ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ
କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ ନେପାଳର ରସୁୱା-ଭୋଟେକୋଶି ଅଞ୍ଚଳରେ ବନ୍ୟା ଆସି ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା। ନେପାଳ ପୋଲିସ…
ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…
ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏହି ଦିବସ ପାଳନ…
ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ
ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି ପ୍ରଭାବିତ ହୋଇଥିଲା। ହେଲେ ଏପର୍ଯ୍ୟନ୍ତ ପ୍ରଭାବିତ ଲୋକଙ୍କୁ ଆଶାନୁରୂପ କ୍ଷତିପୂରଣ ମିଳି ନ…
କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…
ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା ଘଟିଯାଇଛି। ନିଜ ରକ୍ତର ସମ୍ପର୍କ ଯେତେବେଳେ ଭକ୍ଷକ ସାଜେ, ସେତେବେଳେ ସମାଜ ଓ…
ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ
ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ ଆସିଛି। ଗଗନବାୱାଡା ତାଲୁକାର ଦୁର୍ଗମ ଜଙ୍ଗଲ ଅଞ୍ଚଳରେ ଅବସ୍ଥିତ କଭାଲଟେକ ଧନଗରୱାଡାର ଜିଲା…
‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା
ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକମାନଙ୍କୁ ଏଥିରେ ଆମନ୍ତ୍ରଣ କରାଯାଇଥିଲା। କାର୍ଯ୍ୟକ୍ରମ…
ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି
ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ କରି ସାରିଥିବା ଭାରତ ଅନ୍ତିମ ଲିଗ୍ ମ୍ୟାଚରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇବା…
ହଠାତ୍ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ
ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ। ଏକ ସରକାରୀ କାର୍ଯ୍ୟାଳୟରେ କାମ କରୁଥିବା ମୋଚିରାମ ଟୁଡୁ ରାତିରେ ଅଫିସ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ପଞ୍ଚସଖା ଶିକ୍ଷା ସେତୁ ସଙ୍ଗଠନର ପରାମର୍ଶକ୍ରମେ ଓଡ଼ିଶା…
କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍କୁ ପିଟିଲା କାର୍; ୮ ଛାତ୍ରଙ୍କ ମୃତ୍ୟୁ
ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍କୁ କାର୍ ଧକ୍କା ଦେବା ଫଳରେ କାର୍ରେ ଥିବା ୮ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। କ୍ୟାପମଙ୍ଗଳମ ନିକଟ ପନମ୍ବିକୁନ୍ନୁ ଅଞ୍ଚଳରେ ଜାତୀୟ…
ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍କୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ…
ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ ଧକ୍କା ଦେବାରୁ ୨ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବରଗଡ଼ ସଦର…
ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ
ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ ସମସ୍ୟା ନ ଶୁଣିଲେ ସ୍ଥାନୀୟ ଲୋକପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସଚେତନ କରାଯାଉଛି।…

