ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…
ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ ‘ପର୍ସନ୍-ଟୁ-ପର୍ସନ୍'(ବ୍ୟକ୍ତିରୁ ବ୍ୟକ୍ତି)(P2P) ମଧ୍ୟରେ ହେଉଥିବା ଦେଣନେଣ ସମ୍ପୂର୍ଣ୍ଣ ମାଗଣା ରହିବ। ଅପରପକ୍ଷରେ,’ପର୍ସନ୍-ଟୁ-ମର୍ଚାଣ୍ଟ’ (P2M)…
ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ
ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି । ଏହାକୁ ଦୃଷ୍ଟିରେ ରଖି ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ…
କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା
ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବା ଦିଗରେ ଦଳ ଆଗକୁ ବଢ଼ୁଛି । ଏହି ପ୍ରକ୍ରିୟାରେ ଲୋକସଭା…
ଆଣ୍ଡ୍ରଏଡ୍ ୟୁଜର୍ସ ସାବଧାନ! ଫୋନ୍ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ
ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍ ଫୋନ୍ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା ସତର୍କ ସୂଚନା ଜାରି କରାଯାଇଛି । ଆଣ୍ଡ୍ରଏଡ୍ ଅପରେଟିଂ ସିଷ୍ଟମ୍ରେ ଏକାଧିକ ସୁରକ୍ଷା…
ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ
ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ନିର୍ଦ୍ଧାରିତ ଲଗ୍ନ ପୂର୍ବାହ୍ନ ୯ଟା ୪୦ରୁ ୯ଟା ୫୪ ମିନିଟ୍ ମଧ୍ୟରେ ଶ୍ରଦ୍ଧା…
ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..
ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ଏଭଳି ଘଟଣା ଘଟିଛି…
ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…
ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ମଙ୍ଗଳ ସକାଳ ୯ଟା ୪୯ ମିନିଟରେ ନବାନ୍ନ (ନୂଆ) ଲାଗିଛି। ଏହା…
ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ ସହ ସ୍ଥାନୀୟ ବାସିନ୍ଦାଙ୍କ ଚିନ୍ତାର କାରଣ ପାଲଟିଛି । ମିଳିଥୁବା ସୂଚନା ଅନୁସାରେ…
ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା
ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ରେ ଚୟନ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ପ୍ରାରମ୍ଭିକ ୬ ମାସର ତାଲିମ…
୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼
ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି । ଖାଦ୍ୟ ସାମଗ୍ରୀ ଏବଂ ଇନ୍ଧନର କ୍ରମାଗତ ଦରବୃଦ୍ଧି ଯୋଗୁ ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି…
ସୁନାମି ଆସିବା ୪୫ ମିନିଟ୍ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର
ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ, ରଟପଙ୍କ, ନରସିଂହପୁର, ସୁନୀତି, ଜମ୍ବୁ, ଜମ୍ବୁଲକ, କଜଳପାତିଆ, ଦକ୍ଷିଣ ଖୋଳା ଗାଁ ସମେତ…
ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ ସୃଷ୍ଟି କରିଛି । ରାତି ପ୍ରାୟ ୧ଟାରୁ ପ୍ରାୟ ୪ ଘଣ୍ଟା ଧରି…

