Home

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭ ଡିଗ୍ରୀ ସେଲସିୟସ ଅଧିକ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଏଲ୍‌ ନିନୋ…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍ ଦରମାରେ H-1B ଭିସାଧାରୀ କର୍ମଚାରୀଙ୍କୁ ନିଯୁକ୍ତି ଦେଉଥିବା ଅଭିଯୋଗ ହୋଇଛି । ଏହାଦ୍ୱାରା…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ଅଧିବେଶନରେ ଏକ ବିଶେଷ ଦୃଶ୍ୟ ସାମ୍ନାକୁ ଆସିଥିଲା। ଟିମ ଇଣ୍ଡିଆର ଷ୍ଟାର୍‌…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା ଯୋଜନାରେ ପାଇପ ଯୋଗେ ଜଳଯୋଗାଣ ବନ୍ଦ ରହିଥିବାରୁ ଶହ ଶହ ଲୋକ ଜଳକଷ୍ଟରେ…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ ବଦଳରେ ଏଥର ତାଙ୍କ ହାତରେ ରହିବ ମାଇକ। ଅକ୍ଟୋବର ୯ରୁ ଆବୁଧାବିର ଜାୟେଦ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ଦୁଇ ଟ୍ରକ୍ ମୁହମୁହିଁ ଧକ୍କା ହେବାରୁ ଜଣେ ଖଲାସୀ…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଓମାନରେ ଏହି ଟୁର୍ନାମେଣ୍ଟ ଖେଳାଯିବ। ଏଥିରେ ଭାରତ…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା ଥଣ୍ଡା ଅନୁଭୂତ ହେଉଥିବା ବେଳେ ଗୁରୁବାର ସନ୍ଧ୍ୟାଠାରୁ ଶୀତର ପ୍ରକୋପ ଧୀରେ ଧୀରେ…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ରଙ୍କ ବାସଭବନରେ ରେଡ୍‌ ଜାରି ରହିଛି । ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି ଏବଂ ଅନ୍ୟ କୌଣସି ରାଷ୍ଟ୍ରପତି ଏହି ସଫଳତା ହାସଲ କରିନାହାନ୍ତି ବୋଲି ଦାବି…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ ବିପକ୍ଷ ଦଳକୁ ଅଡ଼ୁଆରେ ପକାଇଛନ୍ତି ତନ୍ମୟ। ଗୋଟିଏ ମ୍ୟାଚ୍‌ରେ ଉଭୟ ଇନିଂସ୍‌କୁ ମିଶାଇ…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ ସହ ଆସାମର ନଗାଓଁ ଲୋକ ସଭା ଆସନର ଫଳାଫଳ ମଧ୍ୟ ସାମିଲ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?