Home Left

ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ, ନିତିଦିନ କରୁଛନ୍ତି ବ୍ୟବହାର, ଦେଖନ୍ତୁ ଲିଷ୍ଟ

ଡେରାଡୁନ,୩୦।୪: ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ ପତଞ୍ଜଳିର ୧୪ ଟି ଉତ୍ପାଦର ଲାଇସେନ୍ସକୁ ସ୍ଥଗିତ ରଖିଛି। ବିଶେଷ କଥା ହେଉଛି ଏହି…

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ ଅନ୍ତର୍ଭୁକ୍ତ କରିବାକୁ ସୁପାରିଶ କରିଛନ୍ତି। ସେ କହିଛନ୍ତି ଯେ ମୋର ବ୍ୟକ୍ତିଗତ ଇଚ୍ଛା ହେଉଛି…

ଆଜି ହୋଇପାରେ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଏହି ଖେଳାଳିଙ୍କୁ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ଟି-୨୦ ବିଶ୍ୱକପ ପାଇଁ ଆଉ ବେଶୀ ଦିନ ବାକି ନାହିଁ। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ଚୟନ କମିଟି ଖୁବ ଶୀଘ୍ର ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରିବ। ମେ ୧ରେ ଦଳ ଘୋଷଣା…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିପାରେ ବଡ଼ ଝଟ୍‌କା: ଏହି କ୍ରିକେଟର୍‌ ହୋଇପାରନ୍ତି ଉପଅଧିନାୟକ

ନୂଆଦିଲ୍ଲୀ,୩୦।୪: କିଛି ମାସ ପୂର୍ବରୁ ରିଷଭ ପନ୍ତ ଆଇପିଏଲ ୨୦୨୪ର ଅଂଶ ହେବେ କି ନାହିଁ ସେ ବିଷୟରେ ଆଲୋଚନା ହୋଇଥିଲା। କିନ୍ତୁ ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହେବାର କିଛି ଦିନ ପୂର୍ବରୁ ପନ୍ତ ଉପ-ଅଧିନାୟକ…

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍‌ଡିଏଫ୍‌ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ…

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ ଦେଇଛି । ପୋଷ୍ଟରରେ ୟାସିନ ମଲିକଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ…

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ ଦୁଇଟା ପରେ ପରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଚାଉଳିଆଗଞ୍ଜ, ବକ୍ସିବଜାରର ତିନୋଟି ଦମକଳ ବାହିନୀ…

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଦଶୀପୁର ପଞ୍ଚାୟତରେ ମଣ୍ଡଳ ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି ଜ୍ୟୋତିର୍ମୟ ପାଲଙ୍କ ସମେତ ଯୁବନେତା ସାରଦା ବେହେରା, ପ୍ରଦ୍ୟୁମ୍ନ ସାହୁ, ସଙ୍କେତ କୁମାର ରାଉତ,…

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି ଓ ଧୂଅଁା କଲବଲ କରି ଚାଲିଛି। ଉଭୟ ବନଖଣ୍ଡର ଗୋଟିଏ ପରେ ଗୋଟିଏ ଜଙ୍ଗଲରେ…

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା କୁରୁଡ଼ା ଛକରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି…

ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ

ଇସଲାମାବାଦ୍‌,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି, ଭାରତ ଆଜି ଏକ ମହାଶକ୍ତି ହେବାକୁ ଯାଉଛି, ଆମେ ଭିକ ମାଗୁଛୁ ଏବଂ ଦେବାଳିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri