ନେଟ୍ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…
ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏଥିଲାଗି ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରୀତ ବୁମରାଙ୍କ ଭଳି କିଛି ଭାରତୀୟ ଖେଳାଳି ପୂର୍ବରୁ ଆସିଥିବା ବେଳେ…
ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ
ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ ଲୋକମାନେ ଅଧିକ କଷ୍ଟ ପାଉଛନ୍ତି। ଏଭଳି ସ୍ଥିତିରେ ସହରାଞ୍ଚଳର ବାସହୀନ ଲୋକଙ୍କ ରାତ୍ରିଯାପନ ପାଇଁ…
ଆଇଏସ୍ପିଏଲ୍ ନିଲାମରେ ଓଡ଼ିଆ ପୁଅ ରାଜେଶ
ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି। ସହରାଞ୍ଚଳରେ ବିଭିନ୍ନ କ୍ରୀଡ଼ା ଅନୁଷ୍ଠାନ ପକ୍ଷରୁ କ୍ରିକେଟ୍ କୋଚିଂ ଦିଆଯାଉଥିବା ବେଳେ ଗ୍ରାମାଞ୍ଚଳ ପିଲାମାନେ…
ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର
ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ ନିଆଁ ଲାଗି ଅନ୍ୟ ଦୋକାନକୁ ବ୍ୟାପିଥିଲା। ତେବେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ପହଞ୍ଚି ନିଆଁକୁ…
ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ
ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍’ ନାଇଟ୍ କ୍ଲବ୍ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍ବ୍କୁ ଭାଙ୍ଗିବା ପାଇଁ ପୂର୍ବରୁ ନୋଟିସ ଦିଆଯାଇଥିବାବେଳେ ଉଚ୍ଚ କର୍ତ୍ତୃପକ୍ଷଙ୍କ ହସ୍ତକ୍ଷେପ ଯୋଗୁ ଉଚ୍ଛେଦ ବନ୍ଦ ରହିଥିଲା।…
ଓଲଟିଲା ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍
ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍ ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ, ବ୍ଲକ ର ଏହି ପଞ୍ଚାୟତକୁ ଓଡି…
ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି
ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ-ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକର ବିଭିନ୍ନ…
ଏଇ ଭାରତରେ
ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ ବ୍ୟବହାର କରାଯାଉଛି ଏବଂ ଏଥିପାଇଁ ବହୁ ଷ୍ଟାର୍ଟଅପ ସାମ୍ନାକୁ ଆସୁଛନ୍ତି। ଏହା ବ୍ୟତୀତ ବ୍ୟକ୍ତିଗତ…
ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍ସ୍କି
ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ ଚାଲିଥିବାରୁ ଦେଶରେ ଏଭଳି ଚର୍ଚ୍ଚା ଜୋର୍ ଧରିଛି। ୟୁକ୍ରେନ୍ ଯୁଦ୍ଧ ବନ୍ଦ ସହ ଶାନ୍ତି…
କଚ୍ଛପ ଗତି
କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର ଗତି ସହିତ ତୁଳନା କରି ଲଘୁ ମନ୍ତବ୍ୟ ଦେବା ଏକ ଜଣାଶୁଣା କଥା। ଯେପରି…
ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି
ଡେରାଡୁନ୍,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍ଲାଇନ ମୋଡ୍ରେ ପାଠପଢ଼ା ଯାଉଛି। ଜିଲାର ଜନବସତି ଅଞ୍ଚଳରେ କିଛିଦିନ ହେଲା ଗୋଟିଏ କଲରାପତରିଆ ବୁଲୁଥିବାରୁ ଲୋକେ ଭୟଭୀତ…
ପୁଟିନ୍ଙ୍କ ଭାରତ ଗସ୍ତ ଅନ୍ତରାଳେ
ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଘୋର ଅସନ୍ତୁଷ୍ଟ। ଏଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ଭାରତ ପକ୍ଷରୁ…
Archives


