ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…
ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ ଗ୍ରାମବାସୀ ତୀବ୍ର ବିରୋଧ କରିଛନ୍ତି। ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା…
କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…
ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି । ୨୦ ଜୁଲାଇରେ ସଂସଦ ଅଭିମୁଖେ ଛାତ୍ରମାନଙ୍କ ମାର୍ଚ୍ଚ ସମୟରେ ଦିଲ୍ଲୀ ସହ…
୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…
ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି ରାସ୍ତାରେ ସନ୍ଦେହଜନକ ଭାବେ ଯାଉଥିବା ଏକ କାର୍ ଓ ଏକ ମୋଟରସାଇକେଲକୁ ଅଟକାଇ…
ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯାଇଛି । ମୟୂରଭଞ୍ଜରେ…
ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ
କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର ଏସ୍ସି/ଏସ୍ଟି କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଅଭିଯୁକ୍ତ କ୍ରାଇମବ୍ରାଞ୍ଚ ତଦନ୍ତରେ ସହଯୋଗ…
ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ
ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା ଖୁସୀରାମ ପାଲ ନିଜ ବୃଦ୍ଧ ମାତା-ପିତାଙ୍କୁ ପାଲିଙ୍କିରେ ବସାଇ ପ୍ରାୟ ୧୫ କିଲୋମିଟର…
କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…
ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ ସେମାନେ Intermediary definition ଅଧୀନରେ ଆସୁନାହାଁନ୍ତି। କେଉଁ କଣ୍ଟେଣ୍ଟ କାହା ପାଖକୁ ଯିବ,…
୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC
ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ ଘୋଷଣା କରିଛି। ୧୦ଟି ଦଳକୁ ନେଇ ଯୋଗ୍ୟତା ପର୍ଯ୍ୟାୟ ୨୨ ଫେବୃଆରୀରୁ ୨୩…
ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…
ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ନିସ୍ନାହାଣ୍ଡି ଏସ୍ଏସ୍ଡି ଉଚ୍ଚ ବିଦ୍ୟାଳୟର ଆକସ୍ମିକ ପରିଦର୍ଶନ କରି ସେଠାରେ ପ୍ରଦାନ କରାଯାଉଥିବା…
ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…
ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା ଗ୍ରାମର ସୁନ୍ଦରସିଂ ମେହେରଙ୍କ ଝିଅ ଗିରିଜା ଗତ ମଙ୍ଗଳବାର ନିଜ ଜମିରେ କାମ…
ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି
ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ ଦାୟିତ୍ୱ ସ୍ଥିର କରିବାକୁ କୁହାଯାଇଛି। କୋର୍ଟ କହିଛନ୍ତି ଯେ ଛାତ୍ର ପ୍ରତିବାଦ ପ୍ରସଙ୍ଗ…
ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…
ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ ବଦଳରେ ଚ ଠାରୁ ବର୍ଣ୍ଣମାଳା ଆରମ୍ଭ ହୋଇଛି । ଚ ପରେ ରହିଛି…

