Home Middle

ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍‌ କ୍ୟାଣ୍ଟିନ୍‌ରେ ଜୁନ୍‌ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆତ୍ମନିର୍ଭର ଅଭିଯାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଭାରତୀୟ ସ୍ବଦେଶ ଉତ୍ପାଦ…

CORONAVIRUS UPDATE: ନୂଆ ୧୦୧ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୯୦ କ୍ୱାରାଣ୍ଟାଇନ ସେଣ୍ଟରରୁ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ବୁଧବାର ସକାଳେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୦୧ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ୮ଜଣ କଣ୍ଟେମେଣ୍ଟ ଜୋନ୍‌ର ହୋଇଥିବା ବେଳେ ଅନ୍ୟ ୩ ଜଣ ଲୋକାଲ…

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ନୂଆ ଚିହ୍ନଟ…

ମୋଦି ଦେଲେ ସଙ୍କେତ: ନୂଆ ରୂପରେ ହେବ ଲକ୍‌ଡାଉନ୍‌ ୪.୦

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଲକ୍‌ଡାଉନ୍‌-୪.୦ ନେଇ ମଧ୍ୟ ସଙ୍କେତ ଦେଇଛନ୍ତି। ତେବେ ଏହା ନୂଆ ପ୍ରକାର ହେବ। ମେ’ ୧୮ ପୂର୍ବରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ନେଇ ସୂଚନା ଦିଆଯିବ।…

CORONAVIRUS UPDATE : କେନ୍ଦୁଝରରେ ଆଉ ୨ କରୋନା ପଜିଟିଭ, ଉଭୟ ସୁରଟ ଫେରନ୍ତା

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଦ୍ୱୟ କେନ୍ଦୁଝର ଜିଲା ହାଟଡିହି ବ୍ଲକର। ଉଭୟେ ସୁରଟ ଫେରନ୍ତା ବୋଲି କେନ୍ଦୁଝର ଜିଲାପାଳ ଆଶିଷ…

ଆତ୍ମନିର୍ଭରଶୀଳ ହେବ ଭାରତ: ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍‌ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍‌ ଭାରତୀୟ ଜିଡିପିର ପ୍ରାୟ ୧୦%। ଏହା ଆତ୍ମନିର୍ଭର ଭାରତକୁ ଶକ୍ତି ଦେବ।…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୧୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ…

୪୬ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୩୮ ସୁରଟ ଫେରନ୍ତା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ୪୬ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ…

CORONAVIRUS UPDATE: ରାଜ୍ୟରେ ଆଉ ୨୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ଆଉ ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ…

CORONAVIRUS UPDATE: ୪୦୦ ଟପିଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୧।୫(ବ୍ୟୁରୋ)-ରାଜ୍ୟରେ ସୋମବାର ସାରେ ପୁଣି ୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ଗଞ୍ଜାମର ୧୭ ରହିଥିବାବେଳେ ସୁନ୍ଦରଗଡ଼ ୨ ଓ ବୌଦ୍ଧ ଜିଲାରେ ଜଣେ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ…

୧୩ରୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଗଡିବ ସ୍ପେଶାଲ ଟ୍ରେନ: ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୧।୫(ବ୍ୟୁରୋ)-କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ କରାଯାଇଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ବିଭାଗ ପକ୍ଷରୁ ସମସ୍ତ ଟ୍ରନ ଚଳଚଳକୁ ବନ୍ଦ କରାଯାଇଥିଲା। ତେବେ ଆସନ୍ତା ୧୩ରୁ ଭୁବନେଶ୍ୱରରୁ ଦିଲ୍ଲୀ ମଧ୍ୟରେ ଚାଲିବ ସ୍ପେଶାଲ ଟ୍ରେନ। ଟ୍ରେନରେ…

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଲା

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?