ଆଇପିଏଲ୍ ଇତିହାସରେ ସର୍ବାଧିକ ରନ୍ ଚେଜ୍
କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ ୧୮.୪ ଓଭରରେ ମାତ୍ର ୨ ଉଇକେଟ ହରାଇ ରନ ଚେଜ୍ କଲା। ସୃଷ୍ଟି ହେଲା…
ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା
ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନୀ ସାହୁ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ସଭାରେ ଉଦ୍ବୋଧନ…
ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ
ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ବିଜେଡି ଏବଂ ଭାଜପା ସମ୍ବଲପୁରୀ କପଡାକୁ ମାଧ୍ୟମ…
ରବି-ତାରା ମୁହାଁମୁହିଁ
ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଟାର୍ଗେଟ କରିଛନ୍ତି। ନନ୍ଦ କହିଛନ୍ତି, ବିଜେଡି ପ୍ରାର୍ଥିନୀ ଇନ୍ଦିରା…
‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’
ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ ନୁହେଁ, ଓଡ଼ିଆ ଅସ୍ମିତା, ସ୍ବାଭିମାନ ଓ ସ୍ବାଧୀନତାରେ ପ୍ରଗାଢ଼ ବିଶ୍ୱାସ ରଖନ୍ତି ବୋଲି ଶୁକ୍ରବାର…
ମୁକାବିଲା ମୁଡ୍ରେ ସୂର୍ଯ୍ୟବଂଶୀ-ସଞ୍ଜୟ
ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା ପୁନର୍ବାର ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ଭରସା କରିଥିବା ବେଳେ ବିଜେଡି ରାଜନୀତିରେ ନବାଗତ…
ଖୁବ୍ଶୀଘ୍ର ନୋ ପାର୍କିଂ ଜୋନ୍ ଚିହ୍ନଟ କରିବ ବିଏମ୍ସି
ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି। ଏହାଦ୍ୱାରା ରାସ୍ତା ସଙ୍କୁଚିତ ହେବା ସହ ଟ୍ରାଫିକ୍ ସମସ୍ୟା ମଧ୍ୟ ସୃଷ୍ଟି ହେଉଛି। ତେଣୁ…
ସୀମାରେ ଯାଞ୍ଚ: ପିକ୍ଅପ୍ ଭ୍ୟାନରୁ ୩.୬୯ଲକ୍ଷ ଜବତ
ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ ରାଜ୍ୟ ସୀମା ସିଲ କରାଯାଇ ଯାଞ୍ଚ ଜାରି ରହିଛି। ଏହି କ୍ରମରେ ନୂଆପଡ଼ା ଜିଲା…
ଘର ଛାଡ଼ିବେନି ସଲମାନ୍
ବମ୍ବେ: ବଲିଉଡ୍ର ତିନି ଖାନ୍ଙ୍କ ମଧ୍ୟରୁ ସଲମାନ୍ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା ବେଶ ଲମ୍ବା। ଏଥିଲାଗି ତାଙ୍କର ଟିକିଏ ଝଲକ ପାଇବାକୁ ସେ ରହୁଥିବା ଗାଲାକ୍ସି ଆପାର୍ଟମେଣ୍ଟ…
ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍
ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍ ସହ ଯୁଦ୍ଧରେ ରୁଷିଆ ସେନାକୁ ଚାଇନା ସାମରିକ ସହାୟତା ଯୋଗାଉଥିବାରୁ ଏହାକୁ ନେଇ ବ୍ଲିଙ୍କେନ୍ ଉଦ୍ବେଗ ପ୍ରକାଶ କରିଥିଲେ। ଦେଶର…
ପ୍ଲାଷ୍ଟିକ୍ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ
ଲଣ୍ଡନ୍,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ ଗବେଷଣାମୂଳକ ସର୍ଭେରୁ ଜଣାପଡ଼ିଛି। ପ୍ଲାଷ୍ଟିକ୍ ଉତ୍ପାଦନ ମାତ୍ରାର ପ୍ରତ୍ୟେକ ପ୍ରତିଶତରେ ସମ ହାରର ପରିବେଶର…
୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ
ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା କ୍ଷେତ୍ର ଓ ଏହା ଅଧୀନ ସମସ୍ତ ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ…
Archives


