କିଏ ସେହି ନଭ୍ୟା? ଯିଏକି ପ୍ରିୟଙ୍କାଙ୍କୁ ଦେବେ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୧୯ା୧୦: କେରଳର ଓ୍ବାୟନାଡ୍ ଲୋକ ସଭା ଆସନ ପାଇଁ ନଭେମ୍ବର ୧୩ରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପା ସେଠାରୁ ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ସେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିରୋଧରେ ନିର୍ବାଚନ ଲଢ଼ିବେ। ନଭ୍ୟା ଭାଜପା ମହିଳା…
ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…
ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ ଅନ୍ୟ ପରିବାରକୁ ଟେକିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଶନିବାର ଜିଲା…
ଟିକେଟ କରାଇଦେବା ନାଁରେ ୨ କୋଟି ଠକେଇ: କେନ୍ଦ୍ରମନ୍ତ୍ରୀଙ୍କ ଭାଇ, ପୁତୁରା ଅଟକ
ବେଙ୍ଗାଲୁରୁ,୧୯ା୧୦: ୨ କୋଟି ଟଙ୍କା ଠକେଇ ମାମଲାରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କ ଭାଇ ଗୋପାଳ ଯୋଷୀ ଏବଂ ପୁତୁରା ଅଜୟ ଯୋଷୀଙ୍କୁ ବେଙ୍ଗାଲୁରୁ ପୋଲିସ ଶନିବାର ଅଟକ ରଖିଛି। ସେମାନଙ୍କ ବିରୋଧରେ ନାଗଥାନ୍ର ପୂର୍ବତନ ଜେଡିଏସ୍ ବିଧାୟକ ଦେବାନନ୍ଦ ଫୁଲସିଂ ଚଭନଙ୍କ…
ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା
ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ ମାସ ବାକି ରହିଥିବା ବେଳେ ଶନିବାର ମହୋତ୍ସବ ସମିତିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା।…
ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ
ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍ ପରୀକ୍ଷାରେ ସଫଳତା ଅର୍ଜନ କରିଛନ୍ତି। ଶାଳିନୀ ପରୀକ୍ଷାରେ ୪୪୫ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି।…
ଓଏଏସ୍ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା
ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍ ରେଜଲ୍ଟ। ଓଏଏସ୍ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା। ସେ ୪୭ ନମ୍ବର ସ୍ଥାନ ରଖି କୃତକାର୍ଯ୍ୟ ହୋଇଛନ୍ତି । ଜୁନାଗଡ଼ ସହର ମଧ୍ୟମପଡାର…
ଜିଲା ପାଇଁ ଗୌରବ: ୩ ସ୍ବର୍ଣ୍ଣ ପଦକ ଜିତିଲେ ମୁକେଶ
ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ପିଏମ୍ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ମୁକେଶ ମହାନନ୍ଦ କେଭିଏସ୍ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାରେ ତିନୋଟି ସ୍ବର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ହାସଲ କରି ଜିଲା ତଥା ସ୍କୁଲ ପାଇଁ…
ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ
ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ, ଲକ୍ଷେଶ୍ୱରୀ ମାଝୀ, ମହେଶ୍ୱର ପାଲକା, ଅନାଦି ଚରଣ ଶବର। ରାୟଗଡ଼ା ସହର ଅନ୍ତର୍ଗତ ହାତୀପଥର…
ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍ ହେଲେ ସିଦ୍ଧାର୍ଥ ପଣ୍ଡା
ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮ ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ଏହା ପୂର୍ବରୁ ସେ କୋକସରା ବ୍ଲକ…
ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…
ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ…
ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର
ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଦୀନବନ୍ଧୁଙ୍କ ସ୍ତ୍ରୀ…
ଆସନ୍ତା ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ
ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର ଭବାନୀପାଟଣା ସହର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନ ପରିସରରେ ପଥ ମହୋତ୍ସବ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ…
Archives


