Home

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ମାର୍ଚ୍ଚ ୨୮ରୁ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଥିବା ବେଳେ ଗତ ୨୪ ଘଣ୍ଟା…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଭାଜପା ପୁଣିଥରେ ଶୁଭେନ୍ଦୁ ଅଧିକାରୀଙ୍କୁ ମଇଦାନକୁ ଓହ୍ଲାଇ ଏକ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଥିଲେ ସୁଦ୍ଧା ଆନ୍ତର୍ଜାତୀୟ ବଜାରର ପ୍ରଭାବ ଯୋଗୁ ଉଭୟ ଧାତୁର ମୂଲ୍ୟ ଅନେକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି ଦୂରଗାମୀ ମିସାଇଲ ପ୍ରସ୍ତୁତ କରୁଛି, ଯାହା ସୁଦୂର ଆମେରିକାକୁ ମଧ୍ୟ ଟାର୍ଗେଟ କରିପାରିବ…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’ ପାଇଁ ମନୋନୀତ ହୋଇଛନ୍ତି। ୨୦୨୫-୨୬ ବର୍ଷ ପାଇଁ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର କିଙ୍ଗସ (CSK)କୁ ଏକ ବଡ଼ ଝଟକା ଲାଗିଛି। ଟୁର୍ନାମେଣ୍ଟ ଆରମ୍ଭ ହେବାର ମାତ୍ର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଦିବ୍ୟାଙ୍ଗଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସେ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଆଲିଗଣ୍ଡା ଗାଁରେ। ସରକାରୀ ଲକ୍ଷ୍ମୀ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି,…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି। ଗୋଟିଏ ଭୋଟ୍‌ ସଂତୃପ୍ତ ଓ ଆଉ ଗୋଟିଏ ଭୋଟ ଦିଲ୍ଲୀପଙ୍କୁ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ ଏସିଏଫ୍‌ ବିବେକ ଦାସ ଉଦଘାଟନ କରିଥିଲେ। ରେଞ୍ଜର ପୃଥିବୀରାଜ ପ୍ରଧାନ ଓ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିର ୧୦ ନଂ ଓ୍ବାର୍ଡରେ। ସୂଚନାନୁସାରେ, ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?