Home

ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା

ବନ୍ତଳା,୨୨ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ଧୋକୁଟା ପଞ୍ଚାୟତ ଗୋପାଳପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ଚାଷୀ ଜଣଙ୍କ ହେଲେ ଗ୍ରାମର ଗନ୍ଧର୍ବ ବେହେରା(୫୭)। ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରିବା ପରେ…

କରୋନା ସମୟରେ ବ୍ରିକ୍ସ ଦେଶଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ‘ବ୍ରିକ୍ସ ବିଜ୍‌ନେସ୍‌ ଫୋରମ’ର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମହାମାରୀରୁ ଉତ୍ପନ୍ନ ଅର୍ଥନୈତିକ ସମସ୍ୟାର ମୁକାବିଲା ପାଇଁ ଆମେ ଭାରତରେ ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରର ମନ୍ତ୍ର…

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସତର୍କ ସୂଚନା…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା, ଗେଟ୍‌ ବାହାରେ ବସି ରହିଲେ କୁନିକୁନି ପିଲା

ହିଞ୍ଜିଳିକାଟୁ,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଓ୍ବାର୍ଡ ନଂ. ୧୫ର ଅଙ୍ଗନଓ୍ବାଡ଼ି କେନ୍ଦ୍ର ବୁଧବାର ସକାଳୁ ଠିକ୍‌ ସମୟରେ ଖୋଲି ନ ଥିବା ବେଳେ ଗେଟ୍‌ ବାହାରେ ଶିଶୁମାନେ ଅପେକ୍ଷା କରିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କିଛି…

ଗୋଡ଼େଇ ଗୋଡ଼େଇ ଲୋକଙ୍କୁ କାମୁଡୁଛି କୁକୁର: ଅନେକ ଗୁରୁତର

ବାଲିଗୁଡ଼ା,୨୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ବୁଧବାର ଏକ ପାଗଳ କୁକୁର କାମୁଡ଼ାରେ ୫ ଜଣ ଆହତ ହୋଇଛନ୍ତି । କଲୋନୀସାହି ଗାଁର ମିରୋଜ କୁମାର ସିଂ (୩୨ବର୍ଷ) ସକାଳୁ ପରିସ୍ରା…

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ସେ…

ସଙ୍କଟରେ ଭାବପ୍ରବଣ ହେଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କୁ ଏକ ସଙ୍କେତ ଦେଇ ସେ କହିଛନ୍ତି ଯେ, ଯଦି କେହି ମୋତେ ମୁଖ୍ୟମନ୍ତ୍ରୀ ଭାବରେ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍‌, ଚାଲିଗଲା ଜୀବନ

ନିଶ୍ଚିନ୍ତକୋଇଲି,୨୨ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅନ୍ତର୍ଗତ ବନ୍ଧକାଟିଆ ପଞ୍ଚାୟତ ଫତେପୁର ଗ୍ରାମର ବିଷ୍ଣୁଚରଣ ସିଂ ୪୭ ବର୍ଷ ସାଇକେଲ ଯୋଗେ ଆସୁଥିବା ବେଳେ ତିଳକଣା ପଞ୍ଚାୟତ ଅଫିସ ସମ୍ମୁଖରେ ଏକ ବାଲି ବୋଝେଇ ଟ୍ରକ୍‌ ପିଟି ହୋଇଯିବାରୁ…

ଶିବସେନା ବିଧାୟକଙ୍କ ଗମ୍ଭୀର ଅଭିଯୋଗ: ମୁଁ ଉଦ୍ଧବ ସରକାରଙ୍କ ସହ ଅଛି,ମୋତେ କରାଯାଇଥିଲା ଅପହରଣ

ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କ କ୍ୟାମ୍ପରେ ଥିବା ଆକୋଲାର ବିଧାୟକ ନିତିନ ଦେଶମୁଖ ବୁଧବାର ସୁରତରୁ ନାଗପୁର ଫେରିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ ଥିବା କହିଛନ୍ତି।…

ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମଥର ପାଇଁ ଜଣେ…

ଜୁନ୍‌ ୨୪ରେ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୨।୬: ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜୁଲାଇ ୧୮ରେ ହେବାକୁ ଥିବା ଏହି ନିର୍ବାଚନ ପାଇଁ ଭାଜପା ଓଡ଼ିଶାର ଦ୍ରୌପଦୀ ମୁର୍ମୁ ଏବଂ ବିରୋଧୀ ପକ୍ଷରୁ ୟଶୱନ୍ତ ସିହ୍ନାଙ୍କୁ ପ୍ରାର୍ଥୀ କରାଯାଇଛି। ଆସନ୍ତା ଜୁନ୍‌ ୨୪ରେ ଏନଡିଏ…

ମମିତା ମେହେର ହତ୍ୟାକାଣ୍ଡ ମାମଲା: କୋର୍ଟରେ ହାଜର ହେଲେ ଗୋବିନ୍ଦ-ରାଧେ

ବଲାଙ୍ଗୀର ଅଫିସ,୨୨ା୬: ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେ ଶ୍ୟାମ ଚଣ୍ଡୀ ବୁଧବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏ.ଡି.ଜେ କୋର୍ଟରେ ହାଜର ହୋଇଛନ୍ତି। ବଲାଙ୍ଗୀର ସ୍ବତନ୍ତ୍ର ପୋଲିସ ଫୋର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?