Home

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ କୋରାପୁଟ ବିଧାନସଭା ନିମନ୍ତେ କଂଗ୍ରେସ ଦଳ ପକ୍ଷରୁ କୃଷ୍ଣ କୁଲଦୀପ ପାର୍ଥୀପତ୍ର ଦାଖଲ କରିଥିଲେ।…

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ ଭାଜପା ସହ ହାତ ମିଳାଇଛନ୍ତି। କଂଗ୍ରେସ ଓ ସିପିଆଇଏମ ସପକ୍ଷରେ ଭୋଟ ନ ଦେବାକୁ…

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ ତେବେ ବାପାଙ୍କ ଛାତି ଚୌଡ଼ା ହେବା ସ୍ବାଭାବିକ। କିଛିଦିନ ତଳେ ୟୁପିଏସ୍‌ସି ପରୀକ୍ଷାଫଳ ବାହାରିଥିଲା।…

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୪ ଡେଇଁଛି। ଆଜି ରାଜ୍ୟର ୧୦ଟି ସହର ତାପମାତ୍ରା ୪୩ ଉପରେ ରହିଥିବାବେଳେ…

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଆମ ଆଦମୀ ପାର୍ଟୀ ନେତା ଇଡିର ଦାବିକୁ ନେଇ କଟାକ୍ଷ…

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ…

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର ପାତ୍ର କହିଛନ୍ତି ଯେ, ଗତଥର ପୁରୀ ସଦରରେ ଏମପି ପ୍ରାର୍ଥୀଙ୍କୁ ୯ ହଜାର ଅଧିକ…

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ କରିଛି। ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଚାଲିଥିବାରୁ ଏହି ପ୍ରତୀକାତ୍ମକ ପ୍ରତିନିଧିତ୍ୱ ଦେଶରେ ଚାଲିଥିବା…

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ) ଲୋକ ସଭା ନିର୍ବାଚନକୁ ବହିଷ୍କାର କରିବାକୁ ଆହ୍ବାନ ଦେଇଛିା ଏହାକୁ ନେଇ ରାଜ୍ୟର ୬…

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ ଇଲନେସ…

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ ୧ଲକ୍ଷ ୫୦୦ ଟଙ୍କା ଜବତ ହୋଇଛି। ପିକ୍‌ଅପରେ ଥିବା ପଦ୍ମପୁର ନିବାସୀ ଶେଖ ରଫିକଙ୍କୁ…

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକ ଜଣକ ହେଲେ ମହିଳା। ସୂଚନାଥାଉ କି, ଡଙ୍ଗାରେ ପ୍ରାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri