ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ: ଯୋଗଦେଲେ ବିଧାୟକ, କହିଲେ ସମନ୍ୱୟ ରକ୍ଷା କରି…
ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଉପସ୍ଥିତ ରହି ବିଭିନ୍ନ…
ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ
ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି ଉଦାରମା ଜଙ୍ଗଲକୁ ଯାଇଛନ୍ତି। ହାତୀପଲ ତୁଡାଲଗା ନିକଟରେ ରାଜ୍ୟ ରାଜପଥ ଅତିକ୍ରମ କରି…
ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ
ରାଜନଗର, ୧୧।୮ (ଭାସ୍କର ରାଉତରାୟ): ମୌସୁମୀର ଆଗମନରେ ଚଳିତ ବର୍ଷ ଜୁଲାଇ ମାସଠାରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଦେଶୀୟ ପକ୍ଷୀଙ୍କ ସମାଗମରେ ପକ୍ଷୀବିହାର ଭିତରକନିକାର ଶୋଭା ଦ୍ୱିଗୁଣିତ ହେବାରେ ଲାଗିଛି। ପ୍ରାୟ ୧୦ ପ୍ରକାରର ଦେଶୀୟ ପକ୍ଷୀ, ବିଶେଷକରି ଅଞ୍ଜନା,…
ଧର୍ମଘଟ: କେନ୍ଦୁଝରରେ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ
କେନ୍ଦୁଝର,୧୧।୯(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ସ ଆହ୍ବାନରେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ କରାଯାଇଛି। କେନ୍ଦୁଝର ଜିଲାରେ ମଧ୍ୟ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି। ବିଭିନ୍ନ ସରକାରୀ ବ୍ୟାଙ୍କ ଶାଖାରେ ସାଧାରଣ ବ୍ୟାଙ୍କିଙ୍ଗ୍ କାର୍ଯ୍ୟ ବନ୍ଦ…
ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ
ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କନ୍ଧମାଳ ଜିଲାରେ ପ୍ରବଳରୁ ଅତି…
ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର
ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା ଧନ, ସମୃଦ୍ଧି ଓ ଉପଲବ୍ଧିର ପ୍ରତୀକ ଅଟେ। ଅନ୍ୟପକ୍ଷରେ, ଏହି ନକ୍ଷତ୍ରର ଅଧିପତି…
ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ
କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଲଦ ସିକକାଙ୍କୁ ତୁରନ୍ତ ନିଃସର୍ତ୍ତ ମୁକ୍ତ କରିବା…
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ ଓ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍…
୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ
ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ ଆରମ୍ଭ କରି କ୍ୟାରିୟର ଓ ବ୍ୟବସାୟ ସମେତ ଅନେକ କ୍ଷେତ୍ର ଉପରେ ଦେଖିବାକୁ…
ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା
ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ କମ୍ପାନୀରେ କାମ କରୁଥିଲେ। ଅସୁସ୍ଥତା କାରଣରୁ ଗତ ଅଗଷ୍ଟ ୩୧ ତାରିଖରେ ସେ…
Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…
ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ ନୂଆ ହିସାବ ପ୍ରତିଦିନ ସାମ୍ନାକୁ ଆସିବାରେ ଲାଗିଛି । ଏହି ସମୟରେ, ପେନସନ୍ଭୋଗୀମାନେ…
ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…
ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବେଲଗାଁ ଥାନା ଧୋବାଡ଼ି ଗ୍ରାମରେ ଏହି ଅଘଟଣ ଘଟିଛି। ମୃତକ ହେଲେ ପି.…

