Home

ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ପାଖାପାଖି ୨୧ ହଜାର ଆକ୍ରାନ୍ତ, ୩୭୯ ମୃତ

ନୂଆଦିଲ୍ଲୀ,୩।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୯୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୫୪୪ ହୋଇଛି ।…

୫୦ ପ୍ରତିଶତ କର୍ମଚାରୀରେ ଚାଲିବ ହାଇକୋର୍ଟ ଅଫିସ୍‌

କଟକ ଅଫିସ,୩ା୭: ହାଇକୋର୍ଟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ରୋଷ୍ଟର ବ୍ୟବସ୍ଥା ବ୍ୟବସ୍ଥା ଅନୁଯାୟୀ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ରେଜିଷ୍ଟ୍ରାର ଜୁଡିସିଆଲଙ୍କ ପକ୍ଷରୁ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।…

ଅଚାନକ ଲେହରେ ପହଞ୍ଚିଲେ ମୋଦି

ଶ୍ରୀନଗର,୩।୭: ଚାଇନା ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହଠାତ୍‌ ଲେହରେ ପହଞ୍ଚିଛନ୍ତି। ଶୁକ୍ରବାର ସକାଳେ ଏଠାରେ ପହଞ୍ଚି ଯବାନମାନଙ୍କୁ ଭେଟିଥିଲେ। ଏହାପୂର୍ବରୁ କେବଳ ପ୍ରତିରକ୍ଷା ମୁଖ୍ୟ ବିପିନ ରାୱତ ସେଠାକୁ ଯାଇଥିଲେ। ମୋଦି ନିମୁ ଫରୱାର୍ଡ ପୋଷ୍ଟରେ…

ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର ମାମଲା: ୪ ସପ୍ତାହରେ ରିପୋର୍ଟ ଦାଖଲ ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩।୭(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ପରେ ଗର୍ଭପାତ କରିବା ଘଟଣାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଓ କ୍ଷତିପୂରଣ ସଂକ୍ରାନ୍ତ…

ମାତ୍ର ୩ ବର୍ଷ ବୟସରୁ ସରୋଜ ଆରମ୍ଭ କରିଥିଲେ କ୍ୟାରିୟର, ୩ ଥର ପାଇଥିଲେ ଜାତୀୟ ପୁରସ୍କାର

ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସରୋଜଙ୍କ ବିୟୋଗ ବଲିଉଡ୍‌ରେ ଶୋକର ଛାୟା ଖେଲିଯାଇଛି। ସରୋଜ ଖାନ ଦୀର୍ଘ ସମୟ ଧରି ଇଣ୍ଡଷ୍ଟ୍ରିରେ କାମ କରୁଥିଲେ। କୋରିଓଗ୍ରାଫି ଜରିଆରେ ସେ ପ୍ରଶଂସକଙ୍କ…

ଦିନକ ପାଇଁ କ୍ୟାନସର ହସ୍ପିଟାଲ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୩ା୭: ଶୁକ୍ରବାର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ଆଉଟ୍‌ଡୋରକୁ ଦିନକ ପାଇଁ ବନ୍ଦ କରିଦିଆଯାଇଛି। ସେହିପରି ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କଟକସ୍ଥିତ ଦୁଇଟି ହସ୍ପିଟାଲରୁ ଗୁରୁବାର ଗୋଟିଏ ଦିନରେ ୬୬ ଜଣ କରୋନା ଆକ୍ରାନ୍ତ…

କ୍ଷମା ମାଗିଲେ ତେଜସ୍ବୀ ଯାଦବ

ପାଟନା,୩।୭: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ନୂଆ କାର୍ଡ ଖେଳିଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ବୀ ଯାଦବ। ୧୫ ବର୍ଷର ଲାଲୁ-ରାବିଡି ଶାସନରେ ହୋଇଥିବା ଭୁଲ ପାଇଁ ସେ କ୍ଷମା ପ୍ରାର୍ଥନା କରିଛନ୍ତି।…

ପୋତି ହେଉଛି ବ୍ରାହ୍ମଣୀ ନଦୀଶଯ୍ୟା

ବରୀ,୩ା୭(ଡି.ଏନ୍‌.ଏ.): ବରୀ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଶଯ୍ୟା ଖନନ କରା ନ ଯିବା ଓ ବିଭିନ୍ନ ସ୍ଥାନରେ ବୁଦା ସୃଷ୍ଟି ହୋଇଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଚାଷ ଜମିକୁ ଜଳସେଚନରେ ସମସ୍ୟା ଉପୁଜୁଛି। ଅନ୍ୟପଟେ ବର୍ଷର ଅଧିକାଂଶ ସମୟ…

ଅଧରପଣା: ପୂର୍ବେ ହେଉଥିଲା ୧୨ ହାଣ୍ଡି

ପୁରୀ ଅଫିସ,୩।୭: ପ୍ରତିବର୍ଷ ହେଉଥିବା ରଥଯାତ୍ରା ଅପେକ୍ଷା ଏଥର ଘୋଷଯାତ୍ରା ସମ୍ପୂର୍ଣ୍ଣ ସ୍ବତନ୍ତ୍ର। ମହାମାରୀ କରୋନାର ବିଭୀଷିକା ମଧ୍ୟରେ ଏଥର ରଥଯାତ୍ରା ହେବ ନା ନାହିଁ ତାକୁ ନେଇ ଶେଷ ପର୍ଯ୍ୟନ୍ତ ଅନିଶ୍ଚିତତା ଲାଗିରହିଥିଲା। ଶେଷରେ ଭକ୍ତଶୂନ୍ୟ ରଥଯାତ୍ରା ଲାଗି ସୁପ୍ରିମ୍‌କୋର୍ଟ…

ଡିସେମ୍ବର ସୁଦ୍ଧା ଟ୍ବିନ୍‌ସିଟିରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ସେବା

ଭୁବନେଶ୍ୱର,୩।୭(ବ୍ୟୁରୋ): କଟକ ଓ ଭୁବେନଶ୍ୱର ଦ୍ୱୈତ ନଗରୀରେ ଖୁବ୍‌ଶୀଘ୍ର ବାତ୍ୟା ନିରୋଧୀ ଆଧୁନିକ ବିଦ୍ୟୁତ୍‌ ସେବା ମିଳିବ। ଆସନ୍ତା ଡିସେମ୍ବର ସୁଦ୍ଧା ଏହି କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକସେବା ଭବନଠାରେ…

ଆଜି ଅଧରପଣା

ପୁରୀ ଅଫିସ,୩।୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହେବ। ଏଥିଲାଗି ସ୍ବତନ୍ତ୍ର ହାଣ୍ଡି ତିଆରି ସରିଛି। ତାହାକୁ ଅଧରପଣା ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ।…

ରାଜ୍ୟ ବନ୍ଦରରୁ ବିଦେଶକୁ ମାଛ ରପ୍ତାନି ଯୋଜନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଥିବା ବନ୍ଦର ବାଟ ଦେଇ ବିଦେଶକୁ ସାମୁଦ୍ରିକ ମାଛ ରପ୍ତାନି କରିବା ପାଇଁ ଯୋଜନା କରାଯାଉଛି। ଏନେଇ ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯିବ ବୋଲି ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?