Home

+୨ ପରୀକ୍ଷା ତାରିଖ ଘୋଷଣା: ୨ ପର୍ଯ୍ୟାୟରେ ହେବ ପରୀକ୍ଷା

ଭୁବନେଶ୍ୱର,୫।୧୦: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଶନିବାର ଘୋଷଣା ହୋଇଛି। ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ବୋଲି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା ସୂଚନା ଦେଇଛନ୍ତି। ଆସନ୍ତା ଡିସେମ୍ବର ୨୬ ରୁ ୩୦ ଯାଏ ଇଣ୍ଟରନାଲ ପରୀକ୍ଷା ଅନୁଷ୍ଠିତ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ ସହିତ ଭାରତ ନାମରେ ଏକ ଅଲୋଡା ରେକର୍ଡ ପଞ୍ଜିକୃତ ହୋଇଥିଲା। ଟି -୨୦ ବିଶ୍ୱକପ୍‌ରେ…

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର କରାଯାଇପାରିବ ବୋଲି କୋର୍ଟ କହିଛନ୍ତି। ଏନେଇ ଆଡ୍‌ଭୋକେଟ୍‌ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଛି।…

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ, ସମର୍ଥନ ଜଣାଇଲା ଓକିଲ ସଂଘ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅସାମାଜିକ ଏବଂ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣାକୁ ନେଇ ବିରୋଧ ତେଜିବାରେ ଲାଗିଛି। ଚାଷୀ, ଭୂମିହୀନଙ୍କ ହକ୍‌ ପାଇଁ ଆନ୍ଦୋଳନର ନେତୃତ୍ୱ ନେଉଥିବା ଉକ୍ତ ଚାଷୀନେତାଙ୍କ…

ଆରତୀଙ୍କୁ ଛାଡ଼ପତ୍ର ଦେଇ ଏହି ତରୁଣୀଙ୍କ ହାତ ଧରିଲେ ଜୟମ ରବି? ଫଟୋ ଦେଖି ପ୍ରଶଂସକ ଚକିତ…

ହାଇଦ୍ରାବାଦ: ପୁଣି ଥରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଦକ୍ଷିଣ ଭାରତୀୟ ଅଭିନେତା ଜୟମ ରବି। ପ୍ରଥମ ପତ୍ନୀ ଆରତୀଙ୍କଠାରୁ ଛାଡ଼ପତ୍ର ନେବା ପରେ ସେ ଜଣେ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କରିଛନ୍ତି। କିଛି ଏଭଳି ଚର୍ଚ୍ଚା ଏବେ ସୋସିଆଲ ମିଡିଆରେ…

ଭାଜପାର ବଡ଼ ଆକ୍ସନ: ଦଳରୁ ବିଦା ହେଲେ ୪ ବଡ଼ ନେତା

ଚଣ୍ଡିଗଡ,୫।୧୦: ହରିୟାଣାରେ ଆଜି ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଅପରପକ୍ଷରେ ଭାଜପା ଚାରିଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ଚାରିଜଣ ହିସାର ବିଧାନସଭା ଠାରୁ ସ୍ବାଧୀନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଦଳରୁ ବହିଷ୍କୃତ ହୋଇଥିବା ନେତାଙ୍କ ମଧ୍ୟରେ ଭାଜପାର କୁରୁକ୍ଷେତ୍ର…

ଯଦି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାକୁ ଅନୁମତି ଦିଆ ନ ଯାଏ, ତେବେ…

ନୂଆଦିଲ୍ଲୀ,୫।୧୦: ଲଦ୍ଦାଖର ଜଳବାୟୁ କାର୍ଯ୍ୟକର୍ତ୍ତା ବା କ୍ଲାଇମେଟ ଆକ୍ଟିଭିଷ୍ଟ ସୋନମ ୱାଙ୍ଗଚୁକ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନ ଘୋଷଣା କରିଛନ୍ତି। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ କିମ୍ବା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିବା ଦାବିରେ ସରକାରଙ୍କ ତରଫରୁ କୌଣସି ପ୍ରତିକ୍ରିୟା ନ ପାଇବା…

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ। ଏହି ମାମଲା କିଓ୍ବି ବ୍ୟାଟ୍ସମ୍ୟାନ ଆମେଲିଆ କେରଙ୍କ ସହ ଜଡିତ। ସେ ୧୪ ତମ…

ଲେବାନନ ଆକ୍ରମଣରେ ୟୁଏଇ ଭୟଭୀତ, ବିମାନ ଚଳାଚଳ ବନ୍ଦ

ଦୁବାଇ,୫ା୧୦: ୟୁଏଇ ଲେବାନନ ଆକ୍ରମଣ ନେଇ ଭୟଭୀତ ହୋଇପଡ଼ିଛି। ସେପ୍ଟେମ୍ବର ୧୭ରେ ଲେବାନନର ରାଜଧାନୀ ବେରୁଟ ସମେତ ଅନେକ ସ୍ଥାନରେ ବାର୍ତ୍ତା ପହଞ୍ଚାଇବା ପାଇଁ ବ୍ୟବହୃତ ପେଜରରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ବିଭିନ୍ନ ସ୍ଥାନରେ ଏକକାଳୀନ ୫୦୦୦ ପେଜର୍‌ ଛିଣ୍ଡିଗଲା। ଏଥିରେ…

ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ

କେସିଙ୍ଗା,୫।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ ଓ ଉପାଧକ୍ଷ୍ୟା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଶୁକ୍ରବାର ଉପଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିବାର ଜଣାପଡିଛି।…

‘ଯୁବକ ଯଦି ହୁଡିଯାଆନ୍ତି ତେବେ ଦେଶର ଅବସ୍ଥା,’ଆପତ୍ତିଜନକ ବୟାନକୁ ନେଇ…

ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ କାର୍ଯ୍ୟକ୍ରମରେ ମହନ୍ତ ୟତି ନରସିଂହାନନ୍ଦ ପୈଙ୍ଗାମ୍ବର ମହମ୍ମଦ ଏବଂ କୁରାନ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି, ଯାହା ପରେ ସାରା ଦେଶରେ ରାଜନୀତି ଉଷ୍ମ ହୋଇଛି। ତାଙ୍କ ବିରୋଧରେ ଅନେକ ସ୍ଥାନରେ ଏଫଆଇଆର୍‌ ମଧ୍ୟ ପଞ୍ଜୀକୃତ…

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌) ସୁଶାନ୍ତ ନନ୍ଦ ଏହାର ଭିଡିଓକୁ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟକରି ଏନେଇ ସୂଚନା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri