ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ ବଢ଼େଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ସିପିଆଇ ଗଞ୍ଜାମ ଜିଲା କମିଟି ସଦସ୍ୟ କମ୍ରେଡ.…
ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା
ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍ ଗ୍ରାଉଣ୍ଡରେ ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍ ଗ୍ରୁପ ବି ଲିଗ୍ ମ୍ୟାଚ ଅନୁଷ୍ଠିତ ହେବ ବୋଲି ବୁଧବାର ଜିଲା କ୍ରିକେଟ ଆସୋସିଏଶନ…
ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୦୨୧ରେ ବ୍ରହ୍ମପୁର ସଦର ଥାନା ଲାଠି ଗ୍ରାମର କାଳିଆ ସ୍ବାଇଁଙ୍କ…
‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’
ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି ସଚେତନତା ପଦଯାତ୍ରା ସ୍ଥାନୀୟ ଗଙ୍ଗାଧର ନଗରସ୍ଥିତ ଏଇଏମ୍ ଇଂଲିଶ ମିଡିୟମ ବିଦ୍ୟାଳୟ ସମ୍ମୁଖରୁ…
ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…
ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ ପାଇଖାନା ସଫା କରିବା ଏସିଡ୍ ମିଶ୍ରିତ ସ୍ପ୍ରାଇଟ୍ ପାନୀୟ ପିଆଇବା ପରେ ଲୁହାର…
ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…
କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ ନିଲମ୍ବନ କରିଥିଲେ । ଏହି ନିଲମ୍ବନ ଘଟଣାକୁ ବିଧାୟକ ମହାପାତ୍ରଙ୍କ ସମର୍ଥକମାନେ ମାନିବାକୁ…
ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ
ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଯୁବକ ହେଲେ ଗୁଡ଼ିଆଳିର ବାବୁଲା ସ୍ୱାଇଁ(୨୪)। ତାଙ୍କ ଶରୀରରେ ବିଭିନ୍ନ ସ୍ଥାନରେ ଖଣ୍ଡାଚୋଟ…
ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….
ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ। ଏହି ରାଶିଗୁଡ଼ିକରେ ଜନ୍ମିତ ବ୍ୟକ୍ତିମାନେ ହଠାତ୍ ଟଙ୍କା ପାଇବାର ସୁଯୋଗ ପାଇବେ, ଯାହା…
ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…
ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ ଦେଖିବାକୁ ଆସିଥିବା ପିଲାଙ୍କ ସହିତ ଅନେକ କଥାବାର୍ତ୍ତା ହୋଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ…
ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ
ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ ମହାରାଣୀ ସାଗର ଜଳାଶୟ କେହି ଜଣେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।…
ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….
କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର ବିମାନ ୭୨୭ କୋଲକାତା ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି। ବିମାନର କ୍ୟାପ୍ଟେନ୍ କୋଲକାତା…
ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି
କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଗୋକୁଲେଶ୍ୱର୍ ଓ କେରୋକୁଡ଼ା ଗ୍ରାମର ଦାଦନ…
Archives


