍କା ପାଇଁ ସ୍ବାମୀଙ୍କୁ ମାରି ଦେଲେ ସ୍ତ୍ରୀ: ଆଉ ତା’ପରେ ମୃତଦେହ ନେଇ..

ବେଙ୍ଗାଲୁରୁ ,୨୮ା୧୦:କର୍ନାଟକର କୋଡାଗୁ ଜିଲା ଅନ୍ତର୍ଗତ ଏକ କଫି ବଗିଚାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ୩ ସପ୍ତାହ ପୂର୍ବରୁ ମିଳିଥିଲା। ପୋଲିସ ଏହା ଉପରେ ତଦନ୍ତ କରିବା ପରେ ଏକ ଜଘନ୍ୟ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। ୮ କୋଟି ଟଙ୍କା…

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ଯଦି ଆପଣ ଉପରୋକ୍ତ ସ୍କିମ ପାଇଁ ଯୋଗ୍ୟ ଅଟନ୍ତି…

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାପାଳ ଉପସ୍ଥିତ ନ ଥିବାରୁ ଏହାକୁ ଅତିରିକ୍ତ ଜିଲାପାଳ ବୈତାରୁ…

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। ତେବେ ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର…

ବାପା ଗାଡି ଚାଳକ, ଝିଅ ପାଇଲେ ଓଏଏସ୍‌: ଏବେ ମିଳୁଛି ଗଦାଗଦା ପୁରସ୍କାର

ଦାରିଙ୍ଗବାଡି,୨୮।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ରୁନିତା ପ୍ରଧାନ ୨୦୨୨ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲାରୁ ୭ ଜଣ ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ଦାରିଙ୍ଗବାଡି ବ୍ଲକରୁ କେବଳ ରୁନିତା ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି।…

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। କେବଳ ଏତିକି ନୁହେଁ, ନାମ ପ୍ରତ୍ୟାହାର କରିବା ପରେ ମୁଖ୍ୟମନ୍ତ୍ରୀ ଏକନାଥ…

ରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ

କେସିଙ୍ଗା,୨୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ସ୍ଥିତ ରେଳ ଡାକସେବା(ଆର୍‌ଏମ୍‌ଏସ୍‌) ସ୍ଥାନାନ୍ତରଣକୁ ବିରୋଧ କରି କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ ପକ୍ଷରୁ ପୋଷ୍ଟ ମାଷ୍ଟର ଜେନେରାଲ ଭୁବନେଶ୍ୱରଙ୍କୁ ସୋମବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସୂଚନାଯାଗ୍ୟ, ରେଳ…

ଦୁର୍ନୀତିକୁ ଦିଆଯିବନି ପ୍ରଶୟ: ଅଙ୍ଗନାୱାଡି କର୍ମୀଙ୍କୁ ଶପଥ ପାଠ କରାଇଲେ ସିଡିପିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏନେଇ ସଚେତନ କରାଯାଉଛି। ଏହି କ୍ରମରେ ଦାରିଙ୍ଗବାଡିର ସମନ୍ବିତ ଶିଶୁ ଓ ମହିଳା ବିକାଶ ଯୋଜନାର କର୍ମଚାରୀମାନେ ନିଜ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଶପଥ ନେଇଛନ୍ତି।…

ସ୍ୱାସ୍ଥ୍ୟକର ନୁହେଁ ଘରେ ପ୍ରସ୍ତୁତ ଖାଇବା: ICMR

ଭାରତରେ ସମସ୍ତଙ୍କର ଏକ ଧାରଣା ଥାଏ କି ଘରେ ପ୍ରସ୍ତୁତ ହେଉଥିବା ଖାଇବା ସ୍ୱାସ୍ଥ୍ୟକର ଅଟେ। କାରଣ ଘରେ ରୋଷେଇରେ ତଟକା ପନିପରିବା, ଅଳ୍ପ ତେଲ, ଫ୍ରିଜରେ ନଥିବା ସାମଗ୍ରୀରୁ ସ୍ୱଛତାକୁ ଧ୍ୟାନରେ ରଖି ପରିବାର ପାଇଁ ଖାଦ୍ୟ ପ୍ରସ୍ତୁତ ହୋଇଥାଏ।…

ଅଳିଆ ଗଦାରେ ଦାରିଙ୍ଗବାଡି: ପରିମଳ ନିୟନ୍ତ୍ରଣ ପାଇଁ ନିବେଦନ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ)-ଅଳିଆ ଗଦାରେ ଦାରିଙ୍ଗବାଡି। ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ରହିଥିବା ଦାରିଙ୍ଗବାଡି ଏବେ ପରିବେଶ ଦୂଷିତ ହେବାରେ ଲାଗିଛି। ସହରରୁ ବାହାରୁଥୁବା ଗଦା ଗଦା ପ୍ଲାଷ୍ଟିକ, ଅଇଁଠା ପତ୍ର, ପଲିଥିନ ଆଦି ଗୋଟିଏ ସ୍ଥାନରେ ପକାଇବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri