Home Middle

କେବେ ପ୍ରାର୍ଥିପତ୍ର ଦାଖଲ କରିବେ ମୋଦି, ଏହା ପୂର୍ବରୁ ହେବ ରୋଡ ଶୋ’

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଏମପି। ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏଥର ବାରାଣାସୀରୁ ପ୍ରାର୍ଥୀ କରିଛନ୍ତି। ଶେଷ ପର୍ଯ୍ୟାୟରେ ବାରାଣାସୀରେ ଭୋଟ ଅନୁଷ୍ଠିତ ହେବ, ଅର୍ଥାତ୍‌ ଜୁନ ୧ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ…

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ…

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌ ଟୁ ବ୍ୟାକ୍‌ ଓଡିଶା ଆସୁଛନ୍ତି। ଏହାରି ଭିତରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼ ହେବ। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରାଯିବ…

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ଆଜି ସକାଳେ କଂଗ୍ରେସ ଆମେଠି…

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ୫ରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ।…

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍‌

ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍‌ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ୍‌ ଦେବାରୁ ସେ ବିଜେଡି ଛାଡ଼ିଥିଲେ। ବିଜେଡି ଟିକେଟ୍‌ରେ ନୀଳଗିରି…

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ଦୁର୍ଗାପୁରରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି।…

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ପଟୁଆରରେ ଆସି ଭର୍ତ୍ତୃହରି ଆଜି କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି।…

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ ଅନେକ ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ବାତିଲ କରିବାକୁ ପଡିଥିଲା। ୟୁଏଇରେ ପ୍ରବଳ ବର୍ଷା ଓ…

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ସେ ବିଜେଡିର ରାଜ୍ୟ ସଭା ସଦସ୍ୟ ଭାବେ ସେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିଥିଲେ।…

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ ମୁଁ ନିର୍ବାଚନ ଲଢ଼ିବି। ବରୀବାସୀ ମୋ’ ବଳ। ଦଳ ମୋ’ ପାଇଁ ବଡ଼ ନୁହେଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri