ଚଳନ୍ତା କାର୍ରେ ନିଆଁ
ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ନିଆଁର ପ୍ରକୋପ ବୃଦ୍ଧି ପାଇ କାରଟି ହୁତୁ ହୁତୁ ହୋଇ ଜଳିବାକୁ ଲାଗିଥିଲା।…
ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ
ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ ନିଆରା ଢଙ୍ଗରେ ପାଳିତ ହୁଏ ନୂଆଁଖାଇ। ସବୁଠି ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ…
ପାକ୍ ଖେଳାଳିଙ୍କ ଫୋନ୍ ଜବତ କଲା ପିସିବି, କାହିଁକି ଜାଣନ୍ତୁ…
ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି ଖେଳାଳିଙ୍କ ଫୋନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ ଜବତ କରାଯାଇଥିବା ଏକ…
ଟିମ୍ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା
ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ ଦଳର ଅଧିନାୟକ ଥିବା ସମୟରେ ତାଙ୍କୁ ଚୟନ କରାଯାଇନଥିବା ନେଇ ରାଇନା ଏବେ…
ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍ ସହ ଅନେକ ସହରରେ ରହିଛି…
କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍ ଟଙ୍କା ନେଇ ଖୁସିରେ ଘରକୁ ଯାଉଥିଲାବେଳେ ସରକାରୀ…
ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ
ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍ ଧକ୍କାରେ ଓଲଟି ପଡ଼ିଲା ଯାତ୍ରୀବାହୀ ଅଟୋ । ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ…
ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ
କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ ଫୁଟବଲ ଖେଳ ଚାଲିଥିବା ବେଳେ ହଠାତ୍ ବଜ୍ରପାତ ଘଟିଥିଲା। ଏଥିରେ ଖେଳ ଦେଖୁଥିବା…
ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’
ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି ହତ୍ୟା କରାଯାଇଥିବା ମାମଲାରେ ପୋଲିସ ଶିଶୁଙ୍କ ମା’ ଓ ତାଙ୍କ ପ୍ରେମିକଙ୍କୁ ଗିରଫ…
ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା
ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା କରିବେ । ବୈଠକରେ କିଛି ପ୍ରମୁଖ ମନ୍ତ୍ରଣାଳୟର କାର୍ଯ୍ୟକ୍ରମ, ଯୋଜନାର ଅଗ୍ରଗତି ଓ…
ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…
ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ ମଧ୍ୟରେ ବୁଲିବା ସହ ମାଙ୍କଡ଼ଟି ଲୋକଙ୍କୁ ଆକ୍ରମଣ କରୁଥିବା ଅଭିଯୋଗ ହୋଇଛି। ଇତିମଧ୍ୟରେ…
ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…
ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର ଦିବସ ପାଳନ ନେଇ ଆଲୋଚନା କରାଯାଇଥିଲା। ସାରା ଓଡ଼ିଶାରେ ଘୁମୁସର ଦିବସ ରାଜ୍ୟ…
TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ
ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ TVK ପାର୍ଟିରେ ଯୋଗ ଦେଇଥିଲେ। ଶନିବାର ରାତିରେ ବନ୍ନନଦୁରାଇ ଅଞ୍ଚଳରେ ତାଙ୍କୁ ୬…

