ଗୋଲ୍ଡେନ ବୁଟ୍ ରେସ୍ରେ ଏହି ୩ ଖେଳାଳି, ଜାଣନ୍ତୁ…
ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍ରେ ଗୋଲ୍ଡେନ ବୁଟ୍ ରେସରେ ସାମିଲ ହୋଇଛନ୍ତି। ଏହି ଦୁଇ ଗୋଲ ସହ ଚଳିତ ବିଶ୍ୱକପ୍ରେ ତାଙ୍କ ଗୋଲ ସଂଖ୍ୟା ୭କୁ…
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ ଝିଅ ଝାନ୍ସି ରାଣୀ ସାହୁ(୬)ଙ୍କୁ ୨ ବୁଲା କୁକୁର ଝୁଣି ଖଣ୍ଡିଆ ଖାବରା…
ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା
ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ କରାଯିବ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…
କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର
ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ ସଂଘର୍ଷ କରୁଥିଲେ ଏବଂ ଭାରତରେ ଚିକିତ୍ସାଧୀନ ଥିଲେ। ଆଫଗାନିସ୍ତାନ କ୍ରିକେଟ ବୋର୍ଡ ମଙ୍ଗଳବାର…
ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା
ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏକ ପ୍ରଶ୍ନର ଉତ୍ତରରେ, ଦୀପକେ ହଜାରେଙ୍କୁ ‘ବୁଢ଼ା ବ୍ୟକ୍ତି’ ବୋଲି କହି…
ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା ଅଭିଯୋଗରେ ୪ ଜଣକୁ ମଙ୍ଗଳବାର ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ଦୁଇଟି…
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ
ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ହୋଇଛି। ପ୍ରଧାନଶିକ୍ଷକ ଜଣକ ଜନୈକ ଶିକ୍ଷୟିତ୍ରୀଙ୍କୁ ଶାରୀରିକ…
ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…
ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ (୪୫) ବୋଲି ଜଣାପଡିଛି। ଖବର ଅନୁସାରେ, ଘରଟି ବନ୍ଦ ଥିଲା। ଘର ଭିତରୁ…
ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ
ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ବଡ଼ଗଡ଼ ଥାନା…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ ଝୁଲାଇ ଦେଇଥିବା ଜଣାପଡିଛି । ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚି ତଦନ୍ତ…
ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…
ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି। ଏହି ପଦକ୍ଷେପ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ର ସହିତ ସମ୍ପର୍କକୁ ମଜଭୁତ କରିବା ସହିତ…
ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି
ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ ସେ ରହୁଥିବା ହୋଟେଲ ନିକଟରେ ଏକ ବିସ୍ଫୋରଣ ଘଟିଥିଲା। ଇମାନୁଏଲ ମାକ୍ରୋନ ସିରିଆର…

