Home Left

ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ ଶୀଘ୍ର ହେବ। ଯଦିଓ ସେ ନିଜ ଅଂଶଗ୍ରହଣ ନେଇ ସମ୍ଭାବନାକୁ ଖୋଲା ରଖିଛନ୍ତି,…

ଭାରତୀୟ ଟିମ୍‌ ପାଇଁ ଖୁସି ଖବର, ଆଫଗାନିସ୍ତାନ ସିରିଜରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ ଦଳ ପାଇଁ ଏକ ବଡ଼ ଖୁସି ଖବର। ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମରା ସମ୍ପୂର୍ଣ୍ଣ ଫିଟ୍ ଘୋଷିତ ହୋଇଛନ୍ତି। ଆସନ୍ତା ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଥିବା ତିନି ମ୍ୟାଚ୍ ବିଶିଷ୍ଟ…

AIକୁ ନେଇ ନନ୍ଦନ ନିଲେକାନିଙ୍କ ବଡ଼ ପୂର୍ବାନୁମାନ: କହିଲେ ବଡ଼ କମ୍ପାନୀଗୁଡ଼ିକରେ AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ଚାଲିଯିବ, ଛୋଟ କମ୍ପାନୀଗୁଡ଼ିକ…

ନୂଆଦିଲ୍ଲୀ,୧୦।୯: AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ହରାଇବାର ଆଶଙ୍କା ମଧ୍ୟରେ, ବିଶିଷ୍ଟ ବୈଷୟିକ ବୈଜ୍ଞାନିକ ତଥା ଇନଫୋସିସର ଅଧ୍ୟକ୍ଷ ନନ୍ଦନ ନିଲେକାନି ଏକ ଗୁରୁତ୍ୱପୂର୍ଣ୍ଣ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ AI ମୁଖ୍ୟତଃ ବଡ଼ କମ୍ପାନୀଗୁଡ଼ିକୁ କମ କର୍ମଚାରୀଙ୍କ…

ପାକିସ୍ତାନକୁ ହରାଇଲା ସେମିରେ ପହଞ୍ଚିଲା ଭାରତ

ମାକ୍ୱି,୧୦ା୯: ପାକିସ୍ତାନକୁ ୧୯-୦ ଗୋଲ୍‌ରେ ପରାସ୍ତ କରି ଭାରତ ଜୁନିୟର ମହିଳା ଏସିଆ କପ୍‌ ହକି ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଭାରତ ଆରମ୍ଭରୁ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ନିରନ୍ତର ଆକ୍ରମଣାତ୍ମକ ପ୍ରଦର୍ଶନ ସହ ଦଳ…

ବାଲ୍ୟ ବିବାହ ରୋକିବା ନେଇ ଗୁରୁତ୍ୱାରୋପ, ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟ ରଖି…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ କାର୍ଯ୍ୟକାରିତା ସହ ବାଲ୍ୟ ବିବାହ ରୋକିବା ଦିଗରେ ନିଯୁକ୍ତ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲା ପରିଷଦର ଋଷିକୂଲ୍ୟା…

ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେ ହେଲେ ଦିଗମ୍ବର ଠେଲା (୫୦)। ମିଳିଥିବା ସୂଚନା ମୁତାବକ, ଦିଗମ୍ବର…

ସୁଧୁରୁନି ରାସ୍ତାର ଅବସ୍ଥା, ଏନ୍‌ଏସିକୁ ଦାବିପତ୍ର ପ୍ରଦାନ କରି…

ପଦ୍ମପୁର,୧୦ା୯(ପ୍ରଦୀପ୍ତ ଦାଶ): ପଦ୍ମପୁର ଏନ୍‌ଏସି ଅନ୍ତର୍ଗତ ଥାନା ସମ୍ମୁଖରୁ ଡା. ବି.ଆର୍‌. ଆମ୍ବେଦକର ଛକ ପର୍ଯ୍ୟନ୍ତ ରାସ୍ତାର ଦୁରବସ୍ଥା ଦୂର କରି ତୁରନ୍ତ ରାସ୍ତା ନିର୍ମାଣ ଓ ଉନ୍ନତିକରଣ କରିବାକୁ ଦାବି ହୋଇଛି। ଏନେଇ ସ୍ଥାନୀୟ ବାସିନ୍ଦାମାନଙ୍କ ପକ୍ଷରୁ ଏନ୍‌ଏସି କାର୍ଯ୍ୟନିିର୍ବାହୀ…

କେବିକେ ବିକାଶ ଯୋଜନାରୁ ବଞ୍ଚିତ ହେବେ ୪ ପଞ୍ଚାୟତ, ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କେବିକେ ବିକାଶ ଯୋଜନାର ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକର ୧୨ଟି ପଞ୍ଚାୟତ ପାଇଁ ୨୦୨୪-୨୫, ୨୦୨୫-୨୬ ଓ ୨୦୨୬-୨୭ ଆର୍ଥିକ ବର୍ଷ ନିମନ୍ତେ ପଞ୍ଚାୟତ ସମିତି…

ଲାଲୁଙ୍କ ପରିବାରକୁ ବଡ଼ ଝଟକା; IRCTC ମନି ଲଣ୍ଡରିଂ ମାମଲାରେ କୋର୍ଟ କହିଲେ..

ପାଟନା,୧୦।୯: IRCTC ଅର୍ଥ ହେରଫେର (ମନି ଲଣ୍ଡରିଂ) ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ଏକ ବଡ଼ ଝଟକା ଲାଗିଛି। ଗୁରୁବାର (୧୦ ସେପ୍ଟେମ୍ବର ୨୦୨୬) , ରାଉସ ଆଭେନ୍ୟୁ କୋର୍ଟ RJD ମୁଖ୍ୟ ଲାଲୁ ପ୍ରସାଦ…

ଭାରତ ଗସ୍ତ କରିବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ; ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଅଂଶଗ୍ରହଣ ନ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦିଆଯାଇଛି। ବାଂଲାଦେଶର ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ହୁମାୟୁନ କବୀର ଗୁରୁବାର (୧୦ ସେପ୍ଟେମ୍ବର, ୨୦୨୬)…

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ ଏହି ଚାମ୍ପିଅନସିପ ହାସଲ କରିଛି। ଏହି ମ୍ୟାଚ୍‌ରେ ଇଶାନ ଚମତ୍କାର ବ୍ୟାଟିଂ ପ୍ରଦର୍ଶନ…

ସରକାରଙ୍କ ଋଣ ଯୋଜନା ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ନେଇ ପରାମର୍ଶ

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଜିଲା ବ୍ୟାଙ୍କ ପରାମର୍ଶଦାତା କମିଟି ତ୍ରୟମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ରହ୍ମପୁର ଏମ୍‌ପି ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?