କାହିଁକି କେଜ୍ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି
ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍ରେ ଇଡି କେଜ୍ରିୱାଲଙ୍କୁ ଦିଲ୍ଲୀର ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟ…
ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ
ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ ପୃଥିବୀର କକ୍ଷପଥରେ ଆଣବିକ ଅସ୍ତ୍ର ନିୟୋଜନ କରିବାକୁ ଯୋଜନା କରୁଛି। ଏହି ଦାବିକୁ ରୁଷିଆ…
ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍
ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର କ୍ଲିନଚିଟ୍ ଦେଇଛନ୍ତି ନିର୍ବାଚନ କମିଶନର। ପିଲଭିତର ଏକ ରାଲିକୁ ସମ୍ବୋଧିତ କରିବା ସମୟରେ ମୋଦି…
ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ
ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି କରିବାକୁ ନିଷ୍ପତ୍ତି ନିଅନ୍ତି, ତେବେ ସେ ଏହା ଶେଷ ନ କରିବା ଯାଏଁ ଛାଡନ୍ତି…
ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ
ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ । ଦିଲ୍ଲୀ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ସାମିଲ ହେବେ । ତେବେ…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ
ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ ଅପରେଶନରେ ୨ ମାଓବାଦୀ ନିହତ ହୋଇଛନ୍ତି। ଏହି ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ଲୁଚି…
ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା
ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ଅନୁଷ୍ଠିତ ପରୀକ୍ଷା ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର ରେଜଲ୍ଟ…
ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି
ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍ ଓଡ଼ିଶା ଭାଜପା…
ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ
କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି। ବାରବାଟୀ-କଟକ ଆସନ ପାଇଁ ବିଜେଡି ପକ୍ଷରୁ ପ୍ରକାଶ ବେହେରାଙ୍କ ନଁା ଘୋଷଣା ହୋଇସାରିଛି।…
ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!
ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସୁବ୍ରତ ଚକ୍ରଙ୍କ ଉପରେ ଭରସା କରିଛି। ହେଲେ ଏ ପର୍ଯ୍ୟନ୍ତ ଭାଜପା…
ଆଜିଠୁ ଖରାଛୁଟି
ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ,…
‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’
ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ ବର୍ଷମାନଙ୍କରେ…
Archives


