Home Left

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା ବାଲିଆ ନିକଟ କୋଲାବ ନଦୀ ପାଖରେ। କୋଲାବ ନଦୀ ପଠାରୁ ବାଲି ଚାଲାଣ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ ପହଞ୍ଚିବା ପରେ, ତାଙ୍କୁ ଲୋକସଭା ବାଚସ୍ପତି ଓମ ବିର୍ଲା, କଂଗ୍ରେସ ଏମ୍‌ପି ରାହୁଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ଉଭୟ ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ବହୁ ଯାତ୍ରୀ ଆହତ ହୋଇଛନ୍ତି।…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ ତଳେ ଏକ ଗୁରୁତର ହାର୍ଟ ସର୍ଜରି ହୋଇସାରିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିବା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା ଏକ ଘରୋଇ ଆମ୍ବୁଲାନ୍ସ। ଏହି ଆମ୍ବୁଲାନ୍ସଟି ଭୁବନେଶ୍ୱରରୁ ରୋଗୀ ଛାଡ଼ି ଅନୁଗୋଳ…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା। ଏହି କାର୍ଯ୍ୟର ପ୍ରାରମ୍ଭିକ ସ୍ତରରେ ବିପୁଳ ପୋଲିସ ଓ ପ୍ରଶାସନକୁ ନିୟୋଜିତ କରାଯାଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ ବ୍ଲକ ପ୍ରଶାସନଠୁ ଆରମ୍ଭ କରି ଜିଲା ପ୍ରଶାସନ ପାଖରେ ଅନେକଥର ଲିଖିତ…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର ସକାଳୁ ଜଣେ ନାବାଳକଙ୍କ ଗୋଡ଼ହାତ ଅଲଗା ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବକ…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯ ଡିଗ୍ରୀ ରହିଥିବାବେଳେ ଶୁକ୍ରବାର ୩୯ ଡିଗ୍ରୀ ଛୁଇଁଛି। ସେହିଭଳି ରାଜ୍ୟର ଅନ୍ୟ ସ୍ଥାନରେ…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ ଦେଉଳକୁ ଫେରିଯିବେ ମା’ କାଳୀ । ଚମାଖଣ୍ଡି ସୀତାନଗର ମା’ ଦଣ୍ଡ କାଳୀଙ୍କ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ ବିରୋଧ କରିଆସୁଛନ୍ତି। ମାତ୍ର ଏହି ବିରୋଧକୁ ବେଦାନ୍ତ କମ୍ପାନୀ ଖାତିର ନ କରି…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିକଟରେ ଫେରାଦ ହୋଇଛନ୍ତି। ଏହି ଅଭିଯୋଗ ପାଇ ମନ୍ତ୍ରୀ ମହାଲିଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri