ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି
ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ସକାଳେ ମୋଦି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ…
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ
ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା । ଏହି ଖବର ସାରା ରାଜ୍ୟରେ…
ପିସି କାରବାରରୁ ଅଭାବୀ ବିକ୍ରି
ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ ପରିଣତ ହୋଇଛି। ଉଭୟ ରବି ଏବଂ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଚାଷୀମାନେ…
ଡାକ୍ତର କହିଲେ ଖରାରେ ରଖ, ଅଧଘଣ୍ଟା ପରେ ନବଜାତକ ମୃତ
ମୈନପୁରି, ୧୯।୫: ଉତ୍ତରପ୍ରଦେଶର ମୈନପୁରି ଜିଲା ଭୁଗାଇ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ଦିନ ତଳେ ଜନ୍ମିତ ଜଣେ ଶିଶୁକନ୍ୟାକୁ ଖରାରେ ରଖିବାରୁ ତାଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ରାଧାରମଣ ରୋଡ୍ସ୍ଥିତ ଶ୍ରୀ ସାଇ ହସ୍ପିଟାଲରେ ଗ୍ରାମର…
ବେଙ୍ଗାଲୁରୁକୁ ଜିତାଇଲା ଧୋନୀଙ୍କ ଛକା, ଦୀନେଶ କାର୍ତ୍ତିକ କଲେ ବଡ଼ ଖୁଲାସା
ବେଙ୍ଗାଲୁରୁ,୧୯।୫: ଶନିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ବିଜୟ ହାସଲ କରି ପ୍ଳେଅଫ ସ୍ଥାନ ସୁରକ୍ଷିତ କରିଛି। ଶେଷ ଓଭର ଯାଏ ବେଙ୍ଗାଲୁରୁ ପାଇଁ ପ୍ଳେଅଫ ଆଶା…
ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍ ଟୁରିଷ୍ଟ ଗୋପୀଚାନ୍ଦ
ଓ୍ବାଶିଂଟନ,୧୯ା୫: ଜେଫ୍ ବେଜୋସ୍ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ ସ୍ପେସ୍ ଟୁରିଜିମ୍ ମିଶନର ଅଂଶ ସ୍ବରୂପ ବ୍ଲ୍ୟୁ ଅରିଜିନ ଏନ୍ଏସ୍-୨୫କୁ ନେଇ କାର୍ମାନ ଲାଇନ…
ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍
ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା ଷ୍ଟାର ପ୍ରଚାରକ ସଚିନ ପାଇଲଟ ଏହା କହିଛନ୍ତି। ବାଲେଶ୍ୱର ମିଶନପଡିଆଠାରେ ଜିଲା କଂଗ୍ରେସ ସଭାପତି…
ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍ ସୁନା
ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ, ଭାଜପାରୁ ଲଳିତ କୁମାର ବେହେରା, ସମାଜବାଦୀ ପାର୍ଟିରୁ ପ୍ରଶାନ୍ତ କୁମାର ପାତ୍ର, ସ୍ବାଧୀନ…
ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା
ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ ପୋଲିସ ବିଜେଡିର ହାତବାରିସି ସାଜିଥିବା ଭାଜପା ଅଭିଯୋଗ ଆଣିଛି। ନିର୍ବାଚନୀ ହିଂସାକାଣ୍ଡରେ ଜଣେ…
ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ
ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ। ଦେବେଶ ମଧ୍ୟ ବିଜେଡିର ରାଜ୍ୟ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ପୁତୁରା।…
ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର
ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର ଆବଶ୍ୟକତା ପଡିଥାଏ। ଯାହାକୁ ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିବା ପରେ ସ୍ଥାନୀୟ ତହସିଲଦାର ପ୍ରଦାନ…
ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍ୱର୍କ ଜୋନ୍
ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି ମୋବାଇଲ ନେଟୱର୍କ ସମସ୍ୟା। ଏହି ସମସ୍ୟା ଦୂର କରିବାକୁ ଏହି ଅଞ୍ଚଳର ଲୋକେ ବାରମ୍ବାର…
Archives


