Home

୧୫ ବର୍ଷ ପରେ ହାଇକୋର୍ଟରୁ ମହିଳାଙ୍କୁ ମିଳିଲା ନ୍ୟାୟ

କଟକ,୨୦ା୪(କାର୍ତ୍ତିକ ସାହୁ): ଦୀର୍ଘ ୧୫ବର୍ଷ ପରେ ନ୍ୟାୟିକ ଲଢ଼େଇର ଅନ୍ତ ଘଟିଛି। ଅଙ୍ଗନଓ୍ବାଡିି କର୍ମୀ ପଦବୀ ନିମନ୍ତେ ଚୟନ ହେବା ପରେ ନିରାଶ ହୋଇଥିବା ଜଣେ ମହିଳାଙ୍କୁ ଶେଷରେ ନ୍ୟାୟ ମିଳିଛି। ମହିଳା ଜଣକ ଅଙ୍ଗନଓ୍ବାଡି କର୍ମୀ ନିମନ୍ତେ ଯୋଗ୍ୟ ବିବେଚିତ…

ତୃତୀୟ ଦିନରେ କୋରାପୁଟ ଲୋକ ସଭା ପାଇଁ ୨ ପ୍ରାର୍ଥୀ, ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୦ା୪(ଅମିତାଭ ବେହେରା): ଶନିବାର ନାମାଙ୍କନପତ୍ର ଦାଖଲର ତୃତୀୟ ଦିନ ହୋଇଥିବା ବେଳେ କୋରାପୁଟ ଲୋକ ସଭା ଆସନ ପାଇଁ ୨ ଜଣ ଓ କୋରାପୁଟ ବିଧାନସଭା ପାଇଁ ଜଣେ ପ୍ରାର୍ଥୀ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିବା ଜିଲା ପ୍ରଶାସନ ପକ୍ଷରୁ ଜଣାଯାଇଛି।…

ନାମାଙ୍କନପତ୍ର ଦାଖଲ କଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ରାଜନା ଦୋରା

ପଟାଙ୍ଗି,୨୦ା୪(ଶରତ ଧଳ): ଲୋକ ସଭା ଓ ବିଧାନସଭା ନିର୍ବାଚନକୁ ନେଇ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳର ବିଧାୟକ ଏବଂ ଏମ୍‌ପି ପ୍ରାର୍ଥୀ ନିଜ ନିଜର ନାମାଙ୍କନପତ୍ର ଦାଖଲ କରି ପ୍ରଚାର ମଇଦାନକୁ ଓହ୍ଲାଇ…

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ ପୂର୍ବରୁ ଗ୍ରାମରୁ ୮ କିମି ଦୂରରେ ଥିବା ବଙ୍ଗୋମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ମତଦାନ କେନ୍ଦ୍ରକୁ…

ନାଳରେ ବୁଡ଼ି ଶିଶୁପୁତ୍ରର ଜୀବନ ଗଲା

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଶୁଆକାଟି ମୁଣ୍ତାସାହିର ଲିଟୁ ମୁଣ୍ତାଙ୍କ ଏକମାତ୍ର ପୁଅ ବାଦଲ(୪)ର ନାଳରେ ବୁଡ଼ି ମୃତ୍ୟୁ ହୋଇଛି। ଶନିବାର ଜେଜେଙ୍କ ସହିତ ବାଦଲ ଅପରାହ୍ନ ୩ଟା ବେଳେ ନିକଟସ୍ଥ ନାଳକୁ ଯାଇଥିବା ବେଳେ ପାଣିରେ…

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି। ମିିଳିଥିବା ସୂଚାନୁଯାୟୀ, ଜିଲାର ବନ୍ଧୁଗାଁ ବ୍ଲକର କାବେରିବାଡ଼ି ପଞ୍ଚାୟତ ଅନ୍ତର୍ଗତ ଡିମିଟିଗୁଡ଼ାରେ ଆଜି ଅପରାହ୍ନରେ…

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’ ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ ଗାଁ’ଗଣ୍ଡାରେ…

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି ଇଂ ବିନୋଦ ନାୟକଙ୍କ ନାମ ଘୋଷଣା କରାଯାଇଛି। ଏହାକୁ ନେଇ କଂଗ୍ରେସ ଶିବିରରେ ଖୁସିର…

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି ପ୍ରାର୍ଥୀ ବଦଳାଇଥିବା ବେଳେ ଗୋଟିଏ ଲୋକ ସଭା ଆସନରେ ପ୍ରାର୍ଥୀ ବଦଳାଇଛି। କେନ୍ଦୁଝର ଲୋକ…

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ କରିଥିବା ବେଳେ କେନ୍ଦୁଝରରୁ ବିନୋଦ ବିହାରୀ ନାୟକ ଏବଂ ଆସିକାରୁ ଦେବକାନ୍ତ ଶର୍ମାଙ୍କୁ ପ୍ରାର୍ଥୀ…

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ କ୍ଷୀରୋଦ ଚନ୍ଦ୍ର ପାତ୍ର, ସୁକିନ୍ଦାରୁ ବିଭୂଭୂଷଣ ରାଉତ, କଣ୍ଟାମାଳରୁ ଶରତ କୁମାର ପ୍ରଧାନ, କେନ୍ଦ୍ରାପଡ଼ାରୁ…

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା ବିଜେଡି,ଭାଜପା ଏବଂ କଂଗ୍ରେସ ଉପରେ ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ପ୍ରମୁଖ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri