Home Middle

୬୦ ଘଣ୍ଟା ସଟ୍‌ଡାଉନ ରହିବ ୩ ଜିଲା: ଗୁରୁବାର ରାତି ୧୦ରୁ ୨୬ ତାରିଖ ଦିନ ୧୦ଟା ଯାଏ ଭଦ୍ରକ, ବାଲେଶ୍ୱର, ଯାଜପୁର ସମ୍ପୂର୍ଣ୍ଣ ବନ୍ଦ

ଭୁବନେଶ୍ୱର, ୨୩।୪(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ସନ୍ଧ୍ୟାରେ ଏକ ବଡ଼ ଘୋଷଣା କରିଛନ୍ତି। ୩ ଜିଲାକୁ ସମ୍ପୂର୍ଣ୍ଣ ସଟ୍‌ଡାଉନ୍‌ କରାଯାଇଛି। ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲା ୬୦ ଘଣ୍ଟା ପାଇଁ ସଟ୍‌ଡାଉନ…

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ୨ ଜଣ ହେଲେ ବାଲେଶ୍ୱର ଜିଲାର। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷର ମହିଳା ଓ ୩୬ ବର୍ଷର ପୁରୁଷ…

କରୋନା ତଥ୍ୟ: ବିଶ୍ୱରେ ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ଟପିଲା, ଭାରତରେ ୨୧,୩୯୩ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୮୭ ଆକ୍ରାନ୍ତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ସୁଦ୍ଧା ବିଶ୍ୱରେ ୨୧୦ ଦେଶ, ୨ଜାହାଜ କରୋନା କବଳିତ। ବୁଧବାର ସମଗ୍ର ବିଶ୍ୱରେ ୨୫ ଲକ୍ଷ ୭୨ହଜାର ୬୦୩ଜଣ ବ୍ୟକ୍ତି ସଂକ୍ରମିତ ଥିବା ବେଳେ ଗୁରୁବାର ଏହା ୨୬ ଲକ୍ଷ ୪୮ହଜାର ୩୬୦ରେ ପହଞ୍ଚିଛି। ସେହିଭଳି ୧ ଲକ୍ଷ…

ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଏଭରେଷ୍ଟ ଶୃଙ୍ଗ ଭଳି ଗ୍ରହାଣୁପିଣ୍ଡ: ଏପ୍ରିଲ୍‌ ୨୯ରେ ହେବ ନିକଟବର୍ତ୍ତୀ

ଓ୍ବାଶିଂଟନ,୨୩।୪: ଏପ୍ରିଲ୍‌ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ ମତ ଦେଇଛନ୍ତି। ଲକ୍ଷ ଲକ୍ଷ ବର୍ଷ ତଳେ ଏଭଳି ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ ଧକ୍କା…

ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍‌ଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ ବିଭାଗର ଟୁଇଟ୍‌ ଅନୁଯାୟୀ, ଆକ୍ରାନ୍ତମାନଙ୍କ ବୟସ ଯଥାକ୍ରମେ ୪୮,୭୦,୮୦ ଏବଂ ୨୧ ବର୍ଷ। ସମସ୍ତ…

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି…

କରୋନା ସଙ୍କଟ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଇଲେ ସରକାର

ନୂଆଦିଲ୍ଲୀ,୨୩।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପକ୍ଷରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଯାଇଛି। ଏନେଇ ଅର୍ଥମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ୨୦୨୦ ଜାନୁୟାରୀ ପହିଲାଠାରୁ ୧ଠାରୁ…

CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍‌ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଏକଜୁଟ ହୋଇ କରୋନା ବିରୋଧରେ ଲଢ଼ିବା ପରିବର୍ତ୍ତେ ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରୁଛି ଭାଜପା: ସୋନିଆ

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଦେଶବାସୀ ଏକଜୁଟ ହୋଇ ଲଢ଼ିବାର ଆବଶ୍ୟକତା ରହିଛି। ତେବେ ଏପରିସ୍ଥଳେ ବି ଭାଜପା ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରିବା ପାଇଁ ଉଦ୍ୟମ ଜାରି ରଖିଛି ବୋଲି କଂଗ୍ରେସ…

ଚିନ୍ତା ବଢ଼ାଇଲାଣି କରୋନା: ୩ ବରିଷ୍ଠ ସଚିବଙ୍କୁ ୩ ଜିଲାର ଦାୟିତ୍ୱ; କୋଭିଡ ମୁକାବିଲାର ତଦାରଖ କରିବେ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟର ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲାରେ ହଠାତ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହିସବୁ ଜିଲାରୁ ଅଧିକ କରୋନା ପଜିଟିଭ୍‌ ମାମଲା ଆସିବା ପରେ ରାଜ୍ୟ ସରକାର ପଦକ୍ଷେପ ନିଆଯାଇଛି। ରାଜ୍ୟର ୩ ଜଣ ବରିଷ୍ଠ ସଚିବଙ୍କୁ ଏହି…

କରୋନା ମୁକାବିଲା ପାଇଁ ଆବଶ୍ୟକ ୧୦ ଲକ୍ଷ ଭେଣ୍ଟିଲେଟର: ଭାରତରେ ରହିଛି ୫୦ ହଜାର

ନୂଆଦିଲ୍ଲୀ,୨୩।୪: ଭାରତରେ କରୋନା ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଗୁରୁତର କରୋନା ସଂକ୍ରମିତଙ୍କ ପାଇଁ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ଏପରିସ୍ଥଳେ ଭାରତରେ ସମ୍ପ୍ରତି ୫୦ ହଜାର ଭେଣ୍ଟିଲେଟର ରହିଛି। କରୋନା ମୁକାବିଲା ଲାଗି ୧୦ ଲକ୍ଷ ଭେଣ୍ଟିଲେଟରର ଆବଶ୍ୟକତା…

ପୁନେରେ ଫସିଛନ୍ତି ସ୍କିଲ ଓଡ଼ିଶା ଛାତ୍ର

ବାଲେଶ୍ୱର ଅଫିସ,୨୩।୪-ବାଲେଶ୍ୱର ସଦର ବ୍ଲକ, ବସ୍ତା ଓ ଜଳେଶ୍ୱର ବ୍ଲକର ୧୩ଜଣ ଛାତ୍ର ସରକାରୀ ନିଯୁକ୍ତି ଭିତ୍ତିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ (ସ୍କିଲ ଓଡ଼ିଶା)ରେ କୃତକାର୍ଯ୍ୟ ହୋଇ ଗତ ୫ତାରିଖରେ ପୁନେର ଏକ ଅଟୋମୋବାଇଲ୍‌ କମ୍ପାନୀରେ ଯୋଗଦେଇଥିଲେ। କିଛିଦିନ ପରେ ଲକ୍‌ଡାଉନ୍‌ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri