ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ
ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି କି,…
ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ
ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ ତଥା ବିଶେଷକରି ବିଜୁ ଜନତା ଦଳ ଓ କଂଗ୍ରେସ ପ୍ରତିଦିନ ବୈଠକ, ମିଶ୍ରଣ ପର୍ବ…
ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା
ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ ବୃଦ୍ଧା ମହିଳା ଜଣକ ଟିକିରି ପଞ୍ଚାୟତ ଝୋଡ଼ିଆପଡ଼ାର ଅର୍ଜୁନ ମାଝିଙ୍କ ସ୍ତ୍ରୀ ପଅଁଳା (୬୦)…
ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା
ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ। ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ ବ୍ୟାପକ…
ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ
ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ ସୁଦ୍ଧା ଦଳ ସମୀରଙ୍କୁ ଟିକେଟ ଦେବା ନେଇ ପୁନଃବିଚାର ନ କଲେ ବିଜେଡିରୁ ସମୂହ…
ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା
ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି। ସକାଳୁ ସକାଳୁ ଖରା ସମ୍ଭାଳି ହେଉନି। ଘରୁ ଗୋଡ କାଢିଲେ ଆକାଶରୁ ନିଆଁ ଖସିବା…
ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା
କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର ପ୍ରବଳ ଗ୍ରୀଷ୍ମପ୍ରବାହରେ ପଦଯାତ୍ରା କରି ଭୋଟ ଭିକ୍ଷା କରିଛନ୍ତି। ବାଲସି ଗ୍ରାମ ପଞ୍ଚାୟତର କୋକୋଡ଼ମାଲ…
ଆଇପିଏଲ୍ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା
ନୂଆଦିଲ୍ଲୀ,୨୭।୪: ଆଇପିଏଲ୍ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ ପଞ୍ଜାବ ୨୦ ଲକ୍ଷ ଟଙ୍କାରେ କିଣିଥିଲା। ହେଲେ କେକେଆର୍ ବିପକ୍ଷ ମ୍ୟାଚ୍ରେ ସେ ୨୮…
ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…
କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ ସେ ଆହତ ହୋଇଥିବା କୁହାଯାଉଛି। ୨୦୨୨ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ ମମତା…
‘କଂଗ୍ରେସ ମୁସଲମାନଙ୍କ ଭୋଟ୍ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’
ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ ନାସିମ ଖାନ ଦଳ ଉପରେ ପ୍ରବଳ ବର୍ଷିଛନ୍ତି। ସେ କଂଗ୍ରେସର ପ୍ରଚାର କମିଟିରୁ ଇସ୍ତଫା…
କଟକ-ଭୁବନେଶ୍ୱରକୁ ରେଡ୍ ଓ୍ବାର୍ଣ୍ଣିଂ
ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ ସମ୍ଭାବ୍ୟ ତାତି ଏବଂ ଗୁଳୁଗୁଳିକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।…
ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !
ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର କରିପାରୁନାହାନ୍ତି। ଆଶାୟୀ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ଏକ ପ୍ରକାର ଦଳ ବିରୋଧରେ…

