Home Middle

ମୋଦି ସରକାର ସେପ୍ଟେମ୍ବର ୯ରୁ ବିକିବେ ସୁନା: ଗ୍ରାମ୍‌ ପିଛା ଦର ୩ ହଜାର ୮ଶହ ୯୦

ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସୁନାରେ ନିବେଶ କରିବା ପାଇଁ ଏକ ଯୋଜନା କରିଛନ୍ତି। ସେପ୍ଟେମ୍ବର ୯ରେ ସରକାର ଗୋଲ୍ଡ ବଣ୍ଡ ସିରିଜ୍‌-୨ର ଆରମ୍ଭ କରିବେ। ଏହା ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଜାରି ରହିବ। ଏହି ଯୋଜନାରେ ସୁନା ଦର…

ଚନ୍ଦ୍ରୟାନ-୨: ଇସ୍ରୋକୁ ମିଳିଛି ୯୫ ପ୍ରତିଶତ ସଫଳତା

ଶ୍ରୀହରିକୋଟା,୭।୯: ଚନ୍ଦ୍ରୟାନ-୨ ମିଶନ୍‌ରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଛି। ଲ୍ୟାଣ୍ଡର ବିକ୍ରମ ଅବତରଣ କରିଥିଲେ ଏଥିରେ ଥିବା ରୋଭର ପ୍ରଜ୍ଞା ଚନ୍ଦ୍ରପୃଷ୍ଠର କେତେକ ଫଟୋ ପଠାଇଥାନ୍ତା। ଏହାଦ୍ୱାରା ଚନ୍ଦ୍ରର ପୃଷ୍ଠ ଭାଗ ସମ୍ପର୍କରେରେ କେତେକ ଅଜଣା ତଥ୍ୟ ମିଳିଥାନ୍ତା। ତେବେ…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଠିକ୍‌, ସମସ୍ତେ ସହଯୋଗ କରିବା ଦରକାର କହିଲେ ଆମିକସ୍‌ କ୍ୟୁରି

ପୁରୀ ଅଫିସ,୭।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କ୍ଲିନ୍‌ଚିଟ୍‌। ଶୁକ୍ରବାର ଜିଲା ପ୍ରଶାସନ ଏବଂ ମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ସରକାରଙ୍କ ନିଷ୍ପତ୍ତିକୁ ଠିକ୍‌ ବୋଲି କହିଛନ୍ତି। ଯେଉଁ ପଦକ୍ଷେପ ନିଆଯାଉଛି,…

ସୋପେରରେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳି ଚାଳନା: ୨ ବର୍ଷର ଶିଶୁ କନ୍ୟା ସହିତ ୪ ଆହତ

ଶ୍ରୀନଗର,୭।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରୁଛି। ଶନିବାର ଉତ୍ତର କଶ୍ମୀରର ସୋପେର ଜିଲାରେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ଚାଳନା କରିଛନ୍ତି। ଏଥିରେ ୨ ବର୍ଷର ଶିଶୁକନ୍ୟା ଉସମା ଜାନ୍‌ଙ୍କ…

ଚନ୍ଦ୍ରୟାନ-୨ ମିଶନ ବିଫଳ: ମୋଦିଙ୍କୁ ଧରି କାନ୍ଦିଲେ ସିବନ୍‌

ଶ୍ରୀହରିକୋଟା,୭।୯: ଭାରତର ବହୁ ପ୍ରତିକ୍ଷିତ ମିଶନ ଚନ୍ଦ୍ରୟାନ-୨ ଚନ୍ଦ୍ର ପୃଷ୍ଠର ଅବତରଣ କରିବା ପୂର୍ବରୁ ବିଫଳ ହୋଇଛି। ଲ୍ୟାଣ୍ଡର ବିକ୍ରମ ସହିତ ଯୋଗାଯୋଗ ବିଚ୍ଛିନ୍ନ ହେବାରୁ ଅବତରଣ ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିବା କୁହାଯାଉଛି। ଚନ୍ଦ୍ରୟାନ-୨ର ବିଫଳତା ପରେ ଇସ୍ରୋ ମୁଖ୍ୟ…

ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ

ନୂଆଦିଲ୍ଲୀ,୭ା୯(ପି.ଟି./ଆଇଏଏନ୍‌ଏସ୍‌): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିପାରିନାହିଁ। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ରାତି ୧ଟା ୫୩ରେ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବାକୁ ଥିବାବେଳେ…

ଗାଡ଼ି ଜରିମାନା ଡର;ଅନ୍‌ଲାଇନ ମୋଟର ବୀମା କାରବାର ବୃଦ୍ଧି

ନୂଆଦିଲ୍ଲୀ,୭-୯: ଦେଶରେ ଏବେ ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରେ ପୋଲିସ ପକ୍ଷରୁ ବ୍ୟାପକ ଭାବେ ଧରପଗଡ଼ ଆରମ୍ଭ ହୋଇଛି। ଜଣେ ସ୍କୁଟି ଚାଳକଙ୍କ ଠାରୁ ୨୩ ହଜାର ଟଙ୍କା ଆଦାୟ କରାଯାଇଥିବା ବେଳେ ଅଟୋ ଚାଳକଙ୍କ ଠାରୁ…

ଇତିହାସ ରଚିବ ଚନ୍ଦ୍ରୟାନ-୨: ଚନ୍ଦ୍ରରେ ପାଦ ଥାପିବ ବିକ୍ରମ

ନୂଆଦିଲ୍ଲୀ,୬ା୯(ପି.ଟି./ଆଇଏଏନ୍‌ଏସ୍‌): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୧ଟା ୪୩ ମିନିଟରେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାକୁ ଯାଉଛି। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବ। ସେଠାରେ ବିକ୍ରମଠାରୁ ରୋଭର…

ଓଡ଼ିଶା ଅଭିମୁଖେ ଜଗା-କାଳିଆ: ପହଞ୍ଚିବା ପରେ ଏସ୍‌ସିବି ଯିବେ

ଭୁବନେଶ୍ୱର, ୬।୯(ବ୍ୟୁରୋ): ଶୁକ୍ରବାର ଦିଲ୍ଲୀ ଏମ୍‌ସ ଛାଡ଼ିଛନ୍ତି ଜଗା -କାଳିଆ। ଡାକ୍ତରଙ୍କ ପ୍ରେସ୍‌ମିଟ୍‌ ପରେ ସେମାନେ ଏମ୍‌ସରୁ ବାହାରିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ସେମାନଙ୍କୁ ଏମ୍‌ସରୁ ରେଳ ଷ୍ଟେଶନ ନିଆଯାଇଛି। ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସ୍‌ରେ ସେମାନେ ଓଡ଼ିଶା ଆସିବେ। ଶନିବାର ଉଭୟ କଟକରେ…

ଦେଶବାସୀଙ୍କୁ ମୋଦିଙ୍କ ଅପିଲ୍‌: ଚନ୍ଦ୍ରଯାନ-୨ ଅବତରଣ ଦୃଶ୍ୟ ଦେଖି ଫଟୋ ଟୁଇଟ୍‌ କରନ୍ତୁ, ମୁଁ ରିଟୁଇଟ୍‌ କରିବି

ନୂଆଦିଲ୍ଲୀ,୬।୯: ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ସମୟ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସୁକତା ବଢିବାରେ ଲାଗିଛି। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହା ଦେଖିବା ପାଇଁ ଅପେକ୍ଷା କରି ରହିଛନ୍ତି। ଅବତରଣ ପୂର୍ବରୁ ସେ…

ପଲ୍ୟୁସନ ଚେକିଂ କୋହଳ ନିଷ୍ପତ୍ତି: ମାସେ ଯାଏ ହେବନି ଯାଞ୍ଚ, ଲୋକଙ୍କୁ ଅଯଥାରେ ହଇରାଣ ନ କରିବାକୁ ପରାମର୍ଶ

ଭୁବନେଶ୍ୱର,୬।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ କରାଯାଉଛି। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ, ଇନ୍‌ସୁରାନ୍ସ ଏବଂ ପଲ୍ୟୁସନ୍‌ ପ୍ରମାଣପତ୍ର ଆଦିକୁ କଡ଼ାକଡ଼ି ଭାବେ ଯାଞ୍ଚ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ: ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା

ପୁରୀ ଅଫିସ,୬।୯: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶୁକ୍ରବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ଆଦର୍ଶ ଗୁରୁକୁଳ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?